Posted inଜାତୀୟ

ଅନ୍‌ଲାଇନ କାରବାରକୁ ସାବଧାନ ! ହଜାରେ ଦିନରେ ୧୩ କୋଟି ଥର ସାଇବର କ୍ରାଇମ ପୋର୍ଟାଲର ସହାୟତା ନେଇଛନ୍ତି ଲୋକେ…

ନୂଆଦିଲ୍ଲୀ,୩୦।୩ : ବିଶ୍ୱସ୍ତରରେ, ଏହା ବିକଶିତ ହେଉ କିମ୍ବା ବିକାଶଶୀଳ ରାଷ୍ଟ୍ର ହେଉ, ସାଇବର ଅପରାଧ ସମସ୍ତଙ୍କ ପାଇଁ ଏକ ବଡ଼ ଆହ୍ବାନ ଭାବରେ ଉଭା ହୋଇଛି । ଭାରତରେ ସାଇବର ଅପରାଧର ମୁକାବିଲା ତଥା ଏହାର ବିପଦ ବିଷୟରେ ଲୋକଙ୍କୁ ଅବଗତ କରାଇବା ପାଇଁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅନେକ ପଦକ୍ଷେପ ନେଇଛି। ଏହାକୁ ଦୃଷ୍ଟିରେ ରଖି ସମନ୍ବିତ ତଥା ବ୍ୟାପକ ଢଙ୍ଗରେ ସାଇବର ଅପରାଧର ମୁକାବିଲା ପାଇଁ ୧୦ ଜାନୁୟାରୀ ୨୦୨୦ରେ ଭାରତୀୟ ସାଇବର କ୍ରାଇମ ସମନ୍ବୟ କେନ୍ଦ୍ର ପ୍ରତିଷ୍ଠା କରାଯାଇଥିଲା। ବର୍ତ୍ତମାନ ଏହାର ଅର୍ଥପୂର୍ଣ୍ଣ ଫଳାଫଳ ଆସିବା ଆରମ୍ଭ କରିଛି।

ପ୍ରାୟ ହଜାରେ ଦିନରେ ସାଇବର କ୍ରାଇମ ପୋର୍ଟାଲକୁ ୧୩ କୋଟିରୁ ଅଧିକ ଥର ସହାୟତା ପାଇଁ ଲୋକେ ଲଗଇନ କରିଛନ୍ତି। ଏହା ଉକ୍ତ ପୋର୍ଟାଲର ବିଶ୍ୱସନୀୟତା ଏବଂ ଉପଯୋଗିତାକୁ ଦର୍ଶାଉଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ପୋର୍ଟାଲରେ ୨୦ ଲକ୍ଷରୁ ଅଧିକ ସାଇବର ଅପରାଧ ଅଭିଯୋଗ ପଞ୍ଜିକୃତ ହୋଇଛି। ଏହି ସଂଖ୍ୟାକୁ ଦିନ ଆଧାରରେ ଗଣନା କଲେ ଜଣାଯାଏ, ସାଇବର ଅପରାଧ ସମ୍ବନ୍ଧରେ ପ୍ରତିଦିନ ୧୮୨୬ ଟି ଅଭିଯୋଗ ଗ୍ରହଣ କରାଯାଇଛି । କେବଳ ଏହି ଆଧାରରେ, ୪୦ ହଜାରରୁ ଅଧିକ ଏଫଆଇଆର ପଞ୍ଜିକୃତ ହୋଇଛି ।

ଦେଶରେ ସାଇବର ଅପରାଧ ରୋକିବା ଏବଂ ଭାରତୀୟ ସାଇବର କ୍ରାଇମ ସମନ୍ବୟ କେନ୍ଦ୍ର୍‌ର କାର୍ଯ୍ୟକାରିତା ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ଏକ ସମୀକ୍ଷା ବୈଠକ ଆୟୋଜିତ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୧.୩୩ ଲକ୍ଷରୁ ଅଧିକ ଲୋକଙ୍କଠାରୁ ସାଇବର ଅପରାଧ ଦ୍ୱାରା ଠକେଇ ହୋଇଥିବା ୨୫୩ କୋଟିରୁ ଅଧିକ ଟଙ୍କା ଜବତ କରାଯାଇଛି। ଏହା ବ୍ୟତୀତ ବଡ଼ ଧରଣର ୫୦ ସାଇବର ଆକ୍ରମଣ ମାମଲାର ମୋଡସ ଅପରେଣ୍ଡି ଉପରେ ଏକ ଆନାଲିଟିକାଲ ରିପୋର୍ଟ ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?