Posted inଖେଳ

ଭଗତଙ୍କୁ ଡବଲ୍ସରେ ସ୍ବର୍ଣ୍ଣ, ସିଙ୍ଗଲ୍ସରେ ରୌପ୍ୟ

ନୂଆଦିଲ୍ଲୀ,୨୧ା୮: ପଟାୟାଠାରେ ଅନୁଷ୍ଠିତ ଥାଇଲାଣ୍ଡ ପାରା ବ୍ୟାଡ୍‌ମିଣ୍ଟନ ଇଣ୍ଟରନ୍ୟାଶନାଲ ଟୁର୍ନାମେଣ୍ଟରେ ଭାରତୀୟ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ଓଡ଼ିଶାର ପ୍ରମୋଦ ଭଗତ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ ପଦକ ଜିତିଛନ୍ତି। ସେ ଓ ତାଙ୍କ ପାର୍ଟନର ସୁକାନ୍ତ କଦମ ପୁରୁଷ ଡବଲ୍ସ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଶନିବାର ଅନୁଷ୍ଠିତ ଏସଏଲ୍‌୩-ଏସ୍‌ଏଲ୍‌୪ କାଟାଗୋରି ଫାଇନାଲରେ ସେମାନେ ଇଣ୍ଡୋନେସିଆର ଡ୍ବିୟୋକୋ ଡ୍ବିୟୋକୋ ଓ ଫ୍ରିଦି ସେଟିଆଓ୍ବାନଙ୍କୁ ୨୧-୧୮, ୨୧-୧୩ ଗେମ୍‌ରେ ହରାଇ ଦେଇଛନ୍ତି। ପୂର୍ବରୁ ପୁରୁଷ ସିଙ୍ଗଲ୍ସରେ ଭଗତ ଓ କଦମ ସେମାନଙ୍କ ଫାଇନାଲ ମ୍ୟାଚ ହାରି ରୌପ୍ୟ ପଦକ ପାଇଛନ୍ତି। ପ୍ରମୋଦ ଇଂଲଣ୍ଡର ଡାନିଲ ବେଥଲଙ୍କଠାରୁ ୧୩-୨୧, ୧୯-୨୧ରେ ଏବଂ କଦମ ୨-୨୧, ୧୭-୨୧ରେ ଫ୍ରାନ୍ସର ଲୁକାସ ମାଜୁରଙ୍କଠାରୁ ହାରିଯାଇଛନ୍ତି। ମିକ୍ସଡ ଡବଲ୍ସରେ ଭଗତ ଓ ମନିଷା ରାମଦାସ ଯୋଡ଼ି ସେମିଫାଇନାଲ ରେ ଫ୍ରାନ୍ସ ଯୋଡ଼ି ଲୁକାସ ମାଜୁର୍‌ ଓ ଫଷ୍ଟିନ୍‌ ନୋଏଲ୍‌ଙ୍କ ଠାରୁ ୧୩-୨୧,୦୯-୨୧ ରେ ପରାଜୟ ହୋଇ ବ୍ରୋଞ୍ଜ ପଦକ ପାଇଛନ୍ତି। ଅନ୍ୟତମ ଓଡ଼ିଆ ଅନ୍ତର୍ଜାତୀୟ ଖେଳାଳି ଦୀପ ରଞ୍ଜନ ବିଶୋଇ ଡବଲ୍ସ ସେମିଫାଇନାଲରେ ରେ ନିଜ ଦେଶର ପ୍ରମୋଦ ଭଗତ ଓ ସୁକାନ୍ତ କଦମ ନିକଟରୁ ୧୦-୨୧,୨୧-୧୪,୧୪-୨୧ ରେ ପରାଜିତ ହୋଇ ବ୍ରୋଞ୍ଜ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?