ଭଦ୍ରକ ପୌରପାଳିକା, ଧାମନଗର ଏନ୍‌ଏସିରେ ଲକ୍‌ଡାଉନ କଟକଣା କଡ଼ାକଡ଼ି

ଭଦ୍ରକ ଅଫିସ, ୨୨।୭: ଭଦ୍ରକ ପୌରପାଳିକା ଓ ଧାମନଗର ଏନ୍‌ଏସି ଅଞ୍ଚଳରେ ବୁଧବାର ଠାରୁ ଲକ୍‌ଡାଉନ କଟକଣା କଡାକଡ଼ି କରାଯାଇଛି। ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ନିୟମ ମୁତାବକ ଗ୍ରୋସରୀ, ପନିପରିବା, କ୍ଷୀର, ମାଛ, ମାଂସ, ଔଷଧ ଓ ଅତ୍ୟାବଶ୍ୟକ ଦୋକାନକୁ ବାଦ୍‌ ଦେଲେ ଅନ୍ୟ କୌଣସି ଦୋକାନ ଖୋଲା ଯିବ ନାହିଁ। ଅତ୍ୟାବଶ୍ୟକ ତାଲିକାରେ ଥିବା ଦୋକାନଗୁଡିକ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି କୁହାଯାଇଛି। ଏଥିରେ ଖିଲାପ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହି କଟକଣା ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଏ ନେଇ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ମଙ୍ଗଳବାର ରାତିରେ ନୋଟିସ ଜାରି କରିଛନ୍ତି। ବୁଧବାର ସକାଳୁ ପୌରପାଳିକା ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ଏହି କଟକଣା ପ୍ରଚାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ଧାନ ବିକ୍ରି ଟଙ୍କା:ବିଷ ବୋତଲ ଧରି ଧାରଣାରେ ଚାଷୀ

ପଦ୍ମପୁର, ୧୩।୭(ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣିଡିହୀ ସେବା ସମବାୟ ସମିତିରେ ଧାନବିକ୍ରି କରି ୬ ମାସ ହେଲା ଟଙ୍କା ପାଇନାହାନ୍ତି...

ପିଆଜ, ପନିପରିବା ଦର ଆକାଶଛୁଆଁ

ଭୁବନେଶ୍ୱର,୬-୧୧(ବ୍ୟୁରୋ):ଆକାଶ ଛୁଆଁ ପିଆଜ ଦର ଖାଉଟିଙ୍କୁ କନ୍ଦାଇଲାଣି। ଗୋଦାମରେ ହୋଲସେଲ ଦର ୬୦ ଟଙ୍କା ହୋଇଥିବା ବେଳେ ଖୁଚୁରା ବଜାରରେ ୬୫କୁ ଟପିଲାଣି। ଏହି ଦର...

ଖଙ୍ଗୁରୀ ସେବାଶ୍ରମ ବନ୍ଦ ହେବା ଆଶଙ୍କା: ୫ ଶ୍ରେଣୀରେ ପଢୁଛନ୍ତି ୧୧ ଛାତ୍ରୀଛାତ୍ର

ନୂଆଗାଁ,୧୨ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତରେ ଥିବା ଖଙ୍ଗୁରୀ ସେବାଶ୍ରମ ବନ୍ଦ ହେବା ଆଶଙ୍କା ଉପୁଜିଛି। ୫ ଶ୍ରେଣୀରେ ବର୍ତ୍ତମାନ ଏଠାରେ...

ଅରୁଣ ନେଲେ ୧୦୦ କୋଟି ତମ ଟିକା, ପ୍ରଧାନମନ୍ତ୍ରୀଙ୍କ ସହ ସେଲ୍‌ଫି ନେଇ ନ ଥିବାରୁ ଦୁଃଖିତ…

ନୂଆଦିଲ୍ଲୀ,୨୧।୧୦: ଭାରତ ଟିକାକରଣରେ ନୂଆ ଇତିହାସ ରଚିଛି। ଦେଶରେ ଇତିମଧ୍ୟରେ ୧୦୦ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି। ଦେଶରେ ୧୦୦ କୋଟିତମ ଟିକା ନେଇଥିବା...

ଧର୍ମପଦ ପୁରସ୍କାର ଗ୍ରହଣ କଲେ ଯତୀନ ଦାସ

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ଓଡ଼ିଶା ଲଳିତ କଳା ଏକାଡ଼େମୀ ତରଫରୁ ଖ୍ୟାତନାମା ଚିତ୍ରଶିଳ୍ପୀ ଯତୀନ ଦାସଙ୍କୁ ଏକଡ଼େମୀର ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ପ୍ରଦାନ କରାଯାଇଛି। ୨୦୧୩ ମସିହା...

ଆଜି ପ୍ରକାଶ ପାଇବ ମେଧା ତାଲିକା

ଭୁବନେଶ୍ୱର, ୭ା୯(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ନାମଲେଖା ପାଇଁ ବୁଧବାର ଅପରାହ୍ନ ୨ଟାରେ ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ବା ମେଧା ତାଲିକା ପ୍ରକାଶ...

କଳାହାଣ୍ଡିରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: କୋର୍ଟ, କଚେରୀ, ସରକାରଙ୍କ ସମସ୍ତ ଅଫିସ ବନ୍ଦ

ଭବାନୀପାଟଣା,୨୬।୮(ଡି.ଏନ.ଏ.): କଳାହାଣ୍ଡି ଜିଲାରେ ସ୍ଥାୟୀ ହାଇକୋର୍ଟ ପ୍ରତିଷ୍ଠା ଦାବି ନେଇ ଜିଲା ଓକିଲ ସଂଘ ଆହ୍ବାନକ୍ରମେ ସୋମବାର ଭବାନୀପାଟଣାରେ ସମସ୍ତ କୋର୍ଟ, କଚେରୀ, ତହସିଲ ସମେତ...

କାଠଗାଡି ଜବତ, ଗାର୍ଡକୁ ଧକ୍କା ମାରି ଚାଳକ ଛୁ

ପାତ୍ରପୁର,୨୬ା୪(ଡି.ଏନ୍‌.ଏ.)- ଶାଗୁଆନ କାଠ ନେଉଥିବା ଏକ ଟାଟା ମ୍ୟାଜିକ ଗାଡି (ଏପି୩୦ୟୁ-୮୦୧୭)କୁ ବ୍ରହ୍ମପୁର ମୋବାଇଲ ଡିଭିଜନ ଫରେଷ୍ଟର ଏନ୍‌. ବାଲାଜୀ ରେଡ୍ଡୀ ଓ ତାଙ୍କ ଟିମ...

Advertisement
Archives

Model This Week