ତିହିଡ଼ି,୧୪।୮(ସ୍ବ.ପ୍ର.)- ଶାଶୁ ଘର ଲୋକଙ୍କ ନିର୍ଯାନତାରେ ଅତିଷ୍ଠ ହୋଇ ଜଣେ ମହିଳା ତାଙ୍କ ମା’ବାପାଙ୍କ ସହ ରାସ୍ତାରେ ଶୋଇ ପ୍ରତିବାଦ ଜଣାଇବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିଲା।
ପ୍ରକାଶ ଯେ, ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ କମାରିଆ ଗ୍ରାମର ନିରାକାର ସାହୁ ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ ତାଙ୍କ ଝିଅ ସୁଜାତା ସେହି ଗ୍ରାମର ଶଚିନ ଗିରିଙ୍କ ପୁଅ ରଞ୍ଜିତଙ୍କୁ ୭ ବର୍ଷ ତଳେ ବୈଦିକ ରୀତିରେ ବିବାହ କରିଥିଲେ। ବିବାହ ସମୟରେ ନଗଦ ଟଙ୍କା ଓ ଅନ୍ୟାନ୍ୟ ଆସବାବପତ୍ର ଆଦି ଯୌତୁକ ବାବଦକୁ ଦିଆଯାଇଥିଲା। ତେବେ ପ୍ରଥମ ୨ବର୍ଷ ସବୁକିଛି ଭଲରେ ଯିବା ପରେ ଶ୍ୱଶୁର ଘର ତରଫରୁ ବୋହୂ ଉପରେ ନିର୍ଯାତନା ଆରମ୍ଭ ହୋଇଥିଲା। ଶାଶୁ ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ। ୨ ମାସ ତଳେ ସୁଜାତାଙ୍କୁ ବାହାର କରିଦେବାରୁ ସେ ବାପ ଘରେ ରହୁଥିଲେ। ମଙ୍ଗଳବାର ସୁଜାତା ନିଜ ଶ୍ୱଶୁର ଘରକୁ ଯାଇଥିବା ବେଳେ ତାଙ୍କୁ ନିସ୍ତୁକ ମାଡ଼ ମରାଯାଇଥିଲା। ଏ ନେଇ ସୁଜାତାଙ୍କ ବାପା ଓ ମାଆ ବୁଧବାର ସକାଳେ ପଚାରିବାକୁ ଯାଇଥିଲେ। ଝିଅ ଶ୍ୱଶୁର ଘର ଲୋକେ ତାଙ୍କୁ ବୋତଲ ଫିଙ୍ଗି ଆକ୍ରମଣ କରିଥିଲେ ବୋଲି ନିରାକାର ଅଭିଯୋଗ କରିଥିଲେ। ପରେ ସୁଜାତା, ତାଙ୍କ ବାପା ଓ ମା’ କମାରିଆ ବଜାର ନିକଟରେ ଭଦ୍ରକ-ଚାନ୍ଦବାଲି ରାସ୍ତାରେ ଶୋଇ ପ୍ରତିବାଦ କରିଥିଲେ। ଫଳରେ ଘଣ୍ଟାଏରୁ ଉଦ୍ଧର୍ବ ସମୟ ଧରି ଯାନବାହନ ଚଳାଚଳ ବନ୍ଦ ରହିଥିଲା। ଖବର ପାଇ ତିହିଡ଼ି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସେମାନଙ୍କୁ ବୁଝାଶୁଝା କରି ରାସ୍ତା ଅବରୋଧ ହଟାଇଥିଲା। ସୁଜାତାଙ୍କ ଶାଶୁ ଓ ସ୍ବାମୀଙ୍କୁ ଥାନାକୁ ଆଣି ପଚରା ଉଚରା କରାଯାଉଥିବା ପୋଲିସ କହିଛି।
ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ
ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…
ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ
ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…
କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..
ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…
ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ
ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…
ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ
ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…
ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ
ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…
ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…
ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…
ହଠାତ୍ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼
ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…
Archives

