ଜାନୁୟାରୀରୁ ଚାଲିବ ଭଦ୍ରକ-ପୁରୀ ପାସେଞ୍ଜର

ଭଦ୍ରକ ଅଫିସ, ୮ା୧୨: ଭଦ୍ରକ ସଂସଦୀୟ କ୍ଷେତ୍ର ଅଧୀନ ବିଭିନ୍ନ ଷ୍ଟେଶନ କାର୍ଯ୍ୟର ଅଗ୍ରଗତି ବାବଦରେ ଭୁବନେଶ୍ୱର ପୂର୍ବତଟ ରେଳବାଇ ମୁଖ୍ୟାଳୟଠାରେ ଜେନେରାଲ ମ୍ୟାନେଜର ଏବଂ ଉଚ୍ଚ ପଦାଧିକାରୀମାନଙ୍କ ସହ ବୁଧବାର ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଆଲୋଚନା କରିଛନ୍ତି। ଜାନୁଆରୀ ମାସର ଏକ ନିର୍ଦ୍ଦିଷ୍ଟ ଦିନ ଧାର୍ଯ୍ୟ ପରେ ଭଦ୍ରକରୁ ପୁରୀ ପାସେଞ୍ଜର ଟ୍ରେନ୍‌ ଚାଲୁ ହେବ। ସମସ୍ତ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ କରାଯିବ ବୋଲି ପୂର୍ବତଟ ରେଳବାଇ ଜେନେରାଲ ମ୍ୟାନେଜର ପ୍ରତିଶ୍ରୁତି ଦେଇଥିଲେ।

ସମୀକ୍ଷା ବୈଠକରେ ଭଦ୍ରକ, ବାଉଦପୁର, କେନ୍ଦୁଆପଦା, ମଞ୍ଜୁରୀରୋଡ଼, କପାଳି ରୋଡ଼ ରେଳଷ୍ଟେଶନର ଉନ୍ନତିକରଣ, ଭଦ୍ରକ ରେଳଷ୍ଟେଶନକୁ ଅତ୍ୟାଧୁନିକମାନରେ ନିର୍ମାଣ, ଭଦ୍ରକ-ପୁରୀ ନୂତନ ପାସେଞ୍ଜର ଟ୍ରେନ ଚଳାଚଳର ଶୁଭାରମ୍ଭ, ଅନୁମୋଦନ ଲାଭ କରିଥିବା ଭଦ୍ରକ ଏଲ୍‌ସି ଗେଟ ନଂ. ୧୧୯ର ଅଗ୍ରଗତି ଓ ଏଲ୍‌ସି ଗେଟ ନଂ. ୧୧୮, କେନ୍ଦୁଆପଦା ଏଲ୍‌ସି ଗେଟ ନଂ. ୧୨୪ ଓ ୧୨୫, ମଞ୍ଜୁରୀରୋଡ଼ ଏଲସି ଗେଟ ନଂ. ୧୨୯ ନୂତନ ପୋଲ ନିର୍ମାଣ କାର୍ଯ୍ୟ ଆରମ୍ଭ ପାଇଁ ବିସ୍ତୁତ ଆଲୋଚନା କରାଯାଇଥିଲା। ସେହିପରି ବିଭିନ୍ନ ଷ୍ଟେଶନରେ ଦ୍ରୁତଗାମୀ ରେଳ ରହଣି, ଧାମରାକୁ ପାସେଞ୍ଜର ଟ୍ରେନ ଏବଂ ଯାଜପୁର ରୋଡ୍‌ଠାରୁ ଧାମରା ବନ୍ଦର ଭାୟା ବିରଜାପୀଠ ଓ ଆଖଣ୍ଡଳମଣି ପୀଠ ଦେଇ ନୂଆ ରେଳ ଲାଇନ୍‌ ନିର୍ମାଣ ବାବଦରେ ବିସ୍ତୃତ ଆଲୋଚନା କରିଥିଲେ। ବୈଠକରେ ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ଓ ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଏବଂ ଖୋର୍ଦ୍ଧା ରୋଡ଼ ଡିଭିଜନ ଉପଭୋକ୍ତା କମିଟିର ସଦସ୍ୟ ଶିଶିର ମିଶ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri