ଭଦ୍ରକକୁ ମିଳିଲା ନୂଆ ଜିଲାପାଳ

ଭଦ୍ରକ,୮ା୮: ଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ବଡ଼ ଧରଣର ଅଦଳବଦଳ କରିଛନ୍ତି। ଭଦ୍ରକ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦୋରଙ୍କ ସମ୍ବଲପୁର ଜିଲାକୁ ବଦଳି ହୋଇଥିବା ବେଳେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟଙ୍କୁ ଭଦ୍ରକ ଜିଲାପାଳ ଭାବେ ନିଯୁକ୍ତି ମିଳିଛି।

ରାଜ୍ୟ ସରକାର ଆଇଏଏସ୍‌ ଏବଂ ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ବୁଧବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୭ ଜଣ ଜିଲାପାଳଙ୍କୁ ବଦଳି କରାଯାଇଛି। ୨୦୦୯ ବ୍ୟାଚ୍‌ ଆଇଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହିତ ତାଙ୍କୁ ଓଡ଼ିଶା ପରିବାରର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

୨୦୧୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ବାଲେଶ୍ୱର ଜିଲାପାଳ ଆଶିଷ ଠାକ୍‌ରେଙ୍କୁ ଅଫିସର କଟକସ୍ଥିତ ବୋର୍ଡ ଅଫ୍‌ ରେଭିନ୍ୟୁର ସମ୍ପାଦକ ଭାବେ ବଦଳି କରାଯାଇଥିବାବେଳେ ନବରଙ୍ଗପୁର ଜିଲାପାଳ କମଳ ଲୋଚନ ମିଶ୍ରଙ୍କୁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଓସ୍‌ଡମା) କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ, ୨୦୧୨ ଆଇଏଏସ୍‌ ଅଫିସର ତଥା ଯାଜପୁର ଜିଲାପାଳ ନିଖିଳ ପଓ୍ବନ କଲ୍ୟାଣଙ୍କୁ ସଏଲ୍‌ କଞ୍ଜରଭେଶନ ଓ ଓ୍ବାଟର୍‌ଶେଡ୍‌ ଡେଭଲପ୍‌ମେଣ୍ଟ ନିର୍ଦ୍ଦେଶକ, କଟକ ମହାନଗର ନିଗମ କମିଶନର ବିଜୟ କୁମାର ଦାଶଙ୍କୁ ଗଜପତି ଜିଲାପାଳ, ଗଜପତି ଜିଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କୁ କେନ୍ଦ୍ରାପଡ଼ା ଜିଲାପାଳ ଏବଂ ନୟାଗଡ଼ ଜିଲାପାଳ ସ୍ବାଧାଦେବ ସିଂଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

ସେହିପରି ୨୦୧୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ପାରୁଲ ପଟଓ୍ବାରୀଙ୍କୁ ରାୟଗଡ଼ା ଜିଲାପାଳ ଭାବେ ବଦଳି କରାଯାଇଥିବାବେଳେ ଢେଙ୍କାନାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ କନ୍ଧମାଳ, ଭଦ୍ରକ ଜିଲାପାଳ ସିଦ୍ଧେଶ୍ୱର ବନ୍ଦାରଙ୍କୁ ସମ୍ବଲପୁର ଜିଲାପାଳ, ମୟୂରଭଞ୍ଜ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେଙ୍କୁ କଟକ ଜିଲାପାଳ, ନୂଆପଡ଼ା ଜିଲାପାଳ ହେମକାନ୍ତ ସଏଙ୍କୁ ମୟୂରଭଞ୍ଜ ଜିଲାପାଳ, କଳାହାଣ୍ଡି ଜିଲାପାଳ ପି. ଅନଭେଶା ରେଡ୍ଡିଙ୍କୁ ଯାଜପୁର ଜିଲାପାଳ, କନ୍ଧମାଳ ଜିଲାପାଳ ଆଶିଷ ଈଶ୍ୱର ପାଟିଲଙ୍କୁ ମାଲକାନଗିରି ଜିଲାପାଳ, ଦେବଗଡ଼ ଜିଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଢେଙ୍କାନାଳ ଜିଲାପାଳ, ଗ୍ରାମ୍ୟ ଉନ୍ନୟନ ନିର୍ଦ୍ଦେଶକ ଶୁଭଙ୍କର ମହାପାତ୍ରଙ୍କୁ ନବରଙ୍ଗପୁର ଜିଲାପାଳ, କେନ୍ଦ୍ରାପଡ଼ା ଜିଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କୁ ବାଲେଶ୍ୱର ଜିଲାପାଳ, ବୌଦ୍ଧ ଜିଲାପାଳ ଜେ. ସୋନାଲଙ୍କୁ ଜଗତ୍‌ସିଂହପୁର ଜିଲାପାଳ, ମାଲକାନଗିରି ଜିଲାପାଳ ପାଓ୍ବାର ସଚିନ ପ୍ରକାଶଙ୍କୁ କଳାହାଣ୍ଡି ଜିଲାପାଳ ଏବଂ ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରଓ୍ବାଲଙ୍କୁ ନୟାଗଡ଼ ଜିଲାପାଳ ଭାବେ ବଦଳି କରାଯାଇଛି।

ସେହିପରି ରାୟଗଡ଼ା ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କୁ ସୁନ୍ଦରଗଡ଼ ଜିଲାପାଳ ଭାବେ ବଦଳି କରାଯାଇଥିବାବେଳେ ଓଡ଼ିଶା ଖଣି ନିଗମ ଏକ୍‌ଜିକ୍ୟୁଟିଭ୍‌ ଡାଇରେକ୍ଟର କବୀନ୍ଦ୍ର କୁମାର ସାହୁଙ୍କୁ ଦେବଗଡ଼ ଜିଲାପାଳ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ବତନ୍ତ୍ର ସଚିବ ମଧୁସୂଦନ ଦାଶଙ୍କୁ ନୂଆପଡ଼ା ଜିଲାପାଳ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ସ୍ବତନ୍ତ୍ର ସଚିବ ସୁବ୍ରତ କୁମାର ପଣ୍ଡାଙ୍କୁ ବୌଦ୍ଧ ଜିଲାପାଳ ଭାବେ ବଦଳି କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri