ସତର୍କ ରହିଲେ ସଂକ୍ରମଣ ଶୃଙ୍ଖଳ ଭାଙ୍ଗିବ

ଭୁବନେଶ୍ୱର,୨୯।୪(ବ୍ୟୁରୋ):ରାଜ୍ୟରେ ବଢୁଥିବା କୋଭିଡ୍‌ ସଂକ୍ରମଣ ଭିତରେ ବୁଧବାର ରାଜ୍ୟବାସୀଙ୍କ ବିଭିନ୍ନ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସେ ଦ୍ୱିତୀୟ ଲହରରେ ଲୋକମାନେ କିପରି ସୁରକ୍ଷିତ ରହିବେ ସେ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ରଖିଛନ୍ତି। ସେ କହିଛନ୍ତି, ଅଧିକାଂଶ ସମୟରେ ଦେଖାଯାଇଛି ଗୋଟିଏ ମହାମାରୀର ପ୍ରଥମ ଲହର ଅପେକ୍ଷା ଦ୍ୱିତୀୟ ଲହରର ବେଗ ଅଧିକ ଥାଏ। ସଂକ୍ରମଣ ଶୀଘ୍ର ବ୍ୟାପିଥାଏ। ଏଥର କରୋନା ସଂକ୍ରମଣ ବଢ଼ିବାର ଏକାଧିକ କାରଣ ରହିଛି। କରୋନାର ଏକାଧିକ ରୂପ ଯୋଗୁ ସଂକ୍ରମଣ ବଢୁଛି। ଲୋକଙ୍କ ସତର୍କତା କମିବା ମଧ୍ୟ ସଂକ୍ରମଣ ବଢ଼ିବାର ଅନ୍ୟତମ କାରଣ। କିନ୍ତୁ ଆମେ ପୂର୍ବଭଳି ସତର୍କ ରହିଲେ ସଂକ୍ରମଣର ଶୃଙ୍ଖଳା ଭାଙ୍ଗିବ। ତେଣୁ ସମସ୍ତେ ଅଧିକ ସଚେତନ, ସତର୍କ ରହିବା ନିହାତି ଆବଶ୍ୟକ। ଏଥିସହ ଯଦି କାହା ପାଖରେ କୋଭିଡ୍‌ର ଲକ୍ଷଣ ପ୍ରକାଶ ପାଉଛି, ତେବେ ସେ ତୁରନ୍ତ ଯାଇ ପରୀକ୍ଷା କରାଇନେବା ଉଚିତ୍‌। ଟିକା ନେଇ ମଧ୍ୟ କୋଭିଡ୍‌ ରୋଗୀଙ୍କ ସଂସ୍ପର୍ଶରେ ଆସିଲେ ନିଜକୁ ସଙ୍ଗରୋଧରେ ରଖିବା ସହିତ ୩ ରୁ ୫ ଦିନ ମଧ୍ୟରେ ପରୀକ୍ଷା କରାନ୍ତୁ। ଟେଷ୍ଟ ରିପୋର୍ଟ ନେଗେଟିଭ ଥିଲେ ବି ଯଦି ଲକ୍ଷଣ ଜାରି ରହୁଛି, ତେବେ ଆଉଥରେ ପରୀକ୍ଷା କରିବାକୁ ସେ ପରାମର୍ଶ ଦେଇଛନ୍ତି।
ଅନ୍ୟପକ୍ଷରେ ଜଣେ ବ୍ୟକ୍ତି ନିଜର ନମୁନା ପରୀକ୍ଷା ପାଇଁ ଦେଇଥିଲେ ରିପୋର୍ଟ ଆସିବା ପର୍ଯ୍ୟନ୍ତ ନିଜକୁ ସଙ୍ଗରୋଧରେ ରଖନ୍ତୁ। କୋଭିଡ୍‌ର ସମସ୍ତ ନିୟମ ପାଳନ କରିବା ସହିତ ମାସ୍କ ଓ ସାମାଜିକ ଦୂରତା ପାଳନ କରିବାକୁ ଡା. ପତି ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଆବଶ୍ୟକସ୍ଥଳେ ଲୋକମାନେ ୧୦୪ ଓ ୧୯୨୯ ନମ୍ବରକୁ ଡାଏଲ କରିବା ସହିତ ଡାକ୍ତରଙ୍କ ପରାମର୍ଶ ନେଇପାରିବେ। ଗୋଟିଏ ପରିବାରର ସମସ୍ତେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହେଲେ ସେମାନେ ସମସ୍ତେ ସାଙ୍ଗ ହୋଇ ରହିପାରିବେ। ହେଲେ ଏହି ସମୟରେ ସେମାନେ ମାସ୍କ ପିନ୍ଧିବା ସହିତ ସାମାଜିକ ଦୂରତା ପାଳନ କରିବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri