Posted inଖେଳ

ଭଗତଙ୍କୁ ଡବଲ୍ସରେ ସ୍ବର୍ଣ୍ଣ, ସିଙ୍ଗଲ୍ସରେ ରୌପ୍ୟ

ନୂଆଦିଲ୍ଲୀ,୨୧ା୮: ପଟାୟାଠାରେ ଅନୁଷ୍ଠିତ ଥାଇଲାଣ୍ଡ ପାରା ବ୍ୟାଡ୍‌ମିଣ୍ଟନ ଇଣ୍ଟରନ୍ୟାଶନାଲ ଟୁର୍ନାମେଣ୍ଟରେ ଭାରତୀୟ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ଓଡ଼ିଶାର ପ୍ରମୋଦ ଭଗତ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ ପଦକ ଜିତିଛନ୍ତି। ସେ ଓ ତାଙ୍କ ପାର୍ଟନର ସୁକାନ୍ତ କଦମ ପୁରୁଷ ଡବଲ୍ସ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଶନିବାର ଅନୁଷ୍ଠିତ ଏସଏଲ୍‌୩-ଏସ୍‌ଏଲ୍‌୪ କାଟାଗୋରି ଫାଇନାଲରେ ସେମାନେ ଇଣ୍ଡୋନେସିଆର ଡ୍ବିୟୋକୋ ଡ୍ବିୟୋକୋ ଓ ଫ୍ରିଦି ସେଟିଆଓ୍ବାନଙ୍କୁ ୨୧-୧୮, ୨୧-୧୩ ଗେମ୍‌ରେ ହରାଇ ଦେଇଛନ୍ତି। ପୂର୍ବରୁ ପୁରୁଷ ସିଙ୍ଗଲ୍ସରେ ଭଗତ ଓ କଦମ ସେମାନଙ୍କ ଫାଇନାଲ ମ୍ୟାଚ ହାରି ରୌପ୍ୟ ପଦକ ପାଇଛନ୍ତି। ପ୍ରମୋଦ ଇଂଲଣ୍ଡର ଡାନିଲ ବେଥଲଙ୍କଠାରୁ ୧୩-୨୧, ୧୯-୨୧ରେ ଏବଂ କଦମ ୨-୨୧, ୧୭-୨୧ରେ ଫ୍ରାନ୍ସର ଲୁକାସ ମାଜୁରଙ୍କଠାରୁ ହାରିଯାଇଛନ୍ତି। ମିକ୍ସଡ ଡବଲ୍ସରେ ଭଗତ ଓ ମନିଷା ରାମଦାସ ଯୋଡ଼ି ସେମିଫାଇନାଲ ରେ ଫ୍ରାନ୍ସ ଯୋଡ଼ି ଲୁକାସ ମାଜୁର୍‌ ଓ ଫଷ୍ଟିନ୍‌ ନୋଏଲ୍‌ଙ୍କ ଠାରୁ ୧୩-୨୧,୦୯-୨୧ ରେ ପରାଜୟ ହୋଇ ବ୍ରୋଞ୍ଜ ପଦକ ପାଇଛନ୍ତି। ଅନ୍ୟତମ ଓଡ଼ିଆ ଅନ୍ତର୍ଜାତୀୟ ଖେଳାଳି ଦୀପ ରଞ୍ଜନ ବିଶୋଇ ଡବଲ୍ସ ସେମିଫାଇନାଲରେ ରେ ନିଜ ଦେଶର ପ୍ରମୋଦ ଭଗତ ଓ ସୁକାନ୍ତ କଦମ ନିକଟରୁ ୧୦-୨୧,୨୧-୧୪,୧୪-୨୧ ରେ ପରାଜିତ ହୋଇ ବ୍ରୋଞ୍ଜ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଭାରତ-ଶ୍ରୀଲଙ୍କା ମ୍ୟାଚ୍‌

ପାଲିକେଲ, ୨୭।୭: ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ସୀମିତ ଓଭର ସିରିଜ ଶନିବାରଠାରୁ ଆରମ୍ଭ ହେବ। ଭ୍ରମଣକାରୀ ଦଳ ନୂଆ କୋଚ୍‌ ଗୌତମ ଗମ୍ଭୀର...

୫୮ ବର୍ଷରେ ଅଲିମ୍ପିକ୍ସ ଡେବ୍ୟୁ କଲେ ଏହି ଖେଳାଳି

ସାଣ୍ଟିଆଗୋ,୨୬ା୭: ଚିଲିର ଟେବୁଲ ଟେନିସ୍‌ ଖେଳାଳି ଝେଙ୍ଗ ଝିୟିଙ୍ଗ ୫୮ ବର୍ଷ ବୟସରେ ଅଲିମ୍ପିକ୍ସ ପଦାର୍ପଣ କରିବାକୁ ଯାଉଛନ୍ତି। ଚାଇନାରେ ଜନ୍ମ ନେଇଥିବା ଏହି ଖେଳାଳି...

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ

ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ...

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି...

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri