Posted inଜାତୀୟ

କେନ୍ଦ୍ରମନ୍ତ୍ରୀ କହିଲେ, ‘ଝିଅ ପରଧନ, ବିଦା କରିଦେବୁ’: ଉଠିଲା ବିବାଦ

କୋଲକତା, ୨୮।୨: ପଶ୍ଚିମବଙ୍ଗ ବିଧାନସଭା ପୂର୍ବରୁ ଭାରତୀୟ ଜନତା ପାର୍ଟି ଏବଂ ତୃତଣମୂଳ କଂଗ୍ରେସ(ଟିଏମସି) ମଧ୍ୟରେ ବାକ୍‌ଯୁଦ୍ଧ ଜୋରଦାର ହେଉଛି। ନିକଟରେ କେନ୍ଦ୍ର ମନ୍ତ୍ରୀ ବାବୁଲ ସୁପ୍ରିୟୋ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଷୟରେ ଏକ ଆପତ୍ତିଜନକ ଟୁଇଟ୍‌ କରିଛନ୍ତି। ଏହାକୁ ନେଇ ବିବାଦ ଉଠିବା ପରେ ସେ ନିଜ ଟୁଇଟ୍‌କୁ ଡିଲିଟ କରିଥିଲେ। ବାବୁଲ ସୁପ୍ରିୟୋ ଏକ ମେମ୍ସ ଟୁଇଟ୍‌ କରିଥିଲେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଫଟୋରେ ଲେଖାଅଛି ମୁଁ ବଙ୍ଗଳାର ଝିଅ। ସେହିପରି ଅମିତ ଶାହା ଫଟୋରେ ଝିଅ ପରଧନ, ଏଥର ବିଦା କରିଦେବୁ ବୋଲି ଲେଖାଯାଇଛି। ଉଭୟ ଫଟୋକୁ ସଂଲଗ୍ନ କରଯାଇଛି। ଏହି ଫଟୋକୁ ବାବୁଲ ସୁପ୍ରିୟୋ ନିଜ ଟୁଇଟର୍‌ାରେ ଶେୟାର କରିଥିଲେ। ଟୁଇଟ୍‌ ଶେୟାର କରି ସେ କହିଛନ୍ତି ଯେ ଏହି ଏହା ଭାଜପାର ଆସାନସୋଲ ଜିଲା ୟୁନିଟ ଦ୍ୱାରା ପୋଷ୍ଟ କରାଯାଇଛି। ଏହାସହ ସେ ଆହୁରି ମଧ୍ୟ ଲେଖିଛନ୍ତି, ଏଥର ବିଦା କରିଦେବୁ। ଏହାକୁ ନେଇ ବିବାଦ ଉଠିବା ପରେ ବାବୁଲ ସୁପ୍ରିୟୋ ଏହାକୁ ନିଜ ଆକାଉଣ୍ଟରୁ ହଟାଇଦେଇଥିଲେ।
ପଶ୍ଚିମବଙ୍ଗର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଡକ୍ଟର ଶଶି ପାଞ୍ଜା ବାବୁଲ ସୁପ୍ରିୟୋଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଦେଶର ମହିଳାଙ୍କ ଅବସ୍ଥାକୁ ନେଇ ମୁଁ ଚିନ୍ତିତ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଯଦି କେବଳ ଲୋକ ପ୍ରତିନିଧୀମାନେ ଏପରି କାର୍ଯ୍ୟ କରିବେ ତେବେ ସମାଜର କଣ ହେବ। ଏହାସହ ଟିଏମସି ସମର୍ଥକଙ୍କ ସହ ବହୁ ସଂଖ୍ୟକ ବାବୁଲ ସୁପ୍ରିୟୋଙ୍କୁ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri