୨୫ରେ ବିଜିୟୁର ୬ଷ୍ଠ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର,୨୪।୧୧ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ବିର୍ଲା ଗ୍ଲୋବାଲ୍‌ ୟୁନିଭର୍ସିଟି (ବିଜିୟୁ)ର ୬ଷ୍ଠ ସମାବର୍ତ୍ତନ ଉତ୍ସବ ୨୦୨୩ ନଭେମ୍ବର ୨୫ରେ ବିଶ୍ୱବିଦ୍ୟାଳୟର ଭୁବନେଶ୍ୱରସ୍ଥିତ ଗୋଠପାଟଣା କ୍ୟାମ୍ପସ୍‌ରେ ଅନୁଷ୍ଠିତ ହେବାକୁ ଯାଉଛି। ଉକ୍ତ ସମାବର୍ତ୍ତନ ଉସତ୍ବରେ ୬୮ଜଣ ସ୍ନାତକୋତ୍ତର ଏବଂ ୧୩୪ ଜଣ ସ୍ନାତକ ଛାତ୍ରୀଛାତ୍ରଙ୍କୁ ମ୍ୟାନେଜମେଣ୍ଟ,କମ୍ୟୁନିକେଶନ,କମର୍ସ,ସୋସିଆଲ ସାଇନ୍ସ ଏବଂ ଲ ଭଳି ବିଭାଗର ଡିଗ୍ରୀ ପ୍ରଦାନ କରାଯିବ। ଏସ୍‌.ପି.ଶୁକ୍ଳା, କାର୍ଯ୍ୟନିର୍ବାହୀ ସଦସ୍ୟ ତଥା ଚିଫ୍‌ ବ୍ରାଣ୍ଡ୍‌ ଅଫିସର, ପ୍ରେସିଡେଣ୍ଟ, ଡିଫେନ୍ସ-ମହିନ୍ଦ୍ରା ଗ୍ରୁପ୍‌ ଏବଂ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ବିଜିୟୁର ସମ୍ମାନଜନକ ଡି.ଲିଟ୍‌ ଉପାଧି ପ୍ରଦାନ କରାଯିବ। ବିର୍ଲା ଗ୍ଲୋବାଲ୍‌ ୟୁନିଭର୍ସିଟିର ଅଧ୍ୟକ୍ଷା ଜୟଶ୍ରୀ ମୋହତା ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବେ ବୋଲି ବିଜିୟୁ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ସମାବର୍ତ୍ତନ ଉତ୍ସବରେ ବୋର୍ଡ ଅଫ୍‌ ଗଭର୍ନାନ୍ସ ଏବଂ ବୋର୍ଡ ଅଫ୍‌ ମ୍ୟାନେଜମେଣ୍ଟର ସଦସ୍ୟ, ଫାକଲ୍ଟି,ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ମଧ୍ୟ ଉକ୍ତ ଉତ୍ସବରେ ସାମିଲ ହେବେ।
ସେହିପରି ୨୦୨୩ ଶିକ୍ଷା ବର୍ଷରେ ଅନୁଷ୍ଠାନ ଅନେକ ସଫଳତା ହାସଲ କରିଛି। ମ୍ୟାନେଜମେଣ୍ଟ ପାଠ୍ୟକ୍ରମରେ ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି ସାରା ଦେଶରେ ନିଜର ପାରଦର୍ଶିତାକୁ ଦର୍ଶାଇଛି। ଛାତ୍ରୀଛାତ୍ରମାନଙ୍କ ସଫଳତା ପାଇଁ ୟୁନିଭର୍ସିଟି ଗର୍ବିତ ବୋଲି କୁଳପତି ପ୍ରଫେସର ପି.ପି.ମାଥୁର କହିଛନ୍ତି। ପରିଶେଷରେ ରେଜିଷ୍ଟ୍ରାର ବି.କେ. ଦାସ ଏବଂ ପ୍ରଫେସର ଜ୍ଞାନରଞ୍ଜନ ମିଶ୍ର ଉପସ୍ଥିତ ଖବରଦାତାଙ୍କୁ ସମାବର୍ତ୍ତନ ଉତ୍ସବର ବିସ୍ତୃତ ସୂଚନା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାଞ୍ଚାଇଜର ବଡ଼ ଘୋଷଣା: ଆଇପିଏଲ୍‌ରେ ଉପଲବ୍ଧ ରହିବେ ଧୋନୀ

ଅହମଦାବାଦ,୨୨ା୨: ପ୍ରତ୍ୟେକ ଥର ଭଳି ଏଥର ମଧ୍ୟ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ପୂର୍ବରୁ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଖେଳିବେ କି ନାହିଁ,…

ବିବାହ ଦିନ ଜୀବନ ହାରିଲେ ୨ ଭଉଣୀ

ଯୋଧପୁର,୨୨ା୨: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ମନାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ୨ ଝିଅଙ୍କ ବିବାହ ଉତ୍ସବ ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ…

ଭାରତର ବିଜୟ ଧାରାରେ ଲାଗିଲା ବ୍ରେକ

ଅହମଦାବାଦ,୨୨ା୨: ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଚଳିତ ଟି୨୦ ବିଶ୍ୱକପ୍‌ର  ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୭୬ ରନରେ ଭାରତକୁ ପରାସ୍ତ କରିଛି।…

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri