Posted inଜାତୀୟ

ନିର୍ବାଚନ ପ୍ରଚାରରେ ରାଜନୈତିକ ଦଳଗୁଡ଼ିକୁ ସତର୍କ ରୁହନ୍ତୁ: ଇସି

ନୂଆଦିଲ୍ଲୀ,୧୬।୧: ନିର୍ବାଚନ ପ୍ରଚାରରେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ)ର ଉପଯୋଗ ବଢ଼ୁଥିବା ଏବଂ ଏହା ଭୋଟରଙ୍କ ମତାମତକୁ ପ୍ରଭାବିତ କରିବା ସମ୍ଭାବନା ଥିବାରୁ ନିର୍ବାଚନ କମିଶନ (ଇସି) ଗୁରୁବାର ରାଜନୈତିକ ଦଳଗୁଡ଼ିକ ପାଇଁ ଆଡଭାଇଜରି ଜାରି କରିଛନ୍ତି। ଏଆଇ ସୃଷ୍ଟି କଣ୍ଟେଣ୍ଟର ବ୍ୟବହାରରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ପାଇଁ ଇସି ଦଳଗୁଡ଼ିକୁ ପରାମର୍ଶ ଦେଇଛନ୍ତି।

ଏଆଇ ପ୍ରଯୁକ୍ତି ଦ୍ୱାରା ପ୍ରସ୍ତୁତ ବା ପରିବର୍ତ୍ତିତ ଫଟୋ, ଭିଡିଓ, ଅଡିଓ କିମ୍ବା ଅନ୍ୟାନ୍ୟ ସାମଗ୍ରୀଗୁଡ଼ିକରେ ଏଆଇ-ଜେନେରେଟେଡ୍‌/ଡିଜିଟାଲୀ ଏନ୍‌ହାନ୍ସଡ/ସିନ୍ଥେଟିକ୍‌ କଣ୍ଟେଣ୍ଟ ସ୍ପଷ୍ଟ ଭାବେ ଉଲ୍ଲେଖ କରିବାକୁ ରାଜନୈତିକ ଦଳଗୁଡ଼ିକୁ କୁହାଯାଇଛି। ସିନ୍ଥେଟିକ୍‌ କଣ୍ଟେଣ୍ଟ ବ୍ୟବହୃତ ପ୍ରଚାର ବିଜ୍ଞାପନ କିମ୍ବା ପ୍ରଚାରଧର୍ମୀ ବିଷୟବସ୍ତୁ ଗୁଡ଼ିକର ପ୍ରସାର ସମୟରେ ରାଜନୈତିକ ଦଳଙ୍କୁ ଏକ ଘୋଷଣାନାମା ଦେବାକୁ ହେବ।

ଏଆଇ ଏବଂ ଡିପ୍‌ ଫେକ୍‌ ଦ୍ୱାରା ଭୁଲ୍‌ ତଥ୍ୟ ପ୍ରସାରିତ ହେବା ସମ୍ଭାବନା ସମ୍ପର୍କରେ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ନିକଟରେ ସତର୍କ କରାଇଥିଲେ। ନିର୍ବାଚନ ପ୍ରକ୍ରିୟାରେ ରହିଥିବା ଆସ୍ଥା ପ୍ରତି ଏହା କ୍ଷତି ପହଞ୍ଚାଇପାରେ ବୋଲି ସେ ଚିନ୍ତାବ୍ୟକ୍ତ କରିଥିଲେ। ସାମାଜିକ ଗଣମାଧ୍ୟମ ପ୍ଲାଟ୍‌ଫର୍ମଗୁଡ଼ିକର ଦାୟିତ୍ୱସମ୍ପନ୍ନ ଏବଂ ନୈତିକ ବ୍ୟବହାର ପାଇଁ ନିର୍ବାଚନ କମିଶନ ଗତବର୍ଷ ଲୋକ ସଭା ନିର୍ବାଚନ ବେଳେ ମାର୍ଗଦର୍ଶିକା ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri