ଭଦ୍ରକକୁ ମିଳିଲା ନୂଆ ଜିଲାପାଳ

ଭଦ୍ରକ,୮ା୮: ଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ବଡ଼ ଧରଣର ଅଦଳବଦଳ କରିଛନ୍ତି। ଭଦ୍ରକ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦୋରଙ୍କ ସମ୍ବଲପୁର ଜିଲାକୁ ବଦଳି ହୋଇଥିବା ବେଳେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟଙ୍କୁ ଭଦ୍ରକ ଜିଲାପାଳ ଭାବେ ନିଯୁକ୍ତି ମିଳିଛି।

ରାଜ୍ୟ ସରକାର ଆଇଏଏସ୍‌ ଏବଂ ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ବୁଧବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୭ ଜଣ ଜିଲାପାଳଙ୍କୁ ବଦଳି କରାଯାଇଛି। ୨୦୦୯ ବ୍ୟାଚ୍‌ ଆଇଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହିତ ତାଙ୍କୁ ଓଡ଼ିଶା ପରିବାରର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

୨୦୧୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ବାଲେଶ୍ୱର ଜିଲାପାଳ ଆଶିଷ ଠାକ୍‌ରେଙ୍କୁ ଅଫିସର କଟକସ୍ଥିତ ବୋର୍ଡ ଅଫ୍‌ ରେଭିନ୍ୟୁର ସମ୍ପାଦକ ଭାବେ ବଦଳି କରାଯାଇଥିବାବେଳେ ନବରଙ୍ଗପୁର ଜିଲାପାଳ କମଳ ଲୋଚନ ମିଶ୍ରଙ୍କୁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଓସ୍‌ଡମା) କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ, ୨୦୧୨ ଆଇଏଏସ୍‌ ଅଫିସର ତଥା ଯାଜପୁର ଜିଲାପାଳ ନିଖିଳ ପଓ୍ବନ କଲ୍ୟାଣଙ୍କୁ ସଏଲ୍‌ କଞ୍ଜରଭେଶନ ଓ ଓ୍ବାଟର୍‌ଶେଡ୍‌ ଡେଭଲପ୍‌ମେଣ୍ଟ ନିର୍ଦ୍ଦେଶକ, କଟକ ମହାନଗର ନିଗମ କମିଶନର ବିଜୟ କୁମାର ଦାଶଙ୍କୁ ଗଜପତି ଜିଲାପାଳ, ଗଜପତି ଜିଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କୁ କେନ୍ଦ୍ରାପଡ଼ା ଜିଲାପାଳ ଏବଂ ନୟାଗଡ଼ ଜିଲାପାଳ ସ୍ବାଧାଦେବ ସିଂଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

ସେହିପରି ୨୦୧୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ପାରୁଲ ପଟଓ୍ବାରୀଙ୍କୁ ରାୟଗଡ଼ା ଜିଲାପାଳ ଭାବେ ବଦଳି କରାଯାଇଥିବାବେଳେ ଢେଙ୍କାନାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ କନ୍ଧମାଳ, ଭଦ୍ରକ ଜିଲାପାଳ ସିଦ୍ଧେଶ୍ୱର ବନ୍ଦାରଙ୍କୁ ସମ୍ବଲପୁର ଜିଲାପାଳ, ମୟୂରଭଞ୍ଜ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେଙ୍କୁ କଟକ ଜିଲାପାଳ, ନୂଆପଡ଼ା ଜିଲାପାଳ ହେମକାନ୍ତ ସଏଙ୍କୁ ମୟୂରଭଞ୍ଜ ଜିଲାପାଳ, କଳାହାଣ୍ଡି ଜିଲାପାଳ ପି. ଅନଭେଶା ରେଡ୍ଡିଙ୍କୁ ଯାଜପୁର ଜିଲାପାଳ, କନ୍ଧମାଳ ଜିଲାପାଳ ଆଶିଷ ଈଶ୍ୱର ପାଟିଲଙ୍କୁ ମାଲକାନଗିରି ଜିଲାପାଳ, ଦେବଗଡ଼ ଜିଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଢେଙ୍କାନାଳ ଜିଲାପାଳ, ଗ୍ରାମ୍ୟ ଉନ୍ନୟନ ନିର୍ଦ୍ଦେଶକ ଶୁଭଙ୍କର ମହାପାତ୍ରଙ୍କୁ ନବରଙ୍ଗପୁର ଜିଲାପାଳ, କେନ୍ଦ୍ରାପଡ଼ା ଜିଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କୁ ବାଲେଶ୍ୱର ଜିଲାପାଳ, ବୌଦ୍ଧ ଜିଲାପାଳ ଜେ. ସୋନାଲଙ୍କୁ ଜଗତ୍‌ସିଂହପୁର ଜିଲାପାଳ, ମାଲକାନଗିରି ଜିଲାପାଳ ପାଓ୍ବାର ସଚିନ ପ୍ରକାଶଙ୍କୁ କଳାହାଣ୍ଡି ଜିଲାପାଳ ଏବଂ ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରଓ୍ବାଲଙ୍କୁ ନୟାଗଡ଼ ଜିଲାପାଳ ଭାବେ ବଦଳି କରାଯାଇଛି।

ସେହିପରି ରାୟଗଡ଼ା ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କୁ ସୁନ୍ଦରଗଡ଼ ଜିଲାପାଳ ଭାବେ ବଦଳି କରାଯାଇଥିବାବେଳେ ଓଡ଼ିଶା ଖଣି ନିଗମ ଏକ୍‌ଜିକ୍ୟୁଟିଭ୍‌ ଡାଇରେକ୍ଟର କବୀନ୍ଦ୍ର କୁମାର ସାହୁଙ୍କୁ ଦେବଗଡ଼ ଜିଲାପାଳ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ବତନ୍ତ୍ର ସଚିବ ମଧୁସୂଦନ ଦାଶଙ୍କୁ ନୂଆପଡ଼ା ଜିଲାପାଳ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ସ୍ବତନ୍ତ୍ର ସଚିବ ସୁବ୍ରତ କୁମାର ପଣ୍ଡାଙ୍କୁ ବୌଦ୍ଧ ଜିଲାପାଳ ଭାବେ ବଦଳି କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

କନ୍ୟା ରାଶିରେ ସୃଷ୍ଟି ହେଲା ମହାପୁରୁଷ ରାଜଯୋଗ: ମକର ସମେତ ୩ ରାଶିଙ୍କର ଲାଗିଲା ଲଟେରୀ, ବ୍ୟାଙ୍କ ବାଲାନ୍ସରେ ଅଚାନକ ବୃଦ୍ଧି

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଭଦ୍ର ମହାପୁରୁଷ ଯୋଗକୁ ଏକ ଶୁଭ ରାଜଯୋଗ ଭାବେ ବିବେଚନା କରାଯାଏ। ବୁଧ ନିଜ ରାଶି ମିଥୁନ କିମ୍ବା କନ୍ୟାରେ ରହି କୁଣ୍ଡଳୀର…

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ବନ୍ଦେ ମାତରମ୍‌ ଗାଇବାକୁ ମନା କରୁଥିବା ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରା ନ ଯାଉ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୯: ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି।…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?