ଭଦ୍ରକ-ଚାନ୍ଦବାଲି ରାସ୍ତା ଘଣ୍ଟାଏ ଅବରୋଧ: ମା’ବାପାଙ୍କ ସହ ରାସ୍ତାରେ ଶୋଇଲେ ନିର୍ଯାତିତା

ତିହିଡ଼ି,୧୩ା୮(ସ୍ବ.ପ୍ର.)- ଶାଶୁ ଘର ଲୋକଙ୍କ ନିର୍ଯାନତାରେ ଅତିଷ୍ଠ ହୋଇ ଜଣେ ମହିଳା ତାଙ୍କ ମା’ବାପାଙ୍କ ସହ ରାସ୍ତାରେ ଶୋଇ ପ୍ରତିବାଦ ଜଣାଇବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିଲା।
ପ୍ରକାଶ ଯେ, ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ କମାରିଆ ଗ୍ରାମର ନିରାକାର ସାହୁ ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ ତାଙ୍କ ଝିଅ ସୁଜାତା ସେହି ଗ୍ରାମର ଶଚିନ ଗିରିଙ୍କ ପୁଅ ରଞ୍ଜିତଙ୍କୁ ୭ ବର୍ଷ ତଳେ ବୈଦିକ ରୀତିରେ ବିବାହ କରିଥିଲେ। ବିବାହ ସମୟରେ ନଗଦ ଟଙ୍କା ଓ ଅନ୍ୟାନ୍ୟ ଆସବାବପତ୍ର ଆଦି ଯୌତୁକ ବାବଦକୁ ଦିଆଯାଇଥିଲା। ତେବେ ପ୍ରଥମ ୨ବର୍ଷ ସବୁକିଛି ଭଲରେ ଯିବା ପରେ ଶ୍ୱଶୁର ଘର ତରଫରୁ ବୋହୂ ଉପରେ ନିର୍ଯାତନା ଆରମ୍ଭ ହୋଇଥିଲା। ଶାଶୁ ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ। ୨ ମାସ ତଳେ ସୁଜାତାଙ୍କୁ ବାହାର କରିଦେବାରୁ ସେ ବାପ ଘରେ ରହୁଥିଲେ। ମଙ୍ଗଳବାର ସୁଜାତା ନିଜ ଶ୍ୱଶୁର ଘରକୁ ଯାଇଥିବା ବେଳେ ତାଙ୍କୁ ନିସ୍ତୁକ ମାଡ଼ ମରାଯାଇଥିଲା। ଏ ନେଇ ସୁଜାତାଙ୍କ ବାପା ଓ ମାଆ ବୁଧବାର ସକାଳେ ପଚାରିବାକୁ ଯାଇଥିଲେ। ଝିଅ ଶ୍ୱଶୁର ଘର ଲୋକେ ତାଙ୍କୁ ବୋତଲ ଫିଙ୍ଗି ଆକ୍ରମଣ କରିଥିଲେ ବୋଲି ନିରାକାର ଅଭିଯୋଗ କରିଥିଲେ। ପରେ ସୁଜାତା, ତାଙ୍କ ବାପା ଓ ମା’ କମାରିଆ ବଜାର ନିକଟରେ ଭଦ୍ରକ-ଚାନ୍ଦବାଲି ରାସ୍ତାରେ ଶୋଇ ପ୍ରତିବାଦ କରିଥିଲେ। ଫଳରେ ଘଣ୍ଟାଏରୁ ଉଦ୍ଧର୍‌ବ ସମୟ ଧରି ଯାନବାହନ ଚଳାଚଳ ବନ୍ଦ ରହିଥିଲା। ଖବର ପାଇ ତିହିଡ଼ି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସେମାନଙ୍କୁ ବୁଝାଶୁଝା କରି ରାସ୍ତା ଅବରୋଧ ହଟାଇଥିଲା। ସୁଜାତାଙ୍କ ଶାଶୁ ଓ ସ୍ବାମୀଙ୍କୁ ଥାନାକୁ ଆଣି ପଚରା ଉଚରା କରାଯାଉଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?