Posted inଜାତୀୟ

ପ୍ରଚାରର ଶେଷ ଦିନରେ ଭାଜପା ନେତାଙ୍କ ଉପରେ ଆକ୍ରମଣ

କୋଲକତା,୨୭।୯: ପଶ୍ଚିମବଙ୍ଗର ହାଇ ପ୍ରୋଫାଇଲ ଆସନ ଭବନୀପୁରରେ ସୋମବାର ନିର୍ବାଚନ ପ୍ରଚାରର ଶେଷ ଦିନ। ଏହି ଆସନରେ ଟିଏମସିର ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀନ୍ତ୍‌ ଏବଂ ଭାଜପା ନେତ୍ରୀ ପ୍ରିୟଙ୍କା ଟିବ୍ରଓ୍ବୋଲଙ୍କ ମଧ୍ୟରେ କଡା ଟକ୍କର ହେବାକୁ ଯାଉଛି। ପ୍ରଚାରର ଶେଷ ଦିରେ ଶାସକ ତୃଣମୂଳ କଂଗ୍ରେସ ଏବଂ ମୁଖ୍ୟ ବିରୋଧୀ ଦଳ ଭାଜପା ମୁହାଁମୁହିଁ ହୋଇଛନ୍ତି। ଉଭୟ ଦଳର ଷ୍ଟାର ପ୍ରଚାରକମାନେ ଜନତାଙ୍କୁ ଆକୃଷ୍ଟ କରିବା ପାଇଁ କଠିନ ପରିଶ୍ରମ କରୁଛନ୍ତି। ସେପଟେ ପୂର୍ବତନ ଭାଜପା ରାଜ୍ୟ ସଭାପତି ତଥା ତାରକା ପ୍ରଚାରକ ଦିଲୀପ ଘୋଷଙ୍କୁ ଆକ୍ରମଣ କରାଯାଇଛି। ଏହି ଆକ୍ରମଣରେ ତୃଣମୂଳ କଂଗ୍ରେସ (ଟିଏମଏସି) କର୍ମୀଙ୍କ ହାତ ଥିବା ଭାଜପା ଅଭିଯୋଗ କରିଛି। ପ୍ରଚାରର ଶେଷ ଦିନରେ ଭାଜପା ଏବଂ ଟିଏମସି କର୍ମୀମାନେ ପରସ୍ପର ସହ ଝଗଡା କରିଥିଲେ। ଟିଏମଏସି କର୍ମୀମାନେ ମଧ୍ୟ ଦିଲୀପ ଘୋଷଙ୍କ ଧକ୍କା ମାରିଥିବା ଅଭିଯୋଗ ହୋଇଛି। ଏହି ସମୟରେ ଦିଲୀପ ଘୋଷଙ୍କ ସୁରକ୍ଷା କର୍ମୀମାନେ ଟିଏମସି କର୍ମୀଙ୍କୁବନ୍ଧୁକ ଦେଖାଇଥିଲେ। ତେବେ ଉଭୟ ପକ୍ଷର କାର୍ଯ୍ୟକର୍ତ୍ତାମାନଙ୍କୁ ଶାନ୍ତ କରାଯାଇଥିଲା।
ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ ୩୦ ସେପ୍ଟେମ୍ବରରେ ଭବାନୀପୁର ସମେତ ତିନିଟି ଆସନରେ ବିଧାନସଭା ଉପ-ନିର୍ବାଚନ ଅନୁଷ୍ଠିତ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri