ଧାର୍ଯ୍ୟଲକ୍ଷ୍ୟ ପୂରଣରେ ବ୍ୟାଙ୍କଗୁଡ଼ିକର ଉତ୍ତମ ପ୍ରଦର୍ଶନ

ଭୁବନେଶ୍ୱର,୧୧ା୩: ରାଜ୍ୟର ଆର୍ଥିକ ଅଭିବୃଦ୍ଧି ନିମନ୍ତେ ବ୍ୟାଙ୍କଗୁଡ଼ିକ ସବୁ କ୍ଷେତ୍ରକୁ ଋଣ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାରଙ୍କ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗୁରୁତ୍ୱାରୋପ କରିଛନ୍ତି। ଶୁକ୍ରବାର ସ୍ଥାନୀୟ ଲୋକସେବା ଭବନରେ ଆୟୋଜିତ ୧୭୦ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି (ଏସ୍‌ଏଲ୍‌ବିସି) ବୈଠକରେ ଗର୍ଗ ବାର୍ଷିକ ଋଣ ଯୋଜନା, ନଗଦ ଜମା ଅନୁପାତ, ଆର୍ଥିକ ଅନ୍ତର୍ଭୁକ୍ତୀକରଣ, ଆର୍ଥିକ ସାକ୍ଷରତା, ବ୍ୟାଙ୍କିଙ୍ଗ୍‌ ଭିତ୍ତିଭୂମି, କୃଷି, ଏମ୍‌ଏସ୍‌ଏମ୍‌ଇ, ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଙ୍କୁ ଋଣ ପ୍ରଦାନ ସମ୍ବନ୍ଧରେ ସବିଶେଷ ଆଲୋଚନା କରିଥିଲେ। ସେହିଭଳି ଓଡ଼ିଶା ୭୮.୮୧% ନଗଦ ଜମା ହାସଲକରି ଏକ ସୁସ୍ଥ ଅନୁପାତ ବଜାୟ ରଖିପାରିଛି। ନଗଦ ଜମା ଅନୁପାତ ପ୍ରତ୍ୟେକ ବ୍ୟାଙ୍କ ପାଇଁ ମୁଖ୍ୟ ସୂଚକ ହୋଇଥିବାବେଳେ ରାଜ୍ୟରେ ପ୍ରତି ବ୍ୟାଙ୍କର ନଗଦ ଜମା ଅନୁପାତରେ ଉଲ୍ଲେଖନୀୟ ଉନ୍ନତି ହୋଇଛି। ବିଶେଷକରି ୨୦୨୨ ଡିସେମ୍ବର ଶେଷ ସୁଦ୍ଧା ବାର୍ଷିକ ଋଣ ଯୋଜନାରେ ୧,୩୪,୬୬୪.୮୭ କୋଟି ଟଙ୍କାର ଋଣ ପ୍ରଦାନର ଲକ୍ଷ୍ୟ ରଖାଯାଇଥିବାବେଳେ ବ୍ୟାଙ୍କଗୁଡ଼ିକ ଦ୍ବାରା ୯୭,୪୦୭.୮୫ କୋଟି ଟଙ୍କାର ଋଣ ପ୍ରଦାନ କରାଯାଇଛି, ଯାହା ଧାର୍ଯ୍ୟଲକ୍ଷ୍ୟର ୭୨.୩୩% ବୋଲି କୁହାଯାଉଛି। ସେହିପରି କୃଷି ଋଣ କ୍ଷେତ୍ରରେ ୭୮.୨୮%, ଏମ୍‌ଏସ୍‌ଏମ୍‌ଇ ୭୭.୨୮% ଏବଂ ଏସ୍‌ଏଚ୍‌ଜି ୯୦% ହାସଲ ହୋଇପାରିଥିବା ବିସ୍ତୃତ ଆଲୋଚନାରୁ ଜଣାପଡ଼ିଛି। ସେହିଭଳି ୨୦୨୨ ଡିସେମ୍ବର ସୁଦ୍ଧା ନଗଦ ଜମା ଅନୁପାତ ଏବଂ ବାର୍ଷିକ ଋଣ ଯୋଜନା କ୍ଷେତ୍ରରେ ବ୍ୟାଙ୍କଗୁଡିକର ଉତ୍ତମ ପ୍ରଦର୍ଶନ ପାଇଁ ଉନ୍ନୟନ କମିଶନର ସନ୍ତୋଷବ୍ୟକ୍ତ କରିଥିବା ବେଳେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ଏସ୍‌ଏଲବିସି ଅଧ୍ୟକ୍ଷ ଇସାକ୍‌ ଅଲ୍ଲୀ ଖାନ ସମସ୍ତ ବ୍ୟାଙ୍କକୁ ଶୁଭେଚ୍ଛା ଜଣାଇଥିଲେ। ଏପରିକି ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବ ଚଳିତ ବର୍ଷ ମାର୍ଚ୍ଚ ୩୧ ଶେଷ ସୁଦ୍ଧା ବ୍ୟାଙ୍କଗୁଡ଼ିକ ଲକ୍ଷ୍ୟ ହାସଲ ଦିଗରେ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥଲେ। ଅପରପକ୍ଷରେ ଆର୍‌ବିଆଇ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନୀଲ କୁମାର ଶର୍ମା, ଆର୍‌ବିଆଇ ଭୁବନେଶ୍ବରର ଆଞ୍ଚଳିକ ନିର୍ଦ୍ଦେଶକ ଏଚ୍‌.ଏନ୍‌. ପଣ୍ଡା, ଏସ୍‌ବିଆଇ ସିଜିଏମ୍‌ ଚନ୍ଦ୍ରଶେଖର ଶର୍ମା ଏବଂ ୟୁକୋ ବ୍ୟାଙ୍କର ସାଧାରଣ ପରିଚାଳକ ତଥା ଏସ୍‌ଏଲ୍‌ବିସି ଆବାହକ ଗୌତମ ପାତ୍ରଙ୍କ ସମେତ ରାଜ୍ୟର ବିଭିନ୍ନ ବ୍ୟାଙ୍କର ପ୍ରତିନିଧି ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉକ୍ତ ବୈଠକରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri