Posted inଖେଳ

ପୁଣି ଭାରତୀୟ ବକ୍ସିଂ ମହାସଂଘ ନିର୍ବାଚନ ବାତିଲ

ନୂଆଦିଲ୍ଲୀ,୨୭ା୩: ଆସନ୍ତା ୨୮ ତାରିଖରେ ଭାରତୀୟ ବକ୍ସିଂ ମହାସଂଘ (ବିଏଫ୍‌ଆଇ)ର ହେବାକୁଥିବା ନିର୍ବାଚନକୁ ବୁଧବାର ମହାସଂଘ ବାତିଲ କରିଦେଇଛି। ଇଲେକ୍ଟୋରାଲ କଲେଜରୁ ବାଦ୍‌ ଦିଆଯାଇଥିବା ନାମକୁ ପୁନଃ ସାମିଲ କରିବା ପାଇଁ ଦିଲ୍ଲୀ ଓ ହିମାଚଳ ପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ପୂର୍ବରୁ ଧାର୍ଯ୍ୟ ସମୟସୀମାରେ ସମସ୍ତ ପ୍ରକ୍ରିୟା ଶେଷ କରିବା ସମ୍ଭବ ନୁହେଁ ବୋଲି କୁହାଯାଇଛି।
୨୮ରେ ଭାରତୀୟ ବକ୍ସିଂ ମହାସଂଘର ହେବାକୁଥିବା ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌)କୁ ମଧ୍ୟ ବାତିଲ କରିଦିଆଯାଇଛି। ଗତ ୨୧ ତାରିଖରେ ରିଟର୍ନିଂ ଅଫିସର (ଅବସରପ୍ରାପ୍ତ ବିଚାରପତି) ଆର୍‌କେ ଗାଉବାଙ୍କ ନିର୍ଦ୍ଦେଶକୁ ପାଳନ କରିବା ପାଇଁ ଏହି ନିଷ୍ପତ୍ତି ଜରୁରୀ ଥିଲା।

ଇଲେକ୍ଟୋରାଲ କଲେଜ ତାଲିକାରେ ପରିବର୍ତ୍ତନ ଲାଗି କୋର୍ଟଙ୍କ ନିର୍ଦ୍ଦେଶ ଥିବାରୁ ପୂର୍ବରୁ ଧାର୍ଯ୍ୟ ସମୟସୀମା ମଧ୍ୟରେ ନିର୍ବାଚନ ପ୍ରକ୍ରିୟା ଶେଷ କରିବା ସମ୍ଭବ ନୁହେଁ ବୋଲି ବିଏଫ୍‌ଆଇ ପକ୍ଷରୁ ଏହାର ସମସ୍ତ ସଦସ୍ୟ ରାଜ୍ୟକୁ ସୂଚନା ଦିଆଯାଇଛି।

ନିର୍ବାଚନ ଲାଗି ମାର୍ଚ୍ଚ ୧୩ରେ ଇଲେକ୍ଟୋରାଲ କଲେଜ ଚୂଡ଼ାନ୍ତ କରାଯାଇଥିବା ବେଳେ ନାମାଙ୍କନ ପାଇଁ ୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ କରାଯାଇଥିଲା। ମାର୍ଚ୍ଚ ୭ ତାରିଖରେ ରାଜ୍ୟ ଆସୋସିଏଶନର ନିର୍ବାଚିତ ସଦସ୍ୟ ନ ଥିବା କର୍ମକର୍ତ୍ତା ଇଲେକ୍ଟୋରାଲ କଲେଜର ସଦସ୍ୟ ହୋଇପାରିବେ ନାହିଁ ବିଏଫ୍‌ଆଇ ସଭାପତି ଅଜୟ ସିଂ ନିର୍ଦ୍ଦେଶ ଜାରି କରିଥିଲେ।

ହେଲେ ଦିଲ୍ଲୀ ଓ ହିମାଚଳ ପ୍ରଦେଶ ହାଇକୋର୍ଟ ଏହା ଉପରେ ରୋକ୍‌ ଲଗାଇଥିଲେ। ଦିଲ୍ଲୀ ହାଇକୋର୍ଟ ବିଏଫ୍‌ଆଇ ନିର୍ବାଚନ ପ୍ରକ୍ରିୟା ଜାରି ରଖିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ହିମାଚଳ ପ୍ରଦେଶ ହାଇକୋର୍ଟ ନାମାଙ୍କନ ଦାଖଲର ତାରିଖ ଘୁଞ୍ଚାଇବାକୁ ନିର୍ଦ୍ଦେଶ ଦେଇଥିଲେ,

ଯାହାଫଳରେ ପୂର୍ବରୁ ଅଯୋଗ୍ୟ ଘୋଷିତ ହୋଇସାରିଥିବା ପୂର୍ବତନ କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ନାମାଙ୍କନ ଦାଖଲ କରିପାରିବେ। ବିଏଫ୍‌ଆଇ ପକ୍ଷରୁ ହିମାଚଳ ପ୍ରଦେଶ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରାଯାଇଥିଲା। ହେଲେ ଏହି ଆବେଦନକୁ ମଙ୍ଗଳବାର ପ୍ରତ୍ୟାଖ୍ୟାନ କରି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri