ଏପ୍ରିଲରୁ ଅକ୍ଟୋବର ମଧ୍ୟରେ ୧.୪୭ ଲକ୍ଷ ଅଣକୋଭିଡ୍‌ ରୋଗୀ ମୃତ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ୨୦୨୦ ଏପ୍ରିଲ୍‌ରୁ ଅକ୍ଟୋବର ମଧ୍ୟରେ ରାଜ୍ୟରେ ୧,୪୭,୮୭୪ଜଣ ଅଣକୋଭିଡ୍‌ ରୋଗୀଙ୍କ ମୃତ୍ୟୁ ହୋଇଛି। ବିଜେଡି ସଭ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ମଙ୍ଗଳବାର ବିଧାନସଭାରେ ଏହା କହିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର କରୋନା ସଂକ୍ରମଣ କାଳରେ ସାଧାରଣ ସ୍ବାସ୍ଥ୍ୟସେବା ଗୁରୁତର ଭାବେ ବ୍ୟାହତ ହୋଇଥିବା ବିଷୟ ସତ୍ୟ ନୁହେଁ। ଅନ୍ୟ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଛନ୍ତି, ରାଜ୍ୟର ୨୩ଟି ଜିଲାରୁ ମିଳିଥିବା ସୂଚନା ମୁତାବକ ସରକାରୀ ଓ ବେସରକାରୀ ହସ୍ପିଟାଲରେ କୋଭିଡ ପରୀକ୍ଷା,ଏହାର ମୁକାବିଲା ଓ ଆକ୍ରାନ୍ତଙ୍କୁ ମାଗଣା ଚିକିତ୍ସା ବାବଦରେ ସରକାର ୨୨୩ କୋଟି ୮୭ ଲକ୍ଷ ୮୧ ହଜାର ୮୭୬ ଟଙ୍କା ଖର୍ଚ୍ଚ ଖର୍ଚ୍ଚ କରିଛନ୍ତି। ଗଞ୍ଜାମରେ ସର୍ବାଧିକ ୨୬ କୋଟି ୪୪ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ କେନ୍ଦୁଝରରେ ୨୩ କୋଟି ୯୯ ଲକ୍ଷ, ବଲାଙ୍ଗୀରରେ ୧୪.୯୨ କୋଟି, କେନ୍ଦ୍ରାପଡାରେ ୧୦.୮କୋଟି, କୋରାପୁଟରେ ୯.୫୧ କୋଟି, କଳାହାଣ୍ଡିରେ ୧୧.୫୬ କୋଟି, ମୟୂରଭଞ୍ଜରେ ୧୭.୩ କୋଟି, ପୁରୀରେ ୧୫.୧ କୋଟି, ସୋନପୁରରେ୧୮.୫୬ କୋଟି ଟଙ୍କା ଖର୍ଚ୍ଚ ହୋଇଛି। କୋଭିଡ ଚିକିତ୍ସାରେ ହୋଇଥିବା ଖର୍ଚ୍ଚର ସମସ୍ତ ବିଲ ପ୍ରଦାନ କରିବାକୁ ସରକାର ସମସ୍ତ ଘରୋଇ ହସ୍ପିଟାଲଗୁଡିକୁ ନିର୍ଦ୍ଦେଶ ଦେଇଥିବା ମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri