Posted inଜାତୀୟ

ଆସନ୍ତା ବର୍ଷରୁ ହରିୟାଣା ସ୍କୁଲରେ ହେବ ଭଗବତ ଗୀତା ପାଠ: ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୨ ।୧୨: ଆସନ୍ତା ବର୍ଷରୁ ହରିୟାଣାର ସମସ୍ତ ସ୍କୁଲରେ ଭଗବତ ଗୀତାର ଶ୍ଳୋକ ପାଠ କରିବା ଶିକ୍ଷା ଦିଆଯିବ । ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର ଅନ୍ତରାଷ୍ଟ୍ରୀୟ ଗୀତା ମହୋତ୍ସବରେ ଏହା କହିଛନ୍ତି । ଏହା ପଞ୍ଚମ ଓ ସପ୍ତମ ଶ୍ରେଣୀ ପାଠ୍ୟକ୍ରମରେ ସାମିଲ କରାଯିବ ବୋଲି ବି ସ୍ପଷ୍ଟ କରିଛନ୍ତି । ଏହି ଗୀତା ମହୋତ୍ସବ କାର୍ଯ୍ୟକ୍ରମରେ ଲୋକ ସଭା ସ୍ପିକର ଓମ ବିର୍ଲା ବି ଯୋଗଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖଟ୍ଟର କହିଥିଲେ ଯୁବବର୍ଗ ଗୀତାର ସାରକୁ ନିଜ ଜୀବନରେ ଆପଣେଇବା ଦରକାର । ଗୀତାରେ ସମସ୍ତଙ୍କ ପାଇଁ ବାର୍ତ୍ତା ରହିଛି । ଏହାସହ ମୁଖ୍ୟମନ୍ତ୍ରୀ ଅନ୍ତରାଷ୍ଟ୍ରୀୟ ଗୀତା ମହୋତ୍ସବକୁ ଆହୁରି ଆଗକୁ ନେବାକୁ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଖଟ୍ଟର କହିଛନ୍ତି ଜ୍ୟୋତିସାରରେ ‘ଗୀତାସ୍ଥଳୀ’ରେ ୨ ଏକର ଜମି ଉପରେ ୨୦୫ କୋଟି ଟଙ୍ଖା ବ୍ୟୟରେ ମହାଭାରତ ଥିମକୁ ନେଇ ଏକ ମ୍ୟୁଜିୟମ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀଙ୍କ ସୂଚନା ମୁତାବକ ଆସନ୍ତା ବର୍ଷରୁ ରାମଲୀଳା ଭଳି ଅନ୍ତରାଷ୍ଟ୍ରୀୟ ଗୀତା ମହୋତ୍ସବ ସମୟରେ କୃଷ୍ଣ ଉତ୍ସବର ବି ଆୟୋଜନ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri