ଏପ୍ରିଲରୁ ଅକ୍ଟୋବର ମଧ୍ୟରେ ୧.୪୭ ଲକ୍ଷ ଅଣକୋଭିଡ୍‌ ରୋଗୀ ମୃତ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ୨୦୨୦ ଏପ୍ରିଲ୍‌ରୁ ଅକ୍ଟୋବର ମଧ୍ୟରେ ରାଜ୍ୟରେ ୧,୪୭,୮୭୪ଜଣ ଅଣକୋଭିଡ୍‌ ରୋଗୀଙ୍କ ମୃତ୍ୟୁ ହୋଇଛି। ବିଜେଡି ସଭ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ମଙ୍ଗଳବାର ବିଧାନସଭାରେ ଏହା କହିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର କରୋନା ସଂକ୍ରମଣ କାଳରେ ସାଧାରଣ ସ୍ବାସ୍ଥ୍ୟସେବା ଗୁରୁତର ଭାବେ ବ୍ୟାହତ ହୋଇଥିବା ବିଷୟ ସତ୍ୟ ନୁହେଁ। ଅନ୍ୟ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଛନ୍ତି, ରାଜ୍ୟର ୨୩ଟି ଜିଲାରୁ ମିଳିଥିବା ସୂଚନା ମୁତାବକ ସରକାରୀ ଓ ବେସରକାରୀ ହସ୍ପିଟାଲରେ କୋଭିଡ ପରୀକ୍ଷା,ଏହାର ମୁକାବିଲା ଓ ଆକ୍ରାନ୍ତଙ୍କୁ ମାଗଣା ଚିକିତ୍ସା ବାବଦରେ ସରକାର ୨୨୩ କୋଟି ୮୭ ଲକ୍ଷ ୮୧ ହଜାର ୮୭୬ ଟଙ୍କା ଖର୍ଚ୍ଚ ଖର୍ଚ୍ଚ କରିଛନ୍ତି। ଗଞ୍ଜାମରେ ସର୍ବାଧିକ ୨୬ କୋଟି ୪୪ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ କେନ୍ଦୁଝରରେ ୨୩ କୋଟି ୯୯ ଲକ୍ଷ, ବଲାଙ୍ଗୀରରେ ୧୪.୯୨ କୋଟି, କେନ୍ଦ୍ରାପଡାରେ ୧୦.୮କୋଟି, କୋରାପୁଟରେ ୯.୫୧ କୋଟି, କଳାହାଣ୍ଡିରେ ୧୧.୫୬ କୋଟି, ମୟୂରଭଞ୍ଜରେ ୧୭.୩ କୋଟି, ପୁରୀରେ ୧୫.୧ କୋଟି, ସୋନପୁରରେ୧୮.୫୬ କୋଟି ଟଙ୍କା ଖର୍ଚ୍ଚ ହୋଇଛି। କୋଭିଡ ଚିକିତ୍ସାରେ ହୋଇଥିବା ଖର୍ଚ୍ଚର ସମସ୍ତ ବିଲ ପ୍ରଦାନ କରିବାକୁ ସରକାର ସମସ୍ତ ଘରୋଇ ହସ୍ପିଟାଲଗୁଡିକୁ ନିର୍ଦ୍ଦେଶ ଦେଇଥିବା ମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri