ଭବାନୀ ନିଆଲ ବିଜେଡିରୁ ବହିଷ୍କୃତ

ଭୁବନେଶ୍ୱର(ବ୍ୟୁରୋ)/ ଭବାନୀପାଟଣା, ୧୧।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟ ପରିଷଦ ସଦସ୍ୟ ଭବାନୀ ଶଙ୍କର ନିଆଲଙ୍କୁ ସୋମବାର ବିଜେଡିରୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ରାଜ୍ୟ ସଭାପତିଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜ ତାଙ୍କୁ ବହିଷ୍କାର କରିଥିବା ପ୍ରେସ ବିବୃତିରେ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ଭବାନୀପାଟଣାରେ ଗତ ମାର୍ଚ୍ଚ ୨୬ ତାରିଖରେ ସାଇନଂ କଳାହାଣ୍ଡି ପକ୍ଷରୁ ବେଦାନ୍ତକୁ ବକ୍ସାଇଟ ଖଣି ଲିଜରେ ଦିଆଯାଉ ବୋଲି ଏକ ବିରାଟ ଶୋଭାଯାତ୍ରା ସହ ଟାଉନ ହଲରେ ଏକ ଜନସମ୍ପଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସାଇନିଂ କଳାହାଣ୍ଡି ଅଧ୍ୟକ୍ଷ ତଥା ବିଜେଡି ରାଜ୍ୟ ପରିଷଦ ସଦସ୍ୟ ଡ. ଭବାନୀ ଶଙ୍କର ନିଆଲଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମରେ ବିଜେଡିର ଭବାନୀପାଟଣା ପୌରଧ୍ୟକ୍ଷା, ଉପାଧ୍ୟକ୍ଷ ଏବଂ ସ୍ଥାନୀୟ ନିର୍ବାଚିତ ପ୍ରତିନିଧିଙ୍କ ସମେତ ଦଳୀୟ ନେତା ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମ ପରେ ଜିଲାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଏହାକୁ ପ୍ରତିବାଦ କରି ସଭା କରାଯାଇଥିଲା। ଏପରିକି ଏହି ଘଟଣାକୁ ନେଇ ସାମାଜିକ ଗଣମାଧ୍ୟମରେ କଡା ସମାଲୋଚନା କରାଯିବା ସହ ବିତର୍କ ସୃଷ୍ଟି ହୋଇଥିଲା। ଏପରିକି ସାଇନିଂ କଳାହାଣ୍ଡି ପକ୍ଷରୁ ଏହି କାର୍ଯ୍ୟକ୍ରମ ବିଜେଡି ସମର୍ଥନରେ ହେଉଥିବା ସାଧାରଣରେ ଆଲୋଚନା ହୋଇଥିଲା। ଆଦିବାସୀଙ୍କ ବିରୋଧ ସତ୍ତ୍ୱେ ବେଦାନ୍ତକୁ ଖଣି ଲିଜରେ ଦେବା ଦାବି ନେଇ ଆଦିବାସୀ ସଂଘ ପକ୍ଷରୁ ଅସନ୍ତୋଷ ବ୍ୟକ୍ତ କରି ଆନ୍ଦୋଳନ କରାଯିବା ପାଇଁ ସଜବାଜ ହେଉଥିବା ଶୁଣିବାକୁ ମିଳୁଥିଲା। ଏହା ପୂର୍ବରୁ ଗତ ମଙ୍ଗଳବାର ବିଜେଡି ଜିଲା ସଭାପତି ପୁଷ୍ପେନ୍ଦ୍ର ସିଂଦେଓ ରାଜ୍ୟ ପରିଷଦ ସଦସ୍ୟ ଡ. ଭବାନୀ ନିଆଲଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରି ଏହାର ରିପୋର୍ଟ ୭ ଦିନ ମଧ୍ୟରେ ଦେବାକୁ କହିଥିଲେ। ଏହି ଘଟଣା ନେଇ ଗତ ବୁଧବାର କଳାହାଣ୍ଡି ବିଜେଡି ପକ୍ଷରୁ ଭବାନୀପାଟଣାସ୍ଥିତ ଏକ ହୋଟେଲରେ ଖବରଦାତା ସମ୍ମିଳନୀ ମଧ୍ୟ ଆୟୋଜନ କରାଯାଇଥିଲା। ଏଥିରେ ଭବାନୀପାଟଣା ପୌରଧ୍ୟକ୍ଷା ସଂଯୁକ୍ତା ବେହେରା, ରାଜ୍ୟ ଛାତ୍ର ବିଜେଡି କାର୍ଯ୍ୟକାରୀ ସଭାପତି ଅବିନାଶ ଠାକୁର, ପୂର୍ବତନ ପୌରାଧ୍ୟକ୍ଷ ଆଦିତ୍ୟ ନନ୍ଦ, ଜିଲା ସାଧାରଣ ସମ୍ପାଦକ ଭବାନୀ ଶଙ୍କର ମିଶ୍ର, ଜିଲା ଉପସଭାପତି ଜିତେନ୍ଦ୍ର ମହାନ୍ତି, ଚିତ୍ତ ରଞ୍ଜନ ମଣ୍ଡଳ, ଟାଉନ ସଭାପତି ଧବଳେଶ୍ୱର ମହାପାତ୍ର ପ୍ରମୁଖ ଯୋଗଦେଇ ସାଇନିଂ କଳାହାଣ୍ଡି ସହ ବିଜେଡିର କୌଣସି ସମ୍ପର୍କ ନାହିଁ ବୋଲି କହିଥିଲେ। ଏପରିକି ବେଦାନ୍ତକୁ ଖଣି ଲିଜରେ ଦେବା ପାଇଁ ଦାବି ବିଷୟରେ ସେମାନେ ପୂର୍ବରୁ ଜାଣି ନ ଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଭାଗ ନେବା ପରେ ଘଟଣାର ଦାବି ବିଷୟରେ ଜାଣିଥିଲେ। ଦୀର୍ଘବର୍ଷ ଧରି ଆଦିବାସୀଙ୍କ ପ୍ରତିବାଦ ଓ ବିରୋଧ ପରେ ବେଦାନ୍ତକୁ ନିୟମଗିରି ଖଣି ଖନନ ନ କରିବା ପାଇଁ ସୁପ୍ରିମକୋର୍ଟ ରୋକ ଲଗାଇଛନ୍ତି। ଉପରୋକ୍ତ କାର୍ଯ୍ୟକ୍ରମ ଦ୍ୱାରା ଆଦିବାସୀମାନଙ୍କ ମାନସିକତାକୁ ଆଘାତ ହୋଇଥିବା ମନେ କରି ଖବରଦାତା ସମ୍ମିଳନୀରେ ବିଜେଡି ପକ୍ଷରୁ ଦୁଃଖ ପ୍ରକାଶ କରାଯାଇଥିଲା। ଆଦିବାସୀଙ୍କ ସହ ବିଜେଡି ସଦାସର୍ବଦା ରହିଛି ବୋଲି କହିଥିଲେ। ଜିଲାରେ ଏକ ଆଦିବାସୀ ଭବନ ପାଇଁ ୩୦ ଡେସିମିଲ ସ୍ଥାନ ସହ ୫୦ ଲକ୍ଷ ଟଙ୍କାର ଅନୁଦାନ ମୁଖ୍ୟମନ୍ତ୍ରୀ ଘୋଷଣା କରି ଆଦିବାସୀଙ୍କୁ ଉତ୍ସାହିତ କରିଛନ୍ତି ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri