Posted inଜାତୀୟ

ଖରାପ କ୍ୱାଲିଟିର ହେଲମେଟ୍‌ ବିକୁଥିଲେ ସାବଧାନ, ସରକାର ନେବେ କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୫।୮:ହେଲମେଟ୍‌ ନ ପିନ୍ଧିବା ଏବଂ ଦ୍ରୁତ ଗତିରେ ଗାଡି ଗଳାଇବା ଦ୍ୱାରା ବିଭିନ୍ନ ସଡକ ଦୁର୍ଘଟଣା ଘଟୁଛି। ଯାହାକୁ ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ସରକାର। ଗାଡି ଚଳାଇବାବେଳେ ହେଲମେଟ ପିନ୍ଧିବା ଏବଂ ସିଟ୍‌ ବେଲ୍ଟ ଲଗାଇବା ପାଇଁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ସାରା ଦେଶରେ ଖରାପ କ୍ୱାଲିଟି ହେଲମେଟ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କେନ୍ଦ୍ର ସରକାର ଯୋଜନା କରୁଛନ୍ତି। ଖରାପ କ୍ୱାଲିଟି ହେଲମେଟ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଓ ଗୁରୁତର ଆହତର ମୁଖ୍ୟ କାରଣ। ଏହାକୁ ନେଇ ରିପୋର୍ଟ ହେବା ପରେ କେନ୍ଦ୍ର ସରକାର ଚିଠି ଜାରି କରିଛନ୍ତି।

ସବୁ ରାଜ୍ୟମାନଙ୍କୁ ପଠାଯାଇଥିବା ଚିଠିରେ କେନ୍ଦ୍ର ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟ ଜିଲା ମାଜିଷ୍ଟ୍ରେଟଙ୍କୁ ଆଇଏସଆଇ ପଞ୍ଜିକରଣ ବିନା ହେଲମେଟ ବିକ୍ରି କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ସରକାର ତାଙ୍କ ଚିଠିରେ କହିଛନ୍ତି ଯେ, ବିଆଇସ ସାର୍ଟିଫିକେଟ ବିନା ରାସ୍ତାରେ ହେଲମେଟ ବିକ୍ରି ହେଉଛି। ସଡ଼କ ଦୁର୍ଘଟଣାରେ ଏହା ପ୍ରମୁଖ କାରଣ।

ବିଆଇସ ଲାଇସେନ୍ସ ଏବଂ ନକଲି ଆଇଏସଆଇ ମାର୍କ ବିନା ହେଲମେଟ ତିଆରି ଏବଂ ବିକ୍ରୟ କରୁଥିବା ଲୋକଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କେନ୍ଦ୍ର ସରକାର ଡା ନିର୍ଦ୍ଦେଶ ଦେଇଛନ୍ତି। ନିମ୍ନ ମାନର ହେଲମେଟ ତିଆରି ଏବଂ ବିକ୍ରୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ସମସ୍ତ ଜିଲ୍ଲା ମାଜିଷ୍ଟ୍ରେଟଙ୍କୁ ବ୍ୟକ୍ତିଗତ ଭାବେ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଥାଉ କି, ଭାରତରେ ନିର୍ମିତ ଶିଳ୍ପ ଉତ୍ପାଦକୁ ISI ମାର୍କ ଦିଆଯାଏ। ଏହା ଦର୍ଶାଏ ଯେ , ବ୍ୟୁରୋ ଅଫ ଇଣ୍ଡିଆନ ଷ୍ଟାଣ୍ଡାର୍ଡ (ବିଆଇସ) ଦ୍ୱାରା ବିକଶିତ ଏକ ଇଣ୍ଡିଆନ ଷ୍ଟାଣ୍ଡାର୍ଡ ସହିତ ଏହି ଉତ୍ପାଦ ଅନୁରୂପ ଅଟେ । ଭାରତରେ ଦୁଇ ଚକିଆ ଯାନରେ ହେଲମେଟ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଦୁଇ ଜଣଙ୍କୁ ଦୁଇ ଚକିଆ ଯାନରେ ବସିବାକୁ ଅନୁମତି ଦିଆଯାଇଛି ଏବଂ ଉଭୟଙ୍କ ପାଇଁ ହେଲମେଟ ପିନ୍ଧିବା ବାଧ୍ୟତାମୂଳକ।

ଦୁନିଆରେ ସର୍ବାଧିକ ଦୁଇ ଚକିଆ ଯାନ ଭାରତରେ ବ୍ୟବହୃତ ହୁଏ। କେନ୍ଦ୍ର ପରିବହନ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ୨୦୨୨ରେ ଦେଶରେ ୬୩୧୧୫ ସଡ଼କ ଦୁର୍ଘଟଣାରେ ୨୫୨୨୮ ଜଣଙ୍କର ମତ୍ୟୁ ହୋଇଛି। ଏଥିମଧ୍ୟରୁ ଦୁଇଟି ଚକିଆ ଯାନ ଯୋଗୁଁ ୨୦୨୧ ମସିହାରେ ସର୍ବାଧିକ ଦୁର୍ଘଟଣା ଘଟିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri