Posted inଜାତୀୟ

ତୃତୀୟ ଥର ପାଇଁ ଭୁଶୁଡ଼ିଲା ଭାଗଲପୁର-ସୁଲତାନଗଞ୍ଜ ବ୍ରିଜ୍‌, ପାଣିରେ ପଡ଼ିଲା ୧୭୧୦ କୋଟି ଟଙ୍କାର ଯୋଜନା

ପାଟ୍‌ନା,୧୭ା୮: ବିହାରରେ ଦୀର୍ଘଦିନ ଧରି ଚର୍ଚ୍ଚାରେ ରହି ଆସିଥିବା ଭାଗଲପୁର-ସୁଲତାନଗଞ୍ଜ ଆଗଓ୍ବାନି ବ୍ରିଜ୍‌ ଭଶୁଡ଼ି ପଡ଼ିଛି।  ଗଙ୍ଗା ନଦୀରେ ନିର୍ମାଣାଧୀନ ୪ ଲେନ୍‌ ବିଶିଷ୍ଟ ଏହି ବ୍ରିଜ୍‌ ଶନିବାର ତୃତୀୟ ଥର ପାଇଁ ଭୁଶୁଡ଼ି ପଡ଼ିଛି। ସୁଲତାନଞ୍ଜରୁ ଆଗଓ୍ବାନି ଘାଟ ପର୍ଯ୍ୟନ୍ତ ନଅରୁ ଦଶ ନମ୍ବର ପିଲାର୍‌ ମଧ୍ୟରେ ଥିବା ଅଂଶ ଗଙ୍ଗା ନଦୀରେ ଖସିପଡ଼ିଛି। ଏସ୍‌ପି ସିଙ୍ଗଲା କମ୍ପାନୀ ଏହି ମହାସେତୁ ନିର୍ମାଣକରୁଛି। ଖାଗରିଆ ଏବଂ ଭାଗଲପୁର ଜିଲାକୁ ସଂଯୋଗ କରିବା ପାଇଁ ଭାଗଲପୁର ଜିଲାର ସୁଲତାନଞ୍ଜରେ ଏହି ବ୍ରିଜ୍‌ ନିର୍ମାଣ କରାଯାଉଛି।

ଏହାପୂର୍ବରୁ ୪ ଜୁନ୍‌ ୨୦୨୩ରେ ସୁଲତାନଗଞ୍ଜ-ଆଗଓ୍ବାନି ବ୍ରିଜ୍‌ ଗଙ୍ଗା ନଦୀରେ ପଡ଼ିଥିଲା। ନିର୍ମାଣାଧୀନ ବ୍ରିଜ୍‌ର ଗଠନ ଯୋଗୁ ଏହା ପଡ଼ିଯାଇଥିଲା। ଏହି ସମୟରେ ବ୍ରିଜ ଉପରେ ଡ୍ୟୁଟିରେ ଥିବା ଦୁଇଜଣ ସୁରକ୍ଷାକର୍ମୀ ମଧ୍ୟ ନିଖୋଜ ହୋଇଯାଇଥିଲେ। ସେହି ସମୟରେ ବ୍ରିଜ୍‌ଟି ପ୍ରାୟ ୨୦୦ ମିଟିର ପର୍ଯ୍ୟନ୍ତ ଖସିପଡ଼ିଥିଲା।

ଏହାପୂର୍ବରୁ ୨୭ ଏପ୍ରିଲ ୨୦୨୨ରେ ମଧ୍ୟ ବ୍ରିଜ୍‌ଟି ଖସିପଡ଼ିଥିଲା ପ୍ରବଳ ଝଡ଼ ଓ ବର୍ଷା ହେତୁ ପ୍ରାୟ ୧୦୦ ଫୁଟ ଲମ୍ବର ଅଂଶ ନଦୀରେ ପଡ଼ିଯାଇଥିଲା। ତେବେ ସେହି ସମୟରେ ଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହୋଇ ନ ଥିଲା। ଏହା ପରେ ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ପୁଣି ଆରମ୍ଭ ହେଲା। ଏଥର ଏହି ମହାସେତୁର ପ୍ରାୟ ୮୦ ପ୍ରତିଶତ କାର୍ଯ୍ୟ ସମାପ୍ତ ହୋଇସାରିଥିଲା। ଠିକ୍‌ ଏହି ସମୟରେ ମଧ୍ୟ ଏହା ଭୁଶୁଡ଼ି ପଡ଼ିଛି।

ସୂଚନାଯୋଗ୍ୟ, ଭାଗଲପୁର-ସୁଲତାନଗଞ୍ଜ ବ୍ରିଜ ଉତ୍ତର ଏବଂ ଦକ୍ଷିଣ ବିହାରକୁ ସଂଯୋଗ କରୁଥିବା ବିହାର ସରକାରଙ୍କ ଏକ ଉଚ୍ଚକୋଟୀର ପ୍ରକଳ୍ପ। ଏହି ପ୍ରକଳ୍ପର ପ୍ରାରମ୍ଭିକ ମୂଲ୍ୟ ୧୭୧୦.୭୭ କୋଟି ଟଙ୍କା ଥିଲା। ୨୩ ଫେବୃଆରୀ ୨୦୧୪ରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏହାର ମୂଳଦୁଆ ପକାଇଥିଲେ। ଏହି ବ୍ରିଜ୍‌ ଏବଂ ରାସ୍ତା ନିର୍ମାଣ ସହିତ ଏନ୍‌ଏଚ୍‌ ୩୧ ଏବଂ ଏନ୍‌ଏଚ୍‌ ୮୦ ସଂଯୋଗ ହେବ। ଏହି ବ୍ରିଜ୍‌ର ଲମ୍ବ ୩.୧୬୦ କିଲୋମିଟର ହୋଇଥିବା ବେଳେ ଆପ୍ରୋଚ୍‌ ରୋଡ୍‌ର ଦୈର୍ଘ୍ୟ ୨୫ କିଲୋମିଟର।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?