ସତର୍କ ରହିଲେ ସଂକ୍ରମଣ ଶୃଙ୍ଖଳ ଭାଙ୍ଗିବ

ଭୁବନେଶ୍ୱର,୨୯।୪(ବ୍ୟୁରୋ):ରାଜ୍ୟରେ ବଢୁଥିବା କୋଭିଡ୍‌ ସଂକ୍ରମଣ ଭିତରେ ବୁଧବାର ରାଜ୍ୟବାସୀଙ୍କ ବିଭିନ୍ନ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସେ ଦ୍ୱିତୀୟ ଲହରରେ ଲୋକମାନେ କିପରି ସୁରକ୍ଷିତ ରହିବେ ସେ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ରଖିଛନ୍ତି। ସେ କହିଛନ୍ତି, ଅଧିକାଂଶ ସମୟରେ ଦେଖାଯାଇଛି ଗୋଟିଏ ମହାମାରୀର ପ୍ରଥମ ଲହର ଅପେକ୍ଷା ଦ୍ୱିତୀୟ ଲହରର ବେଗ ଅଧିକ ଥାଏ। ସଂକ୍ରମଣ ଶୀଘ୍ର ବ୍ୟାପିଥାଏ। ଏଥର କରୋନା ସଂକ୍ରମଣ ବଢ଼ିବାର ଏକାଧିକ କାରଣ ରହିଛି। କରୋନାର ଏକାଧିକ ରୂପ ଯୋଗୁ ସଂକ୍ରମଣ ବଢୁଛି। ଲୋକଙ୍କ ସତର୍କତା କମିବା ମଧ୍ୟ ସଂକ୍ରମଣ ବଢ଼ିବାର ଅନ୍ୟତମ କାରଣ। କିନ୍ତୁ ଆମେ ପୂର୍ବଭଳି ସତର୍କ ରହିଲେ ସଂକ୍ରମଣର ଶୃଙ୍ଖଳା ଭାଙ୍ଗିବ। ତେଣୁ ସମସ୍ତେ ଅଧିକ ସଚେତନ, ସତର୍କ ରହିବା ନିହାତି ଆବଶ୍ୟକ। ଏଥିସହ ଯଦି କାହା ପାଖରେ କୋଭିଡ୍‌ର ଲକ୍ଷଣ ପ୍ରକାଶ ପାଉଛି, ତେବେ ସେ ତୁରନ୍ତ ଯାଇ ପରୀକ୍ଷା କରାଇନେବା ଉଚିତ୍‌। ଟିକା ନେଇ ମଧ୍ୟ କୋଭିଡ୍‌ ରୋଗୀଙ୍କ ସଂସ୍ପର୍ଶରେ ଆସିଲେ ନିଜକୁ ସଙ୍ଗରୋଧରେ ରଖିବା ସହିତ ୩ ରୁ ୫ ଦିନ ମଧ୍ୟରେ ପରୀକ୍ଷା କରାନ୍ତୁ। ଟେଷ୍ଟ ରିପୋର୍ଟ ନେଗେଟିଭ ଥିଲେ ବି ଯଦି ଲକ୍ଷଣ ଜାରି ରହୁଛି, ତେବେ ଆଉଥରେ ପରୀକ୍ଷା କରିବାକୁ ସେ ପରାମର୍ଶ ଦେଇଛନ୍ତି।
ଅନ୍ୟପକ୍ଷରେ ଜଣେ ବ୍ୟକ୍ତି ନିଜର ନମୁନା ପରୀକ୍ଷା ପାଇଁ ଦେଇଥିଲେ ରିପୋର୍ଟ ଆସିବା ପର୍ଯ୍ୟନ୍ତ ନିଜକୁ ସଙ୍ଗରୋଧରେ ରଖନ୍ତୁ। କୋଭିଡ୍‌ର ସମସ୍ତ ନିୟମ ପାଳନ କରିବା ସହିତ ମାସ୍କ ଓ ସାମାଜିକ ଦୂରତା ପାଳନ କରିବାକୁ ଡା. ପତି ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଆବଶ୍ୟକସ୍ଥଳେ ଲୋକମାନେ ୧୦୪ ଓ ୧୯୨୯ ନମ୍ବରକୁ ଡାଏଲ କରିବା ସହିତ ଡାକ୍ତରଙ୍କ ପରାମର୍ଶ ନେଇପାରିବେ। ଗୋଟିଏ ପରିବାରର ସମସ୍ତେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହେଲେ ସେମାନେ ସମସ୍ତେ ସାଙ୍ଗ ହୋଇ ରହିପାରିବେ। ହେଲେ ଏହି ସମୟରେ ସେମାନେ ମାସ୍କ ପିନ୍ଧିବା ସହିତ ସାମାଜିକ ଦୂରତା ପାଳନ କରିବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?