ଲଘୁଚାପ ସତ୍ତ୍ୱେ ୧୧ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୨ା୭(ବ୍ୟୁରୋ):ମୌସୁମୀ ସକ୍ରିୟ ହେବାପରେ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନା ବାନ୍ଧୁଛି। ହେଲେ ସେହି ପରିମାଣର ବର୍ଷା ହେଉନି। ପାଣିପାଗ ବିଭାଗ ହିସାବ କହୁଛି, ଜୁଲାଇ ମାସରେ ଲଗାତର ୨ଟି ଲଘୁଚାପ ହୋଇଥିବା ବେଳେ ଆଉ ଗୋଟିଏ ଲଘୁଚାପ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୪ ଓ ୧୫ ତାରିଖରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହା ଓଡ଼ିଶା ନିକଟ ସମୁଦ୍ର ଉପକୂଳରେ ରହୁଥିବାରୁ ରାଜ୍ୟକୁ ଭଲ ବର୍ଷା ମିଳିବା ସମ୍ଭାବନା କମ୍‌। ଅନ୍ୟପକ୍ଷରେ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରବେଶକୁ ମାସେ ହୋଇଗଲାଣି। ଏପର୍ଯ୍ୟନ୍ତ ରାଜ୍ୟକୁ ଭଲ ବର୍ଷା ଦି’ଟୋପା ମିଳିଲା ନାହିଁ।
ଜୁନ୍‌ ପହିଲାରୁ ଜୁଲାଇ ୧୧ ତାରିଖ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଠାରୁ ମାତ୍ର ୧୫% କମ୍‌ ବର୍ଷା ହୋଇଥିବା ସୂଚାଉଛି। ବାସ୍ତବ କ୍ଷେତ୍ରରେ ଯଦି ଦେଖାଯିବ ତେବେ ରାଜ୍ୟର ଅଧାରୁ ଅଧିକ ଜିଲା ଶୁଖିଲା ପଡ଼ିଛି। କେଉଁଠି ବିଲ ଘାସପଡ଼ିଆ ହୋଇ ରହିଛି ତ ଆଉ କେଉଁଠି ପାଣି ଅଭାବରୁ ଧାନତଳି ପଡ଼ିପାରୁନି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଜୁନ୍‌ ପହିଲାରୁ ଜୁଲାଇ ୧୧ ମଧ୍ୟରେ ପୁରୀ ଜିଲାରେ ସ୍ବାଭାବିକଠାରୁ ୫୧% କମ୍‌ ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ଼ ୪୩, ଖୋର୍ଦ୍ଧା ୪୦, କେନ୍ଦ୍ରାପଡ଼ା ୩୪, ସମ୍ବଲପୁର ୩୧, ବଲାଙ୍ଗୀର ୩୦, ନବରଙ୍ଗପୁର ୨୧, କଟକ ୨୨, ଭଦ୍ରକ ୨୨, କଳାହାଣ୍ଡି ୨୦, ମୟୂରଭଞ୍ଜ ଜିଲାରେ ୨୨ ପ୍ରତିଶତ କମ୍‌ ବର୍ଷା ହୋଇଛି। ବିଲରେ ପାଣି ନ ଥିବାରୁ ଚାଷୀମାନେ ମୌସୁମୀ ବର୍ଷାକୁ ଅପେକ୍ଷା କରି ରହିଛନ୍ତି। ଲଘୁଚାପଜନିତ ବର୍ଷା ହେଉ ନ ଥିବାରୁ ଚାଷୀଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସୋମବାର ବଙ୍ଗୋପସାଗରରେ ଯେଉଁ ଲଘୁଚାପ ଦାନା ବାନ୍ଧିଛି ତାହା ଓଡ଼ିଶା ପାଇଁ ସେତେଟା ବର୍ଷା ଦେବନାହିଁ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କଲେଣି। ଓଡ଼ିଶା ନିକଟ ସମୁଦ୍ରରେ ଲଘୁଚାପ ଦାନା ବାନ୍ଧୁଥିବାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ ନାହିଁ। ଏହାର ଫାଇଦା ମଧ୍ୟପ୍ରଦେଶ, ଛତିଶଗଡ଼ ଓ ଆଭ୍ୟନ୍ତରୀଣ ରାଜ୍ୟକୁ ମିଳିବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବତନ ନିର୍ଦ୍ଦେଶକ ଶରତ ସାହୁ କହିଛନ୍ତି।
ଅନ୍ୟପକ୍ଷରେ ଆସନ୍ତା ୧୬ ତାରିଖରୁ ରାଜ୍ୟରେ ମୌସୁମୀ ଦୁର୍ବଳ ହେବା ନେଇ ସୂଚନା ମିଳିଲାଣି। ଏହା ଚାଷୀଙ୍କ ଚିନ୍ତାକୁ ଆହୁରି ବଢ଼ାଇବା ଆଶଙ୍କା ସୃଷ୍ଟି କଲାଣି। ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, କଳାହାଣ୍ଡି, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୋଳ ଓ ବଲାଙ୍ଗୀରର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୪ ତାରିଖରେ ଭଦ୍ରକ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ବରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ତଳିଆ ଅଞ୍ଚଳ ଜଳାର୍ଣ୍ଣବ ହୋଇପାରେ। କଚ୍ଚାରାସ୍ତା ବର୍ଷା ଯୋଗୁ ଧୋଇଯିବାର ଆଶଙ୍କା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?