ଭଦ୍ରକରେ ଚାଞ୍ଚଲ୍ୟ: ଗରମ ପାଣି ଢାଳି ଯୁବକଙ୍କୁ ହତ୍ୟା

ଭଦ୍ରକ,୫।୬(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ବନ୍ଧଗାଁ ପଞ୍ଚାୟତରେ ପୁଣି ଏକ ହତ୍ୟାକାଣ୍ଡ ଘଟିଛି। ୬ ମାସ ପରେ ଆଉ ଏକ ହତ୍ୟାକାଣ୍ଡ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ଗରମ ପାଣି ଢାଳି ଜଣେ ଯୁବକଙ୍କୁ ହତ୍ୟା କରାଯାଇ ଥିବା ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି କରି ପୋଲିସ ୩ଜଣକୁ ଅଟକ ରଖି ପଚରାଉଚରା କରୁଛି। ମୃତ ଯୁବକ ହେଉଛନ୍ତି ବନ୍ଧଗାଁ ଗ୍ରାମର ଭାଗୀରଥି ମଳିକଙ୍କ ପୁଅ ଗଗନ ମଳିକ।

ମିଳିଥିବା ସୂଚନା ମୁତାବକ, ଗଗନଙ୍କୁ ଗାଁର ଜଣେ ବ୍ୟକ୍ତି ଦିନ ମଜୁରିଆ ଭାବେ କାମ କରିବାକୁ ଡାକିଥିଲେ। ପରେ ତାଙ୍କୁ ଦେଶୀ ମଦ ପିଇବାକୁ ଦେଇଥିଲେ। ପରବର୍ତ୍ତୀ ସମୟରେ ଘର ମାଲିକ ଏବଂ ଗଗନଙ୍କ ଭିତରେ କୌଣସି କଥାକୁ ନେଇ ଯୁକ୍ତିତର୍କ ଓ ପରେ ଗଣ୍ଡଗୋଳ ହୋଇଥିଲା । ଯାହାକୁ ନେଇ ଗଗନ ଉପରେ ଏକ ଚିକେନ ଦୋକାନରେ ଫୁଟୁଥିବା ଗରମ ପାଣି ଢାଳି ଦେଇଥିଲେ। ସ୍ଥାନୀୟ ଲୋକେ ଗଗନଙ୍କୁ ଅଚେତ ଅବସ୍ଥାରେ ଭଦ୍ରକ ମେଡିକାଲନେଇଥିଲେ, ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଅପରପକ୍ଷେ ଗ୍ରାମାଞ୍ଚଳ ପୋଲିସ ଏହି ଘଟଣାରେ ୩ଜଣଙ୍କୁ ଅଟକ ରଖିଛି।

ଗତ ୬ ମାସ ତଳେ ଉକ୍ତ ଗ୍ରାମର ଚିତରଞ୍ଜନ ରାଉତଙ୍କୁ ହତ୍ୟା କରାଯାଇଥିଲା, ବିଜେଡି ନେତା ଚିତ ହତ୍ୟାକୁ ୬ ମାସ ନ ପୁରୁଣ ପୁଣି ଏକ ହତ୍ୟା ସ୍ଥାନୀୟ ପଞ୍ଚାୟତରେ ଭୟର ବାତାବରଣ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri