ପାକିସ୍ତାନୀ ବେଟିଂ ଆପ୍ ପ୍ରମୋସନ କରୁଛନ୍ତି ଭାରତୀୟ ସେଲିବ୍ରେଟି

ନୂଆଦିଲ୍ଲୀ,୧୮ା୧୨: ଭାରତରେ ଚାଲିଛି ପାକିସ୍ତାନୀ ବେଟିଂ ଆପ୍ ମାଲିକଙ୍କ ରାଜୁତି। ଟଙ୍କା ଦେଇ ଭାରତୀୟ ସେଲିବ୍ରେଟିଙ୍କୁ ବନାଇଛନ୍ତି ମୋହରା। ସାମାଜିକ ଗଣାମଧ୍ୟରେ ଚାଲିଛି ଜୋରଦାର ପ୍ରଚାର। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦ୍ୱାରା କରାଯାଇଥିବା ଏକ ତଦନ୍ତରୁ ଏହି ଖୁଲାସା ହୋଇଛି।

ସୂତ୍ରରୁ ପ୍ରକାଶ ଯେ ଇଡି ଦ୍ୱାରା ଅନୁସନ୍ଧାନ କରାଯାଉଥିବା ଏକ ବେଟିଂ ଆପ୍ ର୍ୟାକେଟ୍ ପାକିସ୍ତାନୀ ନାଗରିକଙ୍କର ଅଟେ। ମ୍ୟାଜିକ୍ୱିନ୍ ବେଟିଂ ଆପ୍ ମାମଲାରେ ଇଡି ପ୍ରଥମ ଥର ପାଇଁ ପାକିସ୍ତାନୀ ଲିଙ୍କ ଆବିଷ୍କାର କରିଛି। ସୂତ୍ରରୁ ପ୍ରକାଶ ଯେ ଦୁବାଇ ଦେଇ ଭାରତରୁ ପାକିସ୍ତାନକୁ ଟଙ୍କା ପଠାଯାଇଥିଲା। ଉଭୟ ବଡ଼ ଏବଂ ଛୋଟ ପରଦାରୁ ଅଭିନେତା ଏବଂ ସେଲିବ୍ରିଟିମାନେ ସୋସିଆଲ ମିଡିଆରେ ମ୍ୟାଜିକୱିନକୁ ପ୍ରୋତ୍ସାହିତ କରିଥିଲେ।

ଇଡି ଅଭିନେତା ମଲ୍ଲିକା ଶେରାୱତ ଏବଂ ପୂଜା ବାନାର୍ଜୀଙ୍କୁ ପ୍ରଶ୍ନ କରିସାରିଛି। ଏହି ସପ୍ତାହ ଶେଷରେ ଅନ୍ୟ ଦୁଇଜଣ ସେଲିବ୍ରିଟିଙ୍କୁ ଇଡି ଡକାଇଥିବା ବେଳେ ଆସନ୍ତା ସପ୍ତାହରେ ଅତି କମରେ ସାତଜଣ ସେଲିବ୍ରିଟିଙ୍କୁ ଡକାଯିବ।

ତଦନ୍ତ ବେଳେ ଇଡି ଅଧିକାରୀମାନେ ଜାଣିବାକୁ ପାଇଛନ୍ତି ଯେ ମ୍ୟାଜିକୱିନ୍ ହେଉଛି ଏକ ବେଟିଂ ୱେବସାଇଟ୍ ଯାହା ଏକ ଗେମ୍ ୱେବସାଇଟ୍ ଭାବରେ ଦର୍ଶାଯାଇଛି। ଏହା ଦୁବାଇରେ ରହୁଥିବା ଭାରତୀୟ ନାଗରିକଙ୍କ ଦ୍ୱାରା ପରିଚାଳିତ ହେଉଛି।

ଗତ ୬ ମାସ ମଧ୍ୟରେ ଇଡି ଏହି ମାମଲାରେ ୬୭ ଟି ସ୍ଥାନରେ ଚଢ଼ାଉ କରିଛି। ଗତ ସପ୍ତାହରେ ଦିଲ୍ଲୀ, ମୁମ୍ବାଇ ଏବଂ ପୁଣେରେ ମ୍ୟାଜିକୱିନ୍ ମାମଲା ସହ ଜଡିତ ଥିବା ୨୧ ଟି ସ୍ଥାନ ଉପରେ ଇଡି ଚଢ଼ାଉ କରି ପ୍ରାୟ ୩.୫୫ କୋଟି ଟଙ୍କା ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri