ରାମନବମୀ ମହୋତ୍ସବ ଉପଲକ୍ଷେ ଗଣଦୌଡ଼

ଭଦ୍ରକ ଅଫିସ,୧୨।୩: ଶ୍ରୀରାମ ମହାଯଜ୍ଞ ସମିତି ଭଦ୍ରକ ପକ୍ଷରୁ ଶ୍ରୀରାମ ନବମୀ ମହୋତ୍ସବ ଉପଲକ୍ଷେ ରବିବାର ମାତୃଭୂମି ପାଇଁ ଗଣଦୌଡ଼ ଅନୁଷ୍ଠିତ ହୋଇଯାଇଛି। ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟସ୍ଥ ତାରିଣୀ ମନ୍ଦିରରୁ ଗଣଦୌଡ଼ ଆରମ୍ଭ ହୋଇ ୨ କିମି ସହର ପରିକ୍ରମା ପରେ ସାଳନ୍ଦୀ ବାଇପାସ୍‌ ସ୍ଥିତ ଜଗନ୍ନାଥ ମନ୍ଦିର ନିକଟରେ ଶେଷ ହୋଇଥିଲା। ଗଣଦୌଡ଼କୁ ମହାଯଜ୍ଞ ସମିତି ସଭାପତି ତଥା ବରିଷ୍ଠ ଆଇନଜୀବୀ ରାୟ ରାମାନନ୍ଦ ମହାପାତ୍ର ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏଥିରେ ସମସ୍ତ ରାଜନୈତିକ ଦଳର ନେତା, ସାମାଜିକ ସଂଗଠନ, କ୍ରୀଡ଼ା ସଂଗଠନ ଓ ମାତୃଭୂମି ପାଇଁ ଉତ୍ସର୍ଗୀକୃତ ହଜାର ହଜାର ଯୁବକ, ଛାତ୍ର ସାମୂହିକ ଭାବେ ଗଣଦୌଡ଼ରେ ସାମିଲ ହୋଇଥିଲେ।
ଏହି ଅବସରରେ ଭାରତ ମାତା କି ଜୟ, ବନ୍ଦେ ମାତରମ୍‌, ଜୟ ଶ୍ରୀରାମ ଧ୍ୱନିରେ ସହର ପ୍ରକମ୍ପିତ ହୋଇ ଗେରୁଆମୟ ପରିବେଶ ସୃଷ୍ଟି ହୋଇଥିଲା। ଗଣଦୌଡ଼ରେ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ, ପୂର୍ବତନ ବିଧାୟକ ନରେନ ପଲେଇ, ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ, ସମିତି କାର୍ଯ୍ୟକାରୀ ସଭାପତି ବୌମକେଶ ସେନାପତି, ସମ୍ପାଦକ ଶରତ ପଢିଆରୀ, ସଂଯୋଜକ ଗୋବିନ୍ଦ ରାଉତ, କୋଷାଧ୍ୟକ୍ଷ ନିରଞ୍ଜନ ସାହୁ, ଅଭିମନ୍ୟୁ ସେଠୀ, ଡା. ପ୍ରଦୀପ ନାୟକ, ନଳିନୀକାନ୍ତ ମହାନ୍ତି, ଇଂ ପ୍ରୟାସକାନ୍ତି ସାମଲ, ହେମନ୍ତ ପାଢୀ, ଭଗବାନ ପଣ୍ଡା, ଜଗନ୍ନାଥ ଦାଶ, ବିଦ୍ୟାଧର ସାହୁ, ସୁବ୍ରତ ନାୟକ, ଦୀନବନ୍ଧୁ ପତି, ବିଜୟ ଭୂଷଣ ନାୟକ ପ୍ରମୁଖ ସାମିଲ ହୋଇଥିଲେ। ସ୍ବାଧୀନ ସୁନ୍ଦର ଦାସ, ଶହୀଦ ଭଗତ ସେନା ଆବାହକ ସୀତାଂଶୁ ଶେଖର ମହାପାତ୍ର, ଦେବାଂଶୁ ରାଉତ, ହେମନ୍ତ ମହାପାତ୍ର, ପ୍ରିୟବ୍ରତ ଭୋଇ, ମିଲନ ବଳ, ଅପୂର୍ବ ବେହେରା, ସତେନ୍ଦୁରାୟ ମହାପାତ୍ର ପ୍ରମୁଖ ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୯ା୩ (କାର୍ତ୍ତିକ ସାହୁ):ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା...

ସବୁଜ ବନାନୀ ନଷ୍ଟ କରୁଛି ପୋଡୁଚାଷ

କେନ୍ଦୁଝର,୨୯ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ଭୂୟାଁ ଜୁଆଙ୍ଗ ପିଢ଼, ତେଲକୋଇ ରେଞ୍ଜ ଅଧୀନ ବିଭିନ୍ନ ସ୍ଥାନରେ ପୋଡୁଚାଷ ପାଇଁ ବ୍ୟାପକ ଜଙ୍ଗଲ ନଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri