ତିହିଡ଼ି,୧୪।୮(ସ୍ବ.ପ୍ର.)- ଶାଶୁ ଘର ଲୋକଙ୍କ ନିର୍ଯାନତାରେ ଅତିଷ୍ଠ ହୋଇ ଜଣେ ମହିଳା ତାଙ୍କ ମା’ବାପାଙ୍କ ସହ ରାସ୍ତାରେ ଶୋଇ ପ୍ରତିବାଦ ଜଣାଇବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିଲା।
ପ୍ରକାଶ ଯେ, ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ କମାରିଆ ଗ୍ରାମର ନିରାକାର ସାହୁ ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ ତାଙ୍କ ଝିଅ ସୁଜାତା ସେହି ଗ୍ରାମର ଶଚିନ ଗିରିଙ୍କ ପୁଅ ରଞ୍ଜିତଙ୍କୁ ୭ ବର୍ଷ ତଳେ ବୈଦିକ ରୀତିରେ ବିବାହ କରିଥିଲେ। ବିବାହ ସମୟରେ ନଗଦ ଟଙ୍କା ଓ ଅନ୍ୟାନ୍ୟ ଆସବାବପତ୍ର ଆଦି ଯୌତୁକ ବାବଦକୁ ଦିଆଯାଇଥିଲା। ତେବେ ପ୍ରଥମ ୨ବର୍ଷ ସବୁକିଛି ଭଲରେ ଯିବା ପରେ ଶ୍ୱଶୁର ଘର ତରଫରୁ ବୋହୂ ଉପରେ ନିର୍ଯାତନା ଆରମ୍ଭ ହୋଇଥିଲା। ଶାଶୁ ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ। ୨ ମାସ ତଳେ ସୁଜାତାଙ୍କୁ ବାହାର କରିଦେବାରୁ ସେ ବାପ ଘରେ ରହୁଥିଲେ। ମଙ୍ଗଳବାର ସୁଜାତା ନିଜ ଶ୍ୱଶୁର ଘରକୁ ଯାଇଥିବା ବେଳେ ତାଙ୍କୁ ନିସ୍ତୁକ ମାଡ଼ ମରାଯାଇଥିଲା। ଏ ନେଇ ସୁଜାତାଙ୍କ ବାପା ଓ ମାଆ ବୁଧବାର ସକାଳେ ପଚାରିବାକୁ ଯାଇଥିଲେ। ଝିଅ ଶ୍ୱଶୁର ଘର ଲୋକେ ତାଙ୍କୁ ବୋତଲ ଫିଙ୍ଗି ଆକ୍ରମଣ କରିଥିଲେ ବୋଲି ନିରାକାର ଅଭିଯୋଗ କରିଥିଲେ। ପରେ ସୁଜାତା, ତାଙ୍କ ବାପା ଓ ମା’ କମାରିଆ ବଜାର ନିକଟରେ ଭଦ୍ରକ-ଚାନ୍ଦବାଲି ରାସ୍ତାରେ ଶୋଇ ପ୍ରତିବାଦ କରିଥିଲେ। ଫଳରେ ଘଣ୍ଟାଏରୁ ଉଦ୍ଧର୍ବ ସମୟ ଧରି ଯାନବାହନ ଚଳାଚଳ ବନ୍ଦ ରହିଥିଲା। ଖବର ପାଇ ତିହିଡ଼ି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସେମାନଙ୍କୁ ବୁଝାଶୁଝା କରି ରାସ୍ତା ଅବରୋଧ ହଟାଇଥିଲା। ସୁଜାତାଙ୍କ ଶାଶୁ ଓ ସ୍ବାମୀଙ୍କୁ ଥାନାକୁ ଆଣି ପଚରା ଉଚରା କରାଯାଉଥିବା ପୋଲିସ କହିଛି।
ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା
ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...
ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…
ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...
ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍ଆଇ, ଚାକିରିରୁ ବିଦା ହେଲେ ପିଅନ
ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ...
ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର
ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆଙ୍କୁ...
ହାଇମାଷ୍ଟ ଲାଇଟ୍ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ
ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍...
ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ
ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...
ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…
ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
Archives


