ସ୍ବାଧୀନତା ଆନ୍ଦୋଳନରେ ଭଦ୍ରକର ଅବଦାନ ଅତୁଳନୀୟ: ମନ୍ତ୍ରୀ

ଭଦ୍ରକ,୧୫ା୮(ସନାତନ ରାଉତ): ଭଦ୍ରକ କଲେଜ ପଡ଼ିଆରେ ଜିଲାସ୍ତରୀୟ ୭୯ତମ ସ୍ବାଧୀନତା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ଗୃହ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ସ୍ବାଧୀନତା ଆନ୍ଦୋଳନରେ ଭଦ୍ରକ ଜିଲାର ଅବଦାନ ଅତୁଳନୀୟ। ଭଦ୍ରକର ଶହୀଦ ପୀଠ ଇରମ ଓ ଲୁଣିଆ ଗୁଳିକାଣ୍ଡ ସ୍ବାଧୀନତା ଇତିହାସରେ ଚିର ସ୍ମରଣୀୟ ବୋଲି ମନ୍ତ୍ରୀ କହିଥିଲେ। ଏହା ସହ ରାଜ୍ୟ ସରକାରଙ୍କ ଏକ ବର୍ଷର ସଫଳତା ଓ ଜନାଭିମୁଖୀ ଯୋଜନା ଉପରେ ଆଲୋକପାତ କରିଥିଲେ। ମନ୍ତ୍ରୀଙ୍କ ସହ ଜିଲାପାଳ ଦିଲ୍ଲୀପ ରାଉତରାଏ ଓ ଏସପି ମନୋଜ କୁମାର ରାଉତ ମଞ୍ଚରେ ଉପସ୍ଥିତ ରହି ଅଭିବାଦନ ଗ୍ରହଣ କରିଥିଲେ। ଜିଲାର ବିଭିନ୍ନ ସ୍କୁଲ କଲେଜରୁ ଆସିଥିବା ୩୬ଟି ଦଳ ପରେଡ୍‌ ପ୍ରଦର୍ଶନ କରିଥିଲେ। ପରେ ପିଲାମାନଙ୍କ ଦ୍ୱାରା ସାଂସ୍କୃତିକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେପୋ ରେଟ୍‌କୁ ନେଇ RBIର ବଡ଼ ନିଷ୍ପତ୍ତି, ୫.୨୫%ରେ ଅପରିବର୍ତ୍ତିତ; ବଢ଼ିବ ନାହିଁ EMI 

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri