ଶିବବିବାହ ପାଇଁ ଉଠିଲା ଲଗ୍ନଥାଳ 

ଭଦ୍ରକ,୨୪।୫(ସନାତନ ରାଉତ): ଭଦ୍ରକର ପ୍ରସିଦ୍ଧ ଶୈବପୀଠ ଆରଡ଼ି ଆଖଣ୍ଡଳମଣି ପୀଠରେ ଶିବବିବାହ ପାଇଁ ପବିତ୍ର ଚନ୍ଦନ ପୂର୍ଣ୍ଣିମା ଅବସରରେ ଲଗ୍ନ ଧରାଯାଇଛି। ବୈଦିକ ରୀତିନୀତି ଅନୁଯାୟୀ କନ୍ୟାପିତା ଗଦାଧର ପାଢ଼ୀ ବରପିତା କେଦାରନାଥ ପାଢ଼ୀଙ୍କୁ ଲଗ୍ନଥାଳ ପ୍ରଦାନ କରିଥିଲେ। ଭୋର ୪ଟାରେ ମନ୍ଦିର ଦ୍ୱାରଫିଟା ନୀତି ପରେ ମଙ୍ଗଳ ଆଳତି, ଘର୍ଷଣ ଲାଗି ସରିବା ପରେ ଚନ୍ଦନନୀତି ଅନୁଷ୍ଠିତ ହୋଇଥିଲା। ଅପରାହ୍ନ ୪ଟାରେ ମଣିବାବାଙ୍କୁ ବଡ଼ସିଂହାର ବେଶରେ ସଜ୍ଜିତ କରାଯାଇଥିଲା।  ଆଜ୍ଞାମାଳ ଆଣିବା ପରେ ଶିବବିବାହ ପାଇଁ ଲଗ୍ନଥାଳ ଉଠିଥିଲା।
ଯୋଡ଼ି ମହୁରୀ ସହ ଘଣ୍ଟ କୀର୍ତ୍ତନ, ଆଲଟଚାମର ଦ୍ୱାରା ଏକ ଉତ୍ସବମୁଖର ପରିବେଶରେ ଲଗ୍ନଥାଳ ବରପିତାଙ୍କ ଘରୁ କନ୍ୟାପିତାଙ୍କ ଘର ଅଭିମୁଖେ ବାହାରିଥିଲା। ବହୁ ଭକ୍ତ ଓ ସେବାୟତଙ୍କ ଦ୍ୱାରା ବାଜାବାଣ ରୋଷଣୀ ସହ ଲଗ୍ନଥାଳ ନଗରୀ ପରିକ୍ରମା କରିବା ପରେ କନ୍ୟାପିତାଙ୍କ ଘରେ ପହଞ୍ଚି ଥିଲା।
ସେଠାରେ ଜ୍ୟୋତିଷ ଓ ବ୍ରାହ୍ମଣଙ୍କ ଦ୍ୱାରା ତାଳପତ୍ରରେ ଲଗ୍ନଚିଟାଉ ଲେଖାଯାଇ ଆସନ୍ତା ଜୁନ୍‌ ୧୧ରେ ଦେବଦମ୍ପତିଙ୍କ ବିବାହ ପାଇଁ ଦିନ ଧାର୍ଯ୍ୟ କରାଯାଇଥିଲା। ସମସ୍ତଙ୍କ ଉପସ୍ଥିତିରେ ଶୁଭ ମୂହୂର୍ତ୍ତ ଗଣନା କରାଯାଇ ପାଣିଗ୍ରହଣ ନୀତିର ସମୟ ନିର୍ଦ୍ଧାରଣ କରାଯାଇଥିଲା।
 ଭକ୍ତ ଓ ସେବାୟତଙ୍କ ଗହଣରେ ଲଗ୍ନଚିଟାଉ ପାଠ କରାଯିବା ପରେ ପୁନର୍ବାର ବରପିତାଙ୍କ ଘର ଅଭିମୁଖେ ଲଗ୍ନଥାଳ ବାହାରିଥିଲା। ବରପିତାଙ୍କ ଘରେ ଚିଟାଉକୁ ସ୍ବାଗତ କରାଯାଇ ଗୁଆ ମଙ୍ଗୁଳା ନୀତି କରାଯାଇଥିଲା। ଏହି ମଙ୍ଗୁଳା ଗୁଆ ଓ ନିମନ୍ତ୍ରଣପତ୍ର ପୀଠ ସମେତ ପଡ଼ୋଶୀ ଜିଲାର ସମସ୍ତ ଦେବଦେବୀଙ୍କୁ ବଣ୍ଟନ କରାଯିବ। ଏଥିପାଇଁ ମନ୍ଦିର ଓ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri