ବିଶ୍ୱାସଘାତ କରିଛି ଓ୍ବାଗନର ଗ୍ରୁପ୍‌, ଦିଆଯିବ ଉଚିତ ଜବାବ: ପୁଟିନଙ୍କ ଚେତାବନୀ…

ମସ୍କୋ,୨୪।୬ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଯୁଦ୍ଧରେ ଅଣାଯାଇଥିବା ଭଡା ସୈନିକ ୱାଗନର୍‌ ଗ୍ରୁପ୍ର ମୁଖ୍ୟ ୟେଭେଗେନି ପ୍ରିଗୋଜିନ ଦେଶର ନେତୃତ୍ୱକୁ ହଟାଇବାକୁ ଧମକ ଦେଇଛନ୍ତି। ୱାଗନର୍‌ ଗ୍ରୁପର ଯୋଦ୍ଧାମାନେ ରାଜଧାନୀ ମସ୍କୋ ଆଡକୁ ଯାଉଛନ୍ତି। ଏଥି ସହିତ ୱାଗନର୍‌ ଗ୍ରୁପ୍ର ବିଦ୍ରୋହ ଏବଂ ବିଭିନ୍ନ ସହରରେ ସାମରିକ ବେସ ଦଖଲ ହେବାର ଖବର ମଧ୍ୟରେ ରୁଷିଆର ରାଷ୍ଟ୍ରପତି ପୁଟିନ ଚେତାବନୀ ଦେଇଛନ୍ତି। ଓ୍ବଗନର ଗ୍ରୁପ୍‌ ବିଶ୍ୱାସଘାତ କରିଛି। ଏହା ଉଚିତ ଜବାବ ଦିଆଯିବ ବୋଲି ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି।

ବ୍ୟକ୍ତିଗତ ସ୍ବାର୍ଥ ପାଇଁ ଓ୍ବାଗନର ଗ୍ରୁପ୍‌ ପଛଘୁଞ୍ଚା ଦେଇଛି। ରୁଷିଆ ନିଜର ଭବିଷ୍ୟତ ପାଇଁ ସମ୍ପୂର୍ଣ୍ଣ ଶକ୍ତି ସହ ସଂଗ୍ରାମ କରୁଛି। ଆମର ଉତ୍ତର ଆହୁରି କଠୋର ହେବ। ଯିଏ ଦେଶର ସୈନ୍ୟ ବିରୁଦ୍ଧରେ ଅସ୍ତ୍ର ଉଠାଇବ ତାଙ୍କୁ ଦଣ୍ଡ ଦିଆଯିବ। ରୁଷିଆର ସୁରକ୍ଷା ପାଇଁ ସେ ସବୁକିଛି କରିବେ ଏବଂ ରୋଷ୍ଟୋଭ-ଅନ-ଡନରେ ସ୍ଥିତିକୁ ସ୍ଥିର କରିବା ପାଇଁ ନିର୍ଣ୍ଣାୟକ ପଦକ୍ଷେପ ନିଆଯିବ।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ପ୍ରିଗୋଜିନ୍ର ଯୋଦ୍ଧାମାନେ ରୁଷିଆ ସେନାର ମୁଖ୍ୟାଳୟ ରୋଷ୍ଟୋଭ-ଅନ-ଡନକୁ ଦଖଲ କରିଛନ୍ତି। ଏଥିସହ ପ୍ରିଗୋଜିନଙ୍କ ଧମକ ପରେ ତୁରନ୍ତ ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ଏହାର ପ୍ରତିକ୍ରିୟା ପ୍ରକାଶ କରିଛି ଏବଂ ତାଙ୍କ ବିରୋଧରେ ଗିରଫ ପରୱାନା ଜାରି କରିଛି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହଯୋଗୀଙ୍କ ମଧ୍ୟରୁ ଗୁରୁତ୍ୱପୂର୍ଣ୍ଣ ଥିବା ୟେଭେଗେନି ପ୍ରିଗୋଜିନ ବର୍ତ୍ତମାନ ଖୋଲାଖୋଲି ଭାବେ ରୁଷିଆର ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଛନ୍ତି। ୱାଗନର୍‌ ଗ୍ରୁପ ବିଦ୍ରୋହ ପରେ ରାଜଧାନୀ ମସ୍କୋର ସୁରକ୍ଷା ବୃଦ୍ଧି କରାଯାଇଛି। ମସ୍କୋର ମେୟର କହିଛନ୍ତି ରାଜଧାନୀରେ ଆତଙ୍କବାଦ ବିରୋଧୀ ପଦକ୍ଷେପ ନିଆଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ମଜବୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri