ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର ‘କାଳିଆ କରୁଛି ଲୀଳା’, ଧାରାବାହିକ ‘ସର୍‌ଗମ୍‌’

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ(ଓଏଫ୍‌ଡିସି) ସହଯୋଗରେ ଉତ୍କଳ ମଣ୍ଡପଠାରେ ଚାଲିଥିବା ୩୧ତମ ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ଓ ୮ମ ରାଜ୍ୟ ଓଡ଼ିଆ ଟେଲି ପୁରସ୍କାର ବିତରଣ ଉତ୍ସବ ଶେଷ ହୋଇଛି। ସୋମବାର ଚଳଚ୍ଚିତ୍ର ପୁରସ୍କାର ଦିଆଯାଇଥିବାବେଳେ ମଙ୍ଗଳବାର ଟେଲି ପୁରସ୍କାର ପ୍ରଦାନ କରାଯାଇଛି। ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର ଭାବେ ‘କାଳିଆ କରୁଛି ଲୀଳା’କୁ ପୁରସ୍କୃତ କରାଯାଇଛି। ଚଳଚ୍ଚିତ୍ରର ପ୍ରଯୋଜକ ଦେବାଶିଷ ପାତ୍ର ଓ ନିର୍ଦ୍ଦେଶକ ଅଶ୍ୱିନୀ ଗଡ଼ନାୟକଙ୍କୁ ସମ୍ମାନିତ କରାଯାଇଛି। ସେହିପରି ଶ୍ରେଷ୍ଠ ଟେଲି ଧାରାବାହିକ ଭାବେ ‘ସର୍‌ଗମ୍‌’କୁ ପୁରସ୍କୃତ କରାଯାଇଛି। ଏହାର ପ୍ରଯୋଜକ ଅକ୍ଷୟ ପରିଜା ଓ ନିର୍ଦ୍ଦେଶକ ଚଣ୍ଡୀ ପରିଜାଙ୍କୁ ସମ୍ମାନିତ କରାଯାଇଛି। ଶ୍ରେଷ୍ଠ ଟେଲି ଅଭିନେତା ଭାବେ ‘କାଳିଆ କରୁଛି ଲୀଳା’ର ଦେବାଶିଷ ପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ‘ରଙ୍ଗିଲା ବୋହୂ’ ପାଇଁ ଲିପ୍ସା ମିଶ୍ରଙ୍କୁ ପୁରସ୍କୃତ କରାଯାଇଛି। ମୋଟ ୨୦ଟି ବର୍ଗ ମଧ୍ୟରୁ ୧୯ଟିକୁ ଟେଲି ଚଳଚ୍ଚିତ୍ର ଓ ଧାରାବାହିକ ପୁରସ୍କାର ଦିଆଯାଇଛି। କେବଳ ଆଦିବାସୀ ଭାଷାରେ ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର ପାଇଁ କାହାକୁ ମନୋନୀତ କରାଯାଇନାହିଁ। ତେବେ ବିବାଦ ପାଇଁ ପୁନଃ ଚୟନ ପରେ ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର(ପ୍ରଯୋଜକ/ନିର୍ଦ୍ଦେଶକ)କୁ ୨ଟି ବର୍ଗ କରାଯିବା ସହ ପୂର୍ବରୁ ଓଡ଼ିଆ ଚଳଚ୍ଚିତ୍ର ‘ନିମ୍‌କୀ’ ପାଇଁ ଶ୍ରେଷ୍ଠ ଚିତ୍ରନାଟ୍ୟ ପୁରସ୍କାର ପାଇବାକୁ ମନୋନୀତ ହୋଇଥିବା ସୁଶାନ୍ତ ମଣିଙ୍କୁ ପୁରସ୍କାରରୁ ବାଦ୍‌ ଦିଆଯାଇଛି। ୫ ଜଣିଆ ଜୁରି କମିଟିରେ ଜୁରି ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ରବିନାରାୟଣ ସେନାପତି, ଜୁରି ସଦସ୍ୟ ଭାବେ ପ୍ରଯୋଜକ ଓ ନିର୍ଦ୍ଦେଶକ ଗଦାଧର ପୁଟ୍ଟୀ, ସଙ୍ଗୀତକାର ପ୍ରସନ୍ନ କୁମାର ମିଶ୍ର, ଲେଖିକା ବିୟତପ୍ରଜ୍ଞା ତ୍ରିପାଠୀ ଓ ସାମ୍ବାଦିକ ରମାକାନ୍ତ ଦାସ ରହିଥିଲେ। ସମସ୍ତଙ୍କୁ ଏହି ଅବସରରେ ମଞ୍ଚରେ ସମ୍ବର୍ଦ୍ଧିତ କରାଯାଇଛି।
ଉଦ୍‌ଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର ଯୋଗଦେଇ କଳାକାରଙ୍କୁ ପୁରସ୍କୃତ କରିଥିଲେ। ଉତ୍ସବରେ ଅତିଥି ଭାବେ ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ଓଏଫ୍‌ଡିସି ଅଧ୍ୟକ୍ଷ କୁନା ତ୍ରିପାଠୀ, ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଯୋଗଦେଇଥିଲେ। ସାରେ ଟେଲି ଆସୋସିଏଶନ୍‌ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

ଗର୍ଭବତୀ ଥାଇ ବି ଆକ୍ସନ ସିନ୍‌ କରୁଛନ୍ତି ଦୀପିକା!

ମୁମ୍ବାଇ: ବଲିଉଡର ‘ମସ୍ତାନୀ’ ଅର୍ଥାତ୍‌ ଦୀପିକା ପାଦୁକୋନ ୨୦୨୪ ସେପ୍ଟେମ୍ବରରେ ମା’ ହେବାକୁ ଯାଉଛନ୍ତି। ଏହି ମୁହୂର୍ତ୍ତକୁ ଅନୁଭବ କରିବାକୁ ଉଭୟ ଅଭିନେତା ରଣବୀର ସିଂ...

କ୍ରିମନାଲ ଲୟର ହେବାକୁ ଚାହୁଁଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଷ୍ଟାର କିଡଙ୍କ କଥା ଯଦି ଆଲୋଚନାକୁ ନିଆଯାଏ, ତେବେ କୁହାଯାଏ ଯେ ଏମାନେ ପ୍ୟାରେଣ୍ଟସଙ୍କ ପଥ ଅନୁସରଣ କରି ମନୋରଞ୍ଜନ ଦୁନିଆରେ ନିଜର...

ସାଉଥରେ ଡେବ୍ୟୁ କରିବେ ଅକ୍ଷୟ

ହାଇଦ୍ରାବାଦ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନିଜର ଆକ୍ସନ ଥ୍ରୀଲର ଫିଲ୍ମ ‘ବଡ଼େ ମିୟାଁ ଛୋଟେ ମିୟାଁ’ପରେ ଏବେ ତେଲୁଗୁ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିବାକୁ ଯାଉଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri