Posted inଜାତୀୟ

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ ନିର୍ଯାତନା ସହି ନ ପାରି ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଥିବା ଅଭିଯୋଗ ହୋଇଛି। କାରଣ ପ୍ରେମ ସମ୍ପର୍କ ସନ୍ଦେହରେ ଗ୍ରାମବାସୀମାନେ ତାଙ୍କୁ ନିର୍ଯାତନା ଦେବା ସହ ତାଙ୍କର ଭିଡିଓ ଭାଇରାଲ କରିଦେଇଥିଲେ। ଏହା ଯୁବତୀଙ୍କୁ ଭାଙ୍ଗି ଦେଇଥିଲା। ଶେଷରେ ସେ ଆତ୍ମହତ୍ୟା କରିବାକୁ ପଛାଇ ନାହାନ୍ତି। କେବଳ ଏତିକି ନୁହେଁ ତାଙ୍କର ମୃତଦେହ ଦେଖି ମା’ଙ୍କ ହୃଦଘାତ ହୋଇଥିଲା। ଏବେ ତାଙ୍କର ଅବସ୍ଥା ଗୁରୁତର ରହିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

ଗୁରୁବାର ରାତିରେ ଗ୍ରାମବାସୀମାନେ ଯୁବତୀଙ୍କୁ ପଡ଼ୋଶୀ ଗାଁର ଜଣେ ଯୁବକଙ୍କ ସହ ଦେଖିଥିଲେ। ଏହାପରେ ଯୁବତୀ କୌଣସିମତେ ଜୀବନ ବଞ୍ଚାଇ ଘରକୁ ପଳାଇଥିଲେ, କିନ୍ତୁ ଯୁବକଙ୍କୁ ଖମ୍ବରେ ବାନ୍ଧି ଦିଆଯାଇଥିଲା। ପ୍ରବଳ ଥଣ୍ଡାରେ ତାଙ୍କ ପୋଷାକ ଖୋଲି ରାତିତମାମ ନିଷ୍ଠୁର ଭାବେ ମାଡ଼ ଦିଆଯାଇଥିଲା। ସେତିକିରେ କଥା ସରି ନ ଥିଲା। ଶୁକ୍ରବାର ସକାଳେ ଯୁବକଙ୍କୁ ଲଣ୍ଡା କରି ମୁହଁରେ କଳା ବୋଳି ଗାଁରେ ବୁଲାଯାଇଥିଲା। ଏହି ସମସ୍ତ ଘଟଣାର ଭିଡିଓ ଗ୍ରାମବାସୀମାନେ ସୋସିଆଲ ମିଡିଆରେ ଭାଇରାଲ କରିଦେଇଥିଲେ। ଭିଡିଓ ଯୁବତୀଙ୍କ ପାଖରେ ପହଞ୍ଚିବା ପରେ ସେ ଅପମାନ ଓ ମାନସିକ ଯନ୍ତ୍ରଣା ସହ୍ୟ କରିପାରି ନଥିଲେ। ଶୁକ୍ରବାର ଦିନ ପ୍ରାୟ ୩ଟାରେ, ମା’ବାପା ଘରେ ନ ଥିବା ବେଳେ ସେ ଫାଶି ଲଗାଇ ଝୁଲି ଆତ୍ମହତ୍ୟା କରିଦେଇଥିଲେ।

ହେଲେ ଯୁବତୀଙ୍କ ପିତା ଏହାକୁ ଏକ ଯୋଜନାବଦ୍ଧ ଷଡ଼ଯନ୍ତ୍ର ବୋଲି ଅଭିଯୋଗ କରିଛନ୍ତି। ତାଙ୍କ କହିବାନୁସାରେ ଝିଅ ଘରେ ଶୋଇଥିବା ବେଳେ କେହି ଜଣେ ତାଙ୍କୁ ବାହାରକୁ ଡକାଇ ଏଭଳି କାଣ୍ଡ ଭିଆଇଛନ୍ତି।

ଘଟଣାର ସୂଚନା ପାଇବା ମାତ୍ରେ ପୋଲିସ  ଗାଁରେ ପହଞ୍ଚିଥିଲା। ଆହତ ଯୁବକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ଏବଂ ଯୁବତୀଙ୍କ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି। ପୋଲିସ କହିଛି ଯେ, ମାମଲାର ଗଭୀର ତଦନ୍ତ ଜାରି ରହିଛି। ପୋଷ୍ଟମର୍ଟମ ରିପୋର୍ଟ ପରେ ଏହା ଆତ୍ମହତ୍ୟା ନା ହତ୍ୟା ସ୍ପଷ୍ଟ ହେବ। ଭିଡିଓ ଭାଇରାଲ କରିଥିବା ଓ ମାରପିଟ କରିଥିବା ଦୋଷୀମାନଙ୍କ ବିପକ୍ଷରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?