ଜବାବ ଦାଖଲ ଲାଗି ଭଦ୍ରକ, ଯାଜପୁର ଜିଲା ପ୍ରଶାସନର କ୍ଷେତ୍ର ଅନୁଧ୍ୟାନ

ଭଣ୍ଡାରିପୋଖରୀ,୧୦ା୭(ଡି.ଏନ.ଏ.): ବୈତରଣୀ ନଦୀଶଯ୍ୟାରେ ନିର୍ମାଣ ବିରୋଧରେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ରେ ଆଗତ ମାମଲାରେ ନୋଟିସ୍‌ର ଜବାବ ଦାଖଲ ପାଇଁ ଶୁକ୍ରବାର ଭଦ୍ରକ ଓ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ କ୍ଷେତ୍ର ଅନୁଧ୍ୟାନ କରାଯାଇଛି। ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର, ଯାଜପୁର ଜଳସମ୍ପଦ ନିର୍ବାହୀ ଯନ୍ତ୍ରୀ ଧନେଶ୍ୱର ସାମଲ, ପାଣିକୋଇଲି ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଅରୁଣ ପଟ୍ଟନାୟକ, ଯାଜପୁର ମଙ୍ଗଳ ଅଧିକାରୀ ସୁଦର୍ଶନ ପାତ୍ର, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ କଳିଙ୍ଗନଗର ଆଞ୍ଚଳିକ ଅଧିକାରୀ ପ୍ରମୋଦ କୁମାର ବେହେରା, ଯାଜପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ, ଭଦ୍ରକ ଅତିରିକ୍ତ ଜିଲାପାଳ(ରାଜସ୍ବ) ଅରୁଣ ମହାପାତ୍ର, ଉପଜିଲାପାଳ ପୀତାମ୍ବର ସାମଲ, ଭଣ୍ଡାରିପୋଖରୀ ତହସିଲଦାର କ୍ଷୀରୋଦ ପଣ୍ଡା ପ୍ରମୁଖ ଜଗନ୍ନାଥପ୍ରସାଦ ବାଲିପୋଖରୀ ଏସ୍‌କେପ୍‌ ଅଞ୍ଚଳ ଅନୁଧ୍ୟାନ କରିଛନ୍ତି।
ପ୍ରକାଶ ଯେ, ଯାଜପୁର ଓ ଭଦ୍ରକ ଜିଲାର ଭୌଗୋଳିକ ସୀମା ନିର୍ଦ୍ଧାରଣ କରୁଥିବା ବୈତରଣୀ ଆଖୁଆପଦା ଆନିକଟଠାରୁ ଅନତି ଦୂରରେ ଯାଜପୁର ପାର୍ଶ୍ୱ ନଦୀଶଯ୍ୟାରେ ରହିଛି ଶାଖା ନଦୀ ‘କୁସି’। କୁସି ନଦୀ ମୁହାଣ ଶଙ୍ଖାରିମୁହିଁକୁ କଂକ୍ରିଟ ବନ୍ଧ ଦ୍ୱାରା ଅବରୋଧ କରାଯିବା ସହ ଶେଷ ସୀମା ବାରୁଣୀ ଘାଟ ପର୍ଯ୍ୟନ୍ତ କଂକ୍ରିଟ କାନ୍ଥ ଦ୍ୱାରା ସୁରକ୍ଷା ଦିଆଯାଇଛି। ସେହିପରି ବୈତରଣୀ ଡାହାଣ ଓ ବାମପାର୍ଶ୍ୱ ନଦୀଶଯ୍ୟାରେ ଥିବା ପଣସା ଓ ଅନ୍ୟ ବସ୍ତିକୁ ସୁଦୃଢ଼ ଘେରିବନ୍ଧ ଦ୍ୱାରା ସୁରକ୍ଷା ଦିଆଯାଇଛି। ଏହି ନିର୍ମାଣ କାର୍ଯ୍ୟରେ ଜଳ ସମ୍ପଦ ବିଭାଗ ବଦଳରେ ପୂର୍ତ୍ତ ବିଭାଗକୁ ନିୟୋଜିତ କରାଯାଇଥିବା ବେଳେ ପରିବେଶ ମଞ୍ଜୁର ନିଆଯାଇ ନାହିଁ। ଶଙ୍ଖାରିମୁହିଁ ଅପରପାର୍ଶ୍ୱରେ ରହିଛି ବାଲିପୋଖରୀ ଏସ୍‌କେପ୍‌। ଡାହାଣପାର୍ଶ୍ୱରେ ବନ୍ୟା ଜଳକୁ ସଙ୍କୁଚିତ କରାଯାଇ ବାମପାର୍ଶ୍ୱ ବାଲିପୋଖରୀ ଏସ୍‌କେପ ମଧ୍ୟ ଦେଇ ନଦୀର ସବୁ ବନ୍ୟାଜଳ ପ୍ରବାହ ପାଇଁ ଷଡ଼ଯନ୍ତ୍ର କରାଯାଇଛି। ଏ ସମ୍ପର୍କରେ ଏନ୍‌ଜିଟିର କୋଲକାତା ବେଞ୍ଚରେ ଆବେଦନକାରୀ ଆଞ୍ଚଳିକ ବନ୍ୟା ବିପର୍ଯ୍ୟସ୍ତ ସୁରକ୍ଷା କମିଟି ଆବାହକ ଡ. ସୁଧୀର ଜେନାଙ୍କ ଉପସ୍ଥିତିରେ ମାମଲା କରାଯାଇଥିଲା। ଗତ ଜୁନ ୧୦ରେ ଏହି ମାମଲାର ଶୁଣାଣି କରାଯାଇ ଭଦ୍ରକ, ଯାଜପୁର ଜିଲାପାଳ, ରାଜ୍ୟ ଜଳ ସମ୍ପଦ, ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଜବାବ ଦାଖଲ ପାଇଁ ନୋଟିସ ଜାରି କରାଯାଇଥିଲା। ଆସନ୍ତା ୧୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ରହିଛି। ଉଭୟ ଜିଲା ପ୍ରଶାସନ ମିଳିତ ଅନୁଧ୍ୟାନ କରିବା ସମୟରେ ଆବେଦନକାରୀଙ୍କ ପକ୍ଷରୁ ୧୯ ଦଫା ସମ୍ବଳିତ ପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri