Posted inଜାତୀୟ

ସାବଧାନ: ଗ୍ରାହକ ଭାବେ ଆସି କ୍ୟୁଆର୍‌ କୋଡ୍‌ ବଦଳାଇ ଦେଉଛନ୍ତି ସାଇବର ଅପରାଧୀ

ଭୋପାଳ,୧୩।୧: ସାଇବର ଅପରାଧୀମାନେ ଏବେ ଦୋକାନର କ୍ୟୁଆର୍‌ କୋଡ୍‌ ବଦଳାଇ ଠକିବାର ନୂଆ କୌଶଳ ଆପଣାଇଛନ୍ତି। ମଧ୍ୟପ୍ରଦେଶର ଖଜୁରାହୋରେ ବହୁ ବ୍ୟବସାୟ ପ୍ରତିଷ୍ଠାନର କ୍ୟୁଆର୍‌ କୋଡ୍‌ ରାତାରାତି ବଦଳିଯାଉଥିବା ନେଇ ସେମାନେ ବିସ୍ମିତ ହୋଇଛନ୍ତି। ଠକମାନେ ଗ୍ରାହକ ଭାବରେ ଆସି ଦୋକାନର କ୍ୟୁଆର୍‌ କୋଡ୍‌ ସ୍କାନ୍‌ କରିବା ବେଳେ ଏହାକୁ ସ୍ବାପ୍‌ କରିଦେଉଛନ୍ତି। ସେମାନେ ପୁରୁଣା ସ୍କାନର ଉପରେ ନୂଆ କ୍ୟୁଆର୍‌ କୋଡ୍‌ ଲଗାଇଦେଉଛନ୍ତି। ଫଳରେ ଗ୍ରାହକ ୟୁପିଆଇ ଜରିଆରେ ପୈଠ କରୁଥିବା ଟଙ୍କା ଦୋକାନୀଙ୍କ ଆକାଉଣ୍ଟକୁ ନ ଯାଇ ସାଇବର ଅପରାଧୀଙ୍କ ଆକାଉଣ୍ଟକୁ ଚାଲିଯାଉଛି। ରାତାରାତି ଅନ୍‌ଲାଇନ୍‌ ପେମେଣ୍ଟ ସ୍କାନର୍‌କୁ ଅପରାଧୀମାନଙ୍କର ଗୋଟିଏ ଗୋଷ୍ଠୀ ବଦଳାଉଥିବା ସିସିଟିଭି ଫୁଟେଜ୍‌ରୁ ଜଣାପଡ଼ିଛି।

ତେବେ ଅନ୍‌ଲାଇନ୍‌ ପେମେଣ୍ଟ ଟଙ୍କା କାହା ଆକାଉଣ୍ଟକୁ ଯାଉଛି, ତାହା ଏପର୍ଯ୍ୟନ୍ତ ଚିହ୍ନଟ ହୋଇନାହିଁ। ରବିବାର ସକାଳେ ଜଣେ ଗ୍ରାହକ ରାଜେଶ ମେଡିକାଲ ଷ୍ଟୋର୍ସର ମାଲିକ ଓମବତୀ ଗୁପ୍ତାଙ୍କୁ କ୍ୟୁଆର୍‌ ଜରିଆରେ ପେମେଣ୍ଟ କଲାବେଳେ ଲିଙ୍କ୍‌ ହୋଇଥିବା ଆକାଉଣ୍ଟରେ ଅଲଗା ନାଁ ଦେଖାଇଥିଲା। ସେହିପରି ଜଣେ ପେଟ୍ରୋଲ ପମ୍ପ୍‌ ମାଲିକ ମଧ୍ୟ ଅନୁରୂପ ଠକେଇର ଶିକାର ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?