ବିରୋଧୀଙ୍କ ଅପପ୍ରଚାର ପାଇଁ ସତର୍କ ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୩(ବ୍ୟୁରୋ): ପଞ୍ଚାୟତ ନିର୍ବାଚନରେ ବିରୋଧୀ ଦଳ କେତେ ଅପପ୍ରଚାର କରିଛନ୍ତି। ସରକାରକୁ ବଦନାମ କରିବା ପାଇଁ ମିଛ କାହାଣୀ କହିଛନ୍ତି ଓ ନକାରାତ୍ମକ ରାଜନୀତି କରିଛନ୍ତି। ଓଡ଼ିଶାବାସୀ ସେମାନଙ୍କ କଥାକୁ ଗୁରୁତ୍ୱ ଦେଇନାହାନ୍ତି। ଆଗାମୀ ପୌର ନିର୍ବାଚନରେ ମଧ୍ୟ ସେମାନେ ପୁଣିଥରେ ସେହିଭଳି ଅପପ୍ରଚାର କରିବେ। ଲୋକଙ୍କ ଆଗରେ ବିରୋଧୀ ଦଳଙ୍କ ଅପପ୍ରଚାରର ମୁଖା ଖୋଲିବା ହେଉଛି ପ୍ରତି କର୍ମୀଙ୍କର ଦାୟିତ୍ୱ। ପୌର ନିର୍ବାଚନରେ ବିରୋଧୀ ଦଳଙ୍କ ଅପପ୍ରଚାର ପ୍ରତି ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ନେତା ଓ କର୍ମୀଙ୍କୁ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଆସନ୍ତା ପୌର ନିର୍ବାଚନ ପ୍ରସ୍ତୁତି ପାଇଁ ବୁଧବାର ଦଳର ଏମ୍‌ପି, ବିଧାୟକ, ଜିଲା ସଭାପତି ଓ ପର୍ଯ୍ୟବେକ୍ଷକମାନଙ୍କ ସହ ଭର୍ଚୁଆଲ ମାଧ୍ୟମରେ କଥା ହୋଇଛନ୍ତି। ଓଡ଼ିଶାବାସୀ ନକାରାତ୍ମକ ରାଜନୀତିକୁ କେବେ ବି ଗ୍ରହଣ କରିବେ ନାହିଁ। ଏହିସବୁ କାର୍ଯ୍ୟକ୍ରମକୁ ଲୋକଙ୍କ ପାଖକୁ ନେବାକୁ ହେବ। ବିରୋଧୀ ଦଳଙ୍କ ମିଛ ତଥା ନକାରାତ୍ମକ ରାଜନୀତିକୁ ସକାରାତ୍ମକ ତଥା ସତ ଉଦ୍ୟମ ଜରିଆରେ ହିଁ ମୁକାବିଲା କରିବାକୁ ପଡ଼ିବ। ବିରୋଧୀ ଦଳଙ୍କୁ ଦେଖାଇ ଦେବା ମିଛ ଓ ଛଳନାର ରାଜନୀତି ଓଡ଼ିଶାରେ କାମ କରିବ ନାହିଁ। ପଞ୍ଚାୟତ ନିର୍ବାଚନରେ ଆପଣମାନେ ଯେପରି କଠିନ ପରିଶ୍ରମ କରିଥିଲେ, ପୌର ନିର୍ବାଚନରେ ମଧ୍ୟ ସେହିପରି ଉଦ୍ୟମ ଜାରି ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଦଳୀୟ ନେତା ଓ କର୍ମୀଙ୍କୁ କହିଛନ୍ତି। ରାଜନୀତିର ଅର୍ଥ କେବଳ କ୍ଷମତା ନୁହେଁ। ଗଣତନ୍ତ୍ରରେ ଲୋକମାନେ ହିଁ ହେଉଛନ୍ତି କ୍ଷମତାର ସ୍ରୋତ। ରାଜ୍ୟର ସବୁଠାରୁ ଦୁର୍ଗମ ଅଞ୍ଚଳରେ ରହୁଥିବା ସାଧାରଣ ଲୋକଟିର ବିଶ୍ବାସ ହେବା ଦରକାର ଯେ ବିଜୁ ଜନତା ଦଳ ସବୁବେଳେ ତା’ର କଲ୍ୟାଣ ଏବଂ ତା’ର ସଶକ୍ତୀକରଣ ପାଇଁ କାମ କରୁଛି। ଏହି ବାର୍ତ୍ତାକୁ ଲୋକମାନଙ୍କ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତ ପଞ୍ଚାୟତ ନିର୍ବାଚନରେ ଦଳର ବିପୁଳ ସଫଳତା ପାଇଁ ଓଡ଼ିଶାବାସୀ ତଥା ଦଳର କର୍ମୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ବିଜୟ ଗଣତାନ୍ତ୍ରିକ ନିର୍ବାଚନରେ ନୂଆ ରେକର୍ଡ ସୃଷ୍ଟି କରିଛି। ପଶ୍ଚିମରୁ ଉପକୂଳ, ଉତ୍ତରରୁ ଦକ୍ଷିଣ, ଓଡ଼ିଶାର ସବୁ ଅଞ୍ଚଳର ଜନସାଧାରଣ ଏହି ନିର୍ବାଚନରେ ସମାନ ଭାବରେ ବିଜୁ ଜନତା ଦଳକୁ ଆଶୀର୍ବାଦ କରିଛନ୍ତି। ଏହି ଆଶୀର୍ବାଦ ଓ ସ୍ନେହ ଆମକୁ ଆହୁରି କଠିନ ପରିଶ୍ରମ କରିବାକୁ ପ୍ରେରଣା ଦେଉଛି। ରାତିଦିନ ଏକ କରି କାମ କରି ନିଜର ସବୁ ସୁଖ ସୁବିଧା ତ୍ୟାଗ କରି ସରକାରଙ୍କ ନୀତି ଓ କାର୍ଯ୍ୟକ୍ରମକୁ ଲୋକଙ୍କ ପାଖରେ ପହଞ୍ଚାଉଥିବା କର୍ମୀ ଓ ଶୁଭେଚ୍ଛୁମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ଯେଉଁମାନେ ଘର ଘର ବୁଲି ପ୍ରଚାର କରି ଲୋକଙ୍କୁ ବୁଝାଇଛନ୍ତି ଏହି ସଫଳତା ହେଉଛି ସେହିମାନଙ୍କର। ଏ ସଫଳତା ହେଉଛି ଓଡ଼ିଶାବାସୀଙ୍କର, ଯେଉଁମାନେ ଆମ ସରକାରଙ୍କ ଉପରେ ଆସ୍ଥା ରଖିଛନ୍ତି। ଗଣତନ୍ତ୍ରରେ ଜନମତ ହିଁ ସର୍ବୋଚ୍ଚ। ରାଜ୍ୟର ସବୁ ପଞ୍ଚାୟତରେ ଜନମତ ସ୍ପଷ୍ଟ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଓଡ଼ିଶାବାସୀଙ୍କର ଏହି ମତକୁ ନମ୍ରତାର ସହ ବିଜେଡି ଗ୍ରହଣ କରିଛି। ସହରାଞ୍ଚଳର ବିକାଶ କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମେ ସକାରାତ୍ମକ ରାଜନୀତିରେ ବିଶ୍ବାସ କରୁ। ସକାରାତ୍ମକ ରାଜନୀତି, ପ୍ରଗତିଶୀଳ ପ୍ରଶାସନ ଏବଂ ଲୋକଙ୍କର ସଶକ୍ତୀକରଣ ହେଉଛି ଆମର ହଲ୍‌ମାର୍କ। ସହରାଞ୍ଚଳରେ ଅନେକ ଭଲ କାମ ହୋଇଛି। ସହରର ଗରିବ ଲୋକଙ୍କ ପାଇଁ ଜାଗା ମିଶନ ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିଛି। ଷ୍ଟ୍ରିଟ୍‌ଲାଇଟଠାରୁ ଆରମ୍ଭ କରି ଇନ୍‌ଡୋର ଷ୍ଟାଡିୟମ୍‌, ଭଲ ପିଇବା ପାଣିଠାରୁ ଆରମ୍ଭ କରି ଆଧୁନିକ ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥା, ମିଶନ ଶକ୍ତିର ମା’ମାନଙ୍କ ପାଇଁ ରୋଜଗାରର ନୂଆ ନୂଆ ସୁଯୋଗ, ଓ୍ବାର୍ଡସ୍ତରରେ ଭିତ୍ତିଭୂମି ଓ ନାଗରିକ ସୁବିଧା ଏବଂ ଅନ୍‌ଲାଇନରେ ମ୍ୟୁନିସିପାଲ ସେବା ଆଦି ନାଗରିକମାନଙ୍କର କଲ୍ୟାଣକୁ ଦୃଷ୍ଟିରେ ରଖି ଆମର ସବୁ କାର୍ଯ୍ୟକ୍ରମ ତିଆରି କରାଯାଇଛି। ବସ୍ତିବାସିନ୍ଦାଙ୍କଠାରୁ ଆରମ୍ଭ କରି ଆପାର୍ଟମେଣ୍ଟର ମାଲିକ, ମା’ମାନଙ୍କଠାରୁ ଆରମ୍ଭ କରି ଶିଶୁ ତଥା ଯୁବସମାଜ ସମସ୍ତଙ୍କ ସଶକ୍ତୀକରଣ ପାଇଁ ଆମେ ପ୍ରତିବଦ୍ଧତାର ସହ କାମ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri