କାଳୀପୂଜା ପାଇଁ ଚଳଚଞ୍ଚଳ ଭଦ୍ରକାଳୀ ପୀଠ, ଆଜି ବେଦମାତା ବେଶରେ ଭକ୍ତଙ୍କୁ ଦେଲେ ଦର୍ଶନ

ଭଦ୍ରକ,୩୧ା୧୦(ସନାତନ ରାଉତ): ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ଚରମ୍ପା ସମେତ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି l ଗୁରୁବାର କାଳୀପୂଜାଠାରୁ ମା’ ସପ୍ତ ମାତୃକା ବେଶରେ ଦର୍ଶନ ଦେବେ। ପ୍ରଥମ ଦିନରେ ମା’ ଭଦ୍ରକାଳୀ ବେଦମାତା ବେଶରେ ଦର୍ଶନ ଦେଇଛନ୍ତି l ଏହି ବେଶରେ ମା’ ହାତରେ ବେଦ ଓ ଜପମାଳି ଧରି ସମସ୍ତଙ୍କୁ ଜ୍ଞାନର ଆଲୋକ ପ୍ରଦାନ କରିଥାନ୍ତି l ବେଦମାତା ବେଶ ଦର୍ଶନ କଲେ ଭକ୍ତଙ୍କ ମନସ୍କାମନା ପୂରଣ ହୁଏ ବୋଲି ବିଶ୍ୱାସ ରହିଛି l ବହୁ ସଂଖ୍ୟାରେ ଭକ୍ତମାନେ ବେଦମାତା ବେଶ ଦର୍ଶନ ପାଇଁ ସକାଳ ୬ ଟାରୁ ମନ୍ଦିର ଆଗରେ ଲମ୍ବା ଧାଡ଼ିରେ ରହିଛନ୍ତି। ମଧ୍ୟାହ୍ନରେ ମାନସିକ କଳସ ଶୋଭାଯାତ୍ରାରେ ସାଳନ୍ଦୀ ନଦୀର ଆହାରପଦା ଘାଟରୁ ଘଟତ୍ତୋଳନ କରାଯାଇ ପୀଠରେ ବିଶ୍ୱ ଶାନ୍ତି ପାଇଁ ୭ ଦିନ ଯଜ୍ଞ ଆରମ୍ଭ ହେବ l ଦିତୀୟ ଦିନରେ ମହାକାଳୀ, ତୃତୀୟ ଦିନରେ ଜଗଦ୍ଧାତ୍ରୀ, ଚତୁର୍ଥ ଦିନରେ ରାଜରାଜେଶ୍ୱରୀ, ପଞ୍ଚମ ଦିନରେ ସିଂହବାହିନୀ, ଷଷ୍ଠ ଦିନରେ ମହା ସରସ୍ବତୀ ଓ ଅନ୍ତିମ ଦିବସରେ ମହାଲକ୍ଷ୍ମୀ ବେଶରେ ମା’ ଭଦ୍ରକାଳୀ ଦର୍ଶନ ଦେଇଥାନ୍ତି ବୋଲି ପୂଜକ ନିକୁଞ୍ଜ ଦୀକ୍ଷିତ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri