ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ ସେଠୀଙ୍କୁ ପ୍ରାର୍ଥୀ ଘୋଷଣା କରିଛି। କଂଗ୍ରେସର ଭେଟେରାନ ଲିଡର ଅନନ୍ତ ପ୍ରାର୍ଥୀ ହେବା ପରେ ଏହି ଆସନ ପାଇଁ ଏଥର ତ୍ରିମୁଖୀ ଲଢ଼େଇ ହେବ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

ପ୍ରମୁଖ ଦଳଗୁଡ଼ିକର ପ୍ରାର୍ଥୀ ଘୋଷଣା ପରେ ଏବେ ରାଜନୈତିକ ମହଲ ସରଗରମ ହେବାରେ ଲାଗିଛି। ୧୯୮୪ରେ ଅନନ୍ତ ଭଦ୍ରକ ଲୋକସଭା ଆସନରୁ ଏମ୍‌ପି ହୋଇଥିଲେ। ୨୦୧୯ ନିର୍ବାଚନରେ ତାଙ୍କ ଝିଅ ମଧୁମିତା ସେଠୀ କଂଗ୍ରେସରୁ ପ୍ରାର୍ଥୀ ହୋଇଥିଲେ। ସେ ୨ ଲକ୍ଷ ୭ ହଜାର ୮୧୧ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଥିଲେ। ଏଥର ଦଳ ଝିଅ ବଦଳରେ ବାପାଙ୍କୁ ଭରସା କରିଛି।

ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ସମେତ ବାଲେଶ୍ୱର ଜିଲାର ସୋର ଓ ସିମୁଳିଆ ବିଧାନସଭା କ୍ଷେତ୍ରକୁ ନେଇ ଭଦ୍ରକ ଲୋକସଭା ନିର୍ବାଚନମଣ୍ଡଳୀ ଗଠିତ। ୧୯୯୮ଠାରୁ ଲଗାତର ବିଜେଡି ଦଖଲରେ ଭଦ୍ରକ ଲୋକ ସଭା ଆସନ ରହିଥିବା ବେଳେ ୨୦୧୯ ନିର୍ବାଚନରେ ଦଳର ବିଜୟ ବ୍ୟବଧାନ ବହୁମାତ୍ରାରେ ହ୍ରାସ ପାଇଥିଲା। ଭାଜପାରୁ ପ୍ରାର୍ଥୀ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଅର୍ଜୁନ ଚରଣ ସେଠୀଙ୍କ ପୁଅ ଅଭିମନ୍ୟୁ ମାତ୍ର ୨୮,୮୦୩ ଖଣ୍ଡ ଭୋଟରେ ବିଜେଡି ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳଙ୍କଠାରୁ ପରାଜିତ ହୋଇଥିଲେ।

ଅଭିମନ୍ୟୁଙ୍କୁ ୪ ଲକ୍ଷ ୮୩ ହଜାର ୫୦୨ ଭୋଟ ମିଳିଥିବା ବେଳେ ମଞ୍ଜୁଲତାଙ୍କୁ ୫ ଲକ୍ଷ ୧୨ ହଜାର ୩୦୫ ଭୋଟ ମିଳିଥିଲା। ଭାଜପା ଦ୍ୱିତୀୟ ସ୍ଥାନରେ ରହିଥିଲା ଏବଂ କଂଗ୍ରେସ ତୃତୀୟ ସ୍ଥାନକୁ ଖସି ଆସିଥିଲା। ଅଳ୍ପ ବ୍ୟବଧାନରେ ଭାଜପା ହାରିଥିବାରୁ ଏଥର ଏହି ଆସନକୁ ଦଳ ପକ୍ଷରୁ ଫୋକସ୍‌ରେ ରଖାଯାଇଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri