ପ୍ରେମରେ ମିଳିଲା ଧୋକା, ବିଏସ୍‌ସି ନର୍ସିଂ ଛାତ୍ରୀଙ୍କ ଆତ୍ମହତ୍ୟା

ମାଲକାନଗିରି,୨୫।୯: ମାଲକାନଗିରି ଜିଲାର ଏମ୍‌ଭି-୧୩ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରେମରେ ପ୍ରତାରଣାର ଶିକାର ହୋଇ ଜଣେ ୨୧ ବର୍ଷୀୟ ବିଏସ୍‌ସି ନର୍ସିଂ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ରୀ ଜଣଙ୍କ ମାଲକାନଗିରି ଥାନା ଅନ୍ତର୍ଗତ ଏମ୍‌ଭି-୩୬ ଗ୍ରାମର ବାସିନ୍ଦା ଥିଲେ।

ମୃତକଙ୍କ ବାପାଙ୍କ ଅଭିଯୋଗ ଅନୁସାରେ, ଛାତ୍ରୀ ଜଣଙ୍କ ଏମ୍‌ଭି-୬୦ ଗ୍ରାମର ସୁଜୟ ନାମକ ଜଣେ ଯୁବକଙ୍କ ସହ ପ୍ରେମ ସମ୍ପର୍କରେ ଥିଲେ। ଉଭୟଙ୍କ ପରିବାର ଏହି ସମ୍ପର୍କ ବିଷୟରେ ଜାଣିବା ପରେ ସୁଜୟ ଛାତ୍ରୀଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ, କିଛି ଅଜଣା କାରଣରୁ ଉଭୟଙ୍କ ମଧ୍ୟରେ ତୀବ୍ର ଝଗଡା ହୋଇଥିଲା, ଯାହା ପରେ ସୁଜୟ ବିବାହ କରିବାକୁ ମନା କରି ଦେଇଥିଲେ। ଏହି ପ୍ରତାରଣା ଓ ପ୍ରତ୍ୟାଖ୍ୟାନ ଛାତ୍ରୀଙ୍କୁ ମାନସିକ ଭାବେ ଏତେ ବିଚଳିତ କରିଥିଲା ଯେ, ସେ କିଛି ଦିନ ପୂର୍ବେ ଟାବଲେଟ୍‌ ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ।

ତାଙ୍କୁ ତୁରନ୍ତ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ଏବଂ ଚିକିତ୍ସା ପରେ ଗତକାଲି ରାତିରେ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିଲା। କିନ୍ତୁ, ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଆଜି ସକାଳେ ସେ ନିଜ ଘରେ ଝୁଲି ପଡ଼ି ଆତ୍ମହତ୍ୟା କରିଛନ୍ତି। ପରିବାର ଲୋକେ ତାଙ୍କୁ ପୁଣି ଥରେ ଚିକିତ୍ସାଳୟକୁ ନେଇଥିଲେ, କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି।

ମୃତକଙ୍କ ବାପା ଅଭିଯୋଗ କରିଛନ୍ତି ଯେ, ସୁଜୟ ଓ ତାଙ୍କ ପରିବାର ତାଙ୍କ ଝିଅକୁ ବୋହୂ କରିବାକୁ କହି ପ୍ରତାରଣା କରିଛନ୍ତି। ସେ ଦାବି କରିଛନ୍ତି ଯେ, ଏହି ପ୍ରତାରଣା ହିଁ ତାଙ୍କ ଝିଅକୁ ଏଭଳି ଚରମ ପଦକ୍ଷେପ ନେବାକୁ ବାଧ୍ୟ କରିଛି। ସେ ସୁଜୟଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଦାବି କରି ମାଲକାନଗିରି ଥାନାରେ ଏକ ଲିଖିତ ଅଭିଯୋଗ ଦାୟର କରିଛନ୍ତି। ଏହାର ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଶତକ ସତ୍ତ୍ୱେ ହାରିଲା ଟିମ୍‌ ଇଣ୍ଡିଆ

ଇନ୍ଦୋର,୧୮।୧- ଇନ୍ଦୋର ହୋଲକର ଷ୍ଟାଡିୟମରେ ରବିବାର ବିରାଟ କୋହଲିଙ୍କ ଦମ୍‌ଦାର ଶତକ ସତ୍ତ୍ୱେ ଭାରତ ୪୧ ରନରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଛି। ଡାରଲି ମିଚେଲ ଓ...

ଜନବସତିକୁ ମାଡି ଆସିଲେ ହାତୀପଲ ; ଖାଇଗଲେ ଅମଳ ଧାନ, ଚିନ୍ତାରେ…

ଦିଗପହଣ୍ଡି,୧୮ା୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର, ସୁନାଖଣ୍ଡି ହରିଣା, ନୂଆଗଡ ପ୍ରଭୃତି ଗ୍ରାମମାନଙ୍କରେ ଗତ ପ୍ରାୟ ୧ ମାସରୁ ଉର୍ଦ୍ଧ୍ବ...

କେତୁଙ୍କ ଗତି ପରିବର୍ତ୍ତନ, ସମସ୍ୟା ଭୋଗିବେ ଏହି ରାଶି

ଜ୍ୟୋତିଷ ଶାସ୍ତ୍ରରେ କେତୁକୁ ଛାୟା ଗ୍ରହ କୁହାଯାଏ । ଏହାର ନକାରାତ୍ମକ ପ୍ରଭାବ ଯୋଗୁଁ ଜଣେ ବ୍ୟକ୍ତି ମାନସିକ ଚାପ ଏବଂ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି...

ଦୀର୍ଘ ୪୦ ବର୍ଷ ପରେ ଏକାଠି ହେଲେ ପୁରାତନ ଛାତ୍ର: ପଦ୍ମନାଭପୁର ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟର ବନ୍ଧୁମିଳନ ଉତ୍ସବ

ଦିଗପହଣ୍ଡି,୧୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟର ୧୯୮୬ ମସିହା ମ୍ୟାଟ୍ରିକ ବ୍ୟାଚର ପୁରାତନ ଛାତ୍ରଙ୍କ...

ପୋଖରୀହୁଡ଼ାରୁ ମିଳିଲା ନବଜାତ ଶିଶୁପୁତ୍ରର ମୃତଦେହ

ଉମରକୋଟ, ୧୮।୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୋଏଲାରବେଡ଼ା ଗାଁ ପୋଖରୀହୁଡ଼ାରୁ ରବିବାର ଜଣେ ନବଜାତକଙ୍କ ମୃତଦେହ ମିଳିଛି। ଉମରକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି...

କେନାଲରୁ ମିଳିଲା ଶିଶୁପୁତ୍ରର ମୃତଦେହ, ଭାସିଯାଇ…

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସଦର ଥାନା ଅନ୍ତର୍ଗତ ସୟାଁ ପଡିଆ ପାଖ ଦେଇ ଯାଇଥିବା କେନାଲରୁ ରବିବାର ଜଣେ ଶିଶୁପୁତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି।...

ଯୋଗେନ୍ଦ୍ରଙ୍କୁ ମିଳିଲା ଗୁରୁଦାୟିତ୍ୱ: ନବୀନଙ୍କୁ ଜଣାଇଲେ କୃତଜ୍ଞତା

ବଡ଼ଗାଁ, ୧୮।୧(ଅଶୋକ ଷଡଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ବିଜେଡି ସଭାପତି ଭାବେ ଫୁଲବାରୀ ସରପଞ୍ଚ ତଥା ବଡ଼ଗାଁ ବ୍ଲକ ସରପଞ୍ଚ ସଂଘ ସଭାପତି ଯୋଗେନ୍ଦ୍ର...

ଦ୍ଵିତୀୟ ଦିନରେ ଦାରିଙ୍ଗବାଡି ପୋଲିସର ମଦ ଧରପଗଡ଼ ଅଭିଯାନ, ସାବଡ଼ ହେଉଛନ୍ତି ଚୋରା ମଦ ବ୍ୟବସାୟୀ

ଦାରିଙ୍ଗବାଡି,୧୮ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ଦ୍ଵିତୀୟ ଦିନରେ ମଧ୍ୟ ଚୋରାମଦ ଧରପଗଡ଼ ଜୋରଦାର କରାଯାଇଛି । ଦାରିଙ୍ଗବାଡି ଆଇଆଇସି ସଂଗ୍ରାମ କେଶରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri