ରାମନବମୀ ମହୋତ୍ସବ ଉପଲକ୍ଷେ ଗଣଦୌଡ଼

ଭଦ୍ରକ ଅଫିସ,୧୨।୩: ଶ୍ରୀରାମ ମହାଯଜ୍ଞ ସମିତି ଭଦ୍ରକ ପକ୍ଷରୁ ଶ୍ରୀରାମ ନବମୀ ମହୋତ୍ସବ ଉପଲକ୍ଷେ ରବିବାର ମାତୃଭୂମି ପାଇଁ ଗଣଦୌଡ଼ ଅନୁଷ୍ଠିତ ହୋଇଯାଇଛି। ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟସ୍ଥ ତାରିଣୀ ମନ୍ଦିରରୁ ଗଣଦୌଡ଼ ଆରମ୍ଭ ହୋଇ ୨ କିମି ସହର ପରିକ୍ରମା ପରେ ସାଳନ୍ଦୀ ବାଇପାସ୍‌ ସ୍ଥିତ ଜଗନ୍ନାଥ ମନ୍ଦିର ନିକଟରେ ଶେଷ ହୋଇଥିଲା। ଗଣଦୌଡ଼କୁ ମହାଯଜ୍ଞ ସମିତି ସଭାପତି ତଥା ବରିଷ୍ଠ ଆଇନଜୀବୀ ରାୟ ରାମାନନ୍ଦ ମହାପାତ୍ର ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏଥିରେ ସମସ୍ତ ରାଜନୈତିକ ଦଳର ନେତା, ସାମାଜିକ ସଂଗଠନ, କ୍ରୀଡ଼ା ସଂଗଠନ ଓ ମାତୃଭୂମି ପାଇଁ ଉତ୍ସର୍ଗୀକୃତ ହଜାର ହଜାର ଯୁବକ, ଛାତ୍ର ସାମୂହିକ ଭାବେ ଗଣଦୌଡ଼ରେ ସାମିଲ ହୋଇଥିଲେ।
ଏହି ଅବସରରେ ଭାରତ ମାତା କି ଜୟ, ବନ୍ଦେ ମାତରମ୍‌, ଜୟ ଶ୍ରୀରାମ ଧ୍ୱନିରେ ସହର ପ୍ରକମ୍ପିତ ହୋଇ ଗେରୁଆମୟ ପରିବେଶ ସୃଷ୍ଟି ହୋଇଥିଲା। ଗଣଦୌଡ଼ରେ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ, ପୂର୍ବତନ ବିଧାୟକ ନରେନ ପଲେଇ, ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ, ସମିତି କାର୍ଯ୍ୟକାରୀ ସଭାପତି ବୌମକେଶ ସେନାପତି, ସମ୍ପାଦକ ଶରତ ପଢିଆରୀ, ସଂଯୋଜକ ଗୋବିନ୍ଦ ରାଉତ, କୋଷାଧ୍ୟକ୍ଷ ନିରଞ୍ଜନ ସାହୁ, ଅଭିମନ୍ୟୁ ସେଠୀ, ଡା. ପ୍ରଦୀପ ନାୟକ, ନଳିନୀକାନ୍ତ ମହାନ୍ତି, ଇଂ ପ୍ରୟାସକାନ୍ତି ସାମଲ, ହେମନ୍ତ ପାଢୀ, ଭଗବାନ ପଣ୍ଡା, ଜଗନ୍ନାଥ ଦାଶ, ବିଦ୍ୟାଧର ସାହୁ, ସୁବ୍ରତ ନାୟକ, ଦୀନବନ୍ଧୁ ପତି, ବିଜୟ ଭୂଷଣ ନାୟକ ପ୍ରମୁଖ ସାମିଲ ହୋଇଥିଲେ। ସ୍ବାଧୀନ ସୁନ୍ଦର ଦାସ, ଶହୀଦ ଭଗତ ସେନା ଆବାହକ ସୀତାଂଶୁ ଶେଖର ମହାପାତ୍ର, ଦେବାଂଶୁ ରାଉତ, ହେମନ୍ତ ମହାପାତ୍ର, ପ୍ରିୟବ୍ରତ ଭୋଇ, ମିଲନ ବଳ, ଅପୂର୍ବ ବେହେରା, ସତେନ୍ଦୁରାୟ ମହାପାତ୍ର ପ୍ରମୁଖ ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri