ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ: ଶଙ୍ଖଭବନରେ ୨ ଗୋଷ୍ଠୀ ମୁହାଁମୁହିଁ, ବବି ବୁଝାଇ କହିଲେ….

ଭୁବନେଶ୍ୱର,୩୦।୯: ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ। ଗୋଷ୍ଠୀ କନ୍ଦଳ ପରେ ଶଙ୍ଖଭବନରେ ପହଞ୍ଚିଛନ୍ତି ଉଭୟ ଗୋଷ୍ଠୀ । ଭଦ୍ରକ ଜିଲା ସମୀକ୍ଷା ବୈଠକ ବେଳେ ୨ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି।ଗୋଟିଏ ଗୋଷ୍ଠୀ ବୈଠକ ବର୍ଜନ କରଥିବା ବେଳେ କର୍ମୀଙ୍କୁ ବିଜେଡି ନେତା ବବି ଦାସ ବୁଝାଇଛନ୍ତି।ଘର ଭିତରେ ଏମିତି ହୁଏ, କୌଣସି ବିବାଦ ନାହିଁ କହି ବବି କହିଛନ୍ତି।

ଅନ୍ୟପକ୍ଷେ, ବିଜେଡି କଳି ଉଗ୍ର ରୂପ ନେବା ପରେ ବିଜେଡି ସୁପ୍ରିମୋ ଆକ୍ସନ ନେଇଛନ୍ତି। ଏନେଇ ୪ ଜଣଙ୍କୁ ନୋଟିସ ପଠାଯାଇଛି।

୨ ନେତା ଓ ୨ କର୍ପୋରେଟରଙ୍କୁ ସୋ-କଜ ନୋଟିସ ପଠାଯାଇଛି । ଅମରେଶ ଜେନା, ବିରଞ୍ଚି ମହାସୂପକାର, ବିବେକ ସ୍ବାଇଁ ଏବଂ ରାଜେଶ ପାତ୍ରଙ୍କୁ ଦଳରେ ବିଶୃଙ୍ଖଳା କାର୍ଯ୍ୟକଳାପ ପାଇଁ ନୋଟିସ ପଠାଯାଇଛି। ଏହି ୪ ଜଣଙ୍କୁ କାରଣ ଦର୍ଶାଅ ନୋଟିସ କରିଛନ୍ତି ଜିଲା ସଭାପତି ସୁଶାନ୍ତ ରାଉତ। ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଚିବ, ବିଜୁ ଯୁବ ଜନତା ଦଳର ସଭାପତିଙ୍କୁ ବି ନୋଟିସ। ୧୫ ଦିନ ମଧ୍ୟରେ ଉତ୍ତର ରଖିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମୋ।

ଅଶୋକ ଓ ଅନନ୍ତଙ୍କ ସମର୍ଥକ କର୍ପୋରେଟର ସୋମବାର ଗୋଟିଏ ବସରେ ସମସ୍ତେ ପୁରୀ ଲୋକନାଥ ଦର୍ଶନ ପାଇଁ ଯାଇଛନ୍ତି। ହେଲେ ଏମାନଙ୍କ ସହ ବିରଞ୍ଚି ଏବଂ ଅମରେଶ ଜେନାଙ୍କ ଗୋଷ୍ଠୀ ଯାଇ ନାହାନ୍ତି। ଶୁକ୍ରବାର ଗୋଟିଏ ପଟେ ବିଏମସି କର୍ପୋରେସନ ବୈଠକ ଚାଲିଥିବାବେଳେ ଅନ୍ୟପଟେ କର୍ପୋରେସନ ବୈଠକ ବସିଥିଲା। ସବୁଠାରୁ ବଡ଼ କଥା ହେଉଛି ଏହି କର୍ପୋରେସନ ବୈଠକକୁ ବିଜେଡିର ପ୍ରାୟ ୪୦ ଜଣ କର୍ପୋରେଟର ଯାଇ ନ ଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଉ ଏକ ସ୍ଥାନରେ ଏକାଠି ବସିଥିଲେ। ଏତେ ସଂଖ୍ୟାରେ କର୍ପେରେଟର ବିଏମ୍ସି ବେଠକକୁ ନ ଆସିବା ଏକ ବିଦ୍ରୋହର ସଂଙ୍କେତ ହୋଇପାରେ ବୋଲି ମଧ୍ୟ କୁହାଯାଉଛି। ବିଏମସି କର୍ପୋରେସନ ବୈଠକରେ ଅଧାରୁ ଅଧିକ କର୍ପୋରେଟର ଯୋଗ ନଦେଇ ସମାନ୍ତରାଳ ଭାବେ ବେଠକ କରିବା ଦଳୀୟ କନ୍ଦଳ ଆଡ଼କୁ ଇସାରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri