ବହୁ ଚର୍ଚ୍ଚିତ ଆମେରିକା ଅଭିନେତ୍ରୀ ବିଟ୍ଟି ହ୍ୱାଇଟଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ୱାଶିଂଟନ,୧ ।୧: ଆମେରିକା ନାଗରିକଙ୍କୁ ୭ ଦଶକରୁ ଅଧିକ ସମୟ ପର୍ଯ୍ୟନ୍ତ ମନୋରଞ୍ଜନ ଦେଉଥିବା ଅଭିନେତ୍ରୀ ବିଟ୍ଟି ହ୍ୱାଇଟଙ୍କର ୯୯ ବର୍ଷ ବୟସରେ ପରଲୋକ ହୋଇଛି । ସେ ତାଙ୍କର ଟେଲିଭିଜନ କ୍ୟାରିୟର ‘ଦ ଗୋଲଡେନ ଗର୍ଲସ’ ଓ ‘ଦ ମେରି ଟୟଲର ମୁର ଶୋ’ରୁ ଆରମ୍ଭ କରିଥିଲେ । ଏମି ଆୱାର୍ଡ ୱିନର କମେଡିଆନ ବିଟ୍ଟି ଆମେରିକା ଟେଲିଭିଜନ ଇତିହାସରେ ସବୁଠାରୁ ଲମ୍ବା ସମୟ ପର୍ଯ୍ୟନ୍ତ ଅଭିନୟ କରିଥିବା ଅଭିନେତ୍ରୀ । ସେ ପ୍ରଥମଥର ୧୯୪୯ରେ ଟେଲିଭିଜନରେ ଦେଖାଯାଇଥିବା ବେଳେ ୨୦୧୯ରେ ‘ଟୟ ଷ୍ଟୋରୀ ୪’ରେ ଶେଷଥର ପାଇଁ ତାଙ୍କ କଣ୍ଠସ୍ୱର ଶୁଣାଯାଇଥିଲା । ଅଭିନେତ୍ରୀଙ୍କ ଏଜେଣ୍ଟ ଜେଫ ୱିଟଜାସ ପିପଲ ମାଗାଜିନକୁ ଦେଇଥିବା ଏକ ବୟାନରେ କହିଥିଲେ କି ବିଟ୍ଟି ଖୁବଶୀଘ୍ର ୧୦୦ ବର୍ଷରେ ପାଦ ଦେବେ । ସେ ସବୁବେଳେ ଆମ ଭିତରେ ରହିବେ । ତେବେ ମୃତ୍ୟୁକୁ କେବେ ଭୟ କରୁ ନ ଥିବା ବିଟ୍ଟି ସର୍ବଦା ତାଙ୍କ ମୃତ ସ୍ୱାମୀ ଏଲନ ଲୁଡେନଙ୍କୁ ମନେ ପକାଉଥିଲେ । ଆଉ ଖୁବଶୀଘ୍ର ସେ ତାଙ୍କ ସ୍ୱାମୀଙ୍କ ନିକଟକୁ ଯିବେ ବୋଲି ବିଶ୍ୱାସ ରଖିଥିଲେ । ବିଟ୍ଟିଙ୍କ ମୃତ୍ୟୁରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ସୂଚନାଯୋଗ୍ୟ, ଅଭିନେତ୍ରୀ ତାଙ୍କ ନିଜ ଘରେ ହିଁ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri