ବିରୋଧୀଙ୍କ ଅପପ୍ରଚାର ପାଇଁ ସତର୍କ ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୩(ବ୍ୟୁରୋ): ପଞ୍ଚାୟତ ନିର୍ବାଚନରେ ବିରୋଧୀ ଦଳ କେତେ ଅପପ୍ରଚାର କରିଛନ୍ତି। ସରକାରକୁ ବଦନାମ କରିବା ପାଇଁ ମିଛ କାହାଣୀ କହିଛନ୍ତି ଓ ନକାରାତ୍ମକ ରାଜନୀତି କରିଛନ୍ତି। ଓଡ଼ିଶାବାସୀ ସେମାନଙ୍କ କଥାକୁ ଗୁରୁତ୍ୱ ଦେଇନାହାନ୍ତି। ଆଗାମୀ ପୌର ନିର୍ବାଚନରେ ମଧ୍ୟ ସେମାନେ ପୁଣିଥରେ ସେହିଭଳି ଅପପ୍ରଚାର କରିବେ। ଲୋକଙ୍କ ଆଗରେ ବିରୋଧୀ ଦଳଙ୍କ ଅପପ୍ରଚାରର ମୁଖା ଖୋଲିବା ହେଉଛି ପ୍ରତି କର୍ମୀଙ୍କର ଦାୟିତ୍ୱ। ପୌର ନିର୍ବାଚନରେ ବିରୋଧୀ ଦଳଙ୍କ ଅପପ୍ରଚାର ପ୍ରତି ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ନେତା ଓ କର୍ମୀଙ୍କୁ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଆସନ୍ତା ପୌର ନିର୍ବାଚନ ପ୍ରସ୍ତୁତି ପାଇଁ ବୁଧବାର ଦଳର ଏମ୍‌ପି, ବିଧାୟକ, ଜିଲା ସଭାପତି ଓ ପର୍ଯ୍ୟବେକ୍ଷକମାନଙ୍କ ସହ ଭର୍ଚୁଆଲ ମାଧ୍ୟମରେ କଥା ହୋଇଛନ୍ତି। ଓଡ଼ିଶାବାସୀ ନକାରାତ୍ମକ ରାଜନୀତିକୁ କେବେ ବି ଗ୍ରହଣ କରିବେ ନାହିଁ। ଏହିସବୁ କାର୍ଯ୍ୟକ୍ରମକୁ ଲୋକଙ୍କ ପାଖକୁ ନେବାକୁ ହେବ। ବିରୋଧୀ ଦଳଙ୍କ ମିଛ ତଥା ନକାରାତ୍ମକ ରାଜନୀତିକୁ ସକାରାତ୍ମକ ତଥା ସତ ଉଦ୍ୟମ ଜରିଆରେ ହିଁ ମୁକାବିଲା କରିବାକୁ ପଡ଼ିବ। ବିରୋଧୀ ଦଳଙ୍କୁ ଦେଖାଇ ଦେବା ମିଛ ଓ ଛଳନାର ରାଜନୀତି ଓଡ଼ିଶାରେ କାମ କରିବ ନାହିଁ। ପଞ୍ଚାୟତ ନିର୍ବାଚନରେ ଆପଣମାନେ ଯେପରି କଠିନ ପରିଶ୍ରମ କରିଥିଲେ, ପୌର ନିର୍ବାଚନରେ ମଧ୍ୟ ସେହିପରି ଉଦ୍ୟମ ଜାରି ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଦଳୀୟ ନେତା ଓ କର୍ମୀଙ୍କୁ କହିଛନ୍ତି। ରାଜନୀତିର ଅର୍ଥ କେବଳ କ୍ଷମତା ନୁହେଁ। ଗଣତନ୍ତ୍ରରେ ଲୋକମାନେ ହିଁ ହେଉଛନ୍ତି କ୍ଷମତାର ସ୍ରୋତ। ରାଜ୍ୟର ସବୁଠାରୁ ଦୁର୍ଗମ ଅଞ୍ଚଳରେ ରହୁଥିବା ସାଧାରଣ ଲୋକଟିର ବିଶ୍ବାସ ହେବା ଦରକାର ଯେ ବିଜୁ ଜନତା ଦଳ ସବୁବେଳେ ତା’ର କଲ୍ୟାଣ ଏବଂ ତା’ର ସଶକ୍ତୀକରଣ ପାଇଁ କାମ କରୁଛି। ଏହି ବାର୍ତ୍ତାକୁ ଲୋକମାନଙ୍କ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତ ପଞ୍ଚାୟତ ନିର୍ବାଚନରେ ଦଳର ବିପୁଳ ସଫଳତା ପାଇଁ ଓଡ଼ିଶାବାସୀ ତଥା ଦଳର କର୍ମୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ବିଜୟ ଗଣତାନ୍ତ୍ରିକ ନିର୍ବାଚନରେ ନୂଆ ରେକର୍ଡ ସୃଷ୍ଟି କରିଛି। ପଶ୍ଚିମରୁ ଉପକୂଳ, ଉତ୍ତରରୁ ଦକ୍ଷିଣ, ଓଡ଼ିଶାର ସବୁ ଅଞ୍ଚଳର ଜନସାଧାରଣ ଏହି ନିର୍ବାଚନରେ ସମାନ ଭାବରେ ବିଜୁ ଜନତା ଦଳକୁ ଆଶୀର୍ବାଦ କରିଛନ୍ତି। ଏହି ଆଶୀର୍ବାଦ ଓ ସ୍ନେହ ଆମକୁ ଆହୁରି କଠିନ ପରିଶ୍ରମ କରିବାକୁ ପ୍ରେରଣା ଦେଉଛି। ରାତିଦିନ ଏକ କରି କାମ କରି ନିଜର ସବୁ ସୁଖ ସୁବିଧା ତ୍ୟାଗ କରି ସରକାରଙ୍କ ନୀତି ଓ କାର୍ଯ୍ୟକ୍ରମକୁ ଲୋକଙ୍କ ପାଖରେ ପହଞ୍ଚାଉଥିବା କର୍ମୀ ଓ ଶୁଭେଚ୍ଛୁମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ଯେଉଁମାନେ ଘର ଘର ବୁଲି ପ୍ରଚାର କରି ଲୋକଙ୍କୁ ବୁଝାଇଛନ୍ତି ଏହି ସଫଳତା ହେଉଛି ସେହିମାନଙ୍କର। ଏ ସଫଳତା ହେଉଛି ଓଡ଼ିଶାବାସୀଙ୍କର, ଯେଉଁମାନେ ଆମ ସରକାରଙ୍କ ଉପରେ ଆସ୍ଥା ରଖିଛନ୍ତି। ଗଣତନ୍ତ୍ରରେ ଜନମତ ହିଁ ସର୍ବୋଚ୍ଚ। ରାଜ୍ୟର ସବୁ ପଞ୍ଚାୟତରେ ଜନମତ ସ୍ପଷ୍ଟ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଓଡ଼ିଶାବାସୀଙ୍କର ଏହି ମତକୁ ନମ୍ରତାର ସହ ବିଜେଡି ଗ୍ରହଣ କରିଛି। ସହରାଞ୍ଚଳର ବିକାଶ କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମେ ସକାରାତ୍ମକ ରାଜନୀତିରେ ବିଶ୍ବାସ କରୁ। ସକାରାତ୍ମକ ରାଜନୀତି, ପ୍ରଗତିଶୀଳ ପ୍ରଶାସନ ଏବଂ ଲୋକଙ୍କର ସଶକ୍ତୀକରଣ ହେଉଛି ଆମର ହଲ୍‌ମାର୍କ। ସହରାଞ୍ଚଳରେ ଅନେକ ଭଲ କାମ ହୋଇଛି। ସହରର ଗରିବ ଲୋକଙ୍କ ପାଇଁ ଜାଗା ମିଶନ ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିଛି। ଷ୍ଟ୍ରିଟ୍‌ଲାଇଟଠାରୁ ଆରମ୍ଭ କରି ଇନ୍‌ଡୋର ଷ୍ଟାଡିୟମ୍‌, ଭଲ ପିଇବା ପାଣିଠାରୁ ଆରମ୍ଭ କରି ଆଧୁନିକ ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥା, ମିଶନ ଶକ୍ତିର ମା’ମାନଙ୍କ ପାଇଁ ରୋଜଗାରର ନୂଆ ନୂଆ ସୁଯୋଗ, ଓ୍ବାର୍ଡସ୍ତରରେ ଭିତ୍ତିଭୂମି ଓ ନାଗରିକ ସୁବିଧା ଏବଂ ଅନ୍‌ଲାଇନରେ ମ୍ୟୁନିସିପାଲ ସେବା ଆଦି ନାଗରିକମାନଙ୍କର କଲ୍ୟାଣକୁ ଦୃଷ୍ଟିରେ ରଖି ଆମର ସବୁ କାର୍ଯ୍ୟକ୍ରମ ତିଆରି କରାଯାଇଛି। ବସ୍ତିବାସିନ୍ଦାଙ୍କଠାରୁ ଆରମ୍ଭ କରି ଆପାର୍ଟମେଣ୍ଟର ମାଲିକ, ମା’ମାନଙ୍କଠାରୁ ଆରମ୍ଭ କରି ଶିଶୁ ତଥା ଯୁବସମାଜ ସମସ୍ତଙ୍କ ସଶକ୍ତୀକରଣ ପାଇଁ ଆମେ ପ୍ରତିବଦ୍ଧତାର ସହ କାମ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?