ପ୍ରତ୍ୟେକ ଗାଁରେ ଭାଗବତ ଟୁଙ୍ଗି ପୁନରୁଦ୍ଧାର ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୧୦: ଧର୍ମ ଜାଗରଣ ସମିତି, ଓଡ଼ିଶା ପକ୍ଷରୁ ରବିବାର ଭୁବନେଶ୍ବରର କଟକ ରୋଡ ସ୍ଥିତ ତେରାପନ୍ଥ ଭବନ ଠାରେ ଆୟୋଜିତ ଶ୍ରୀମଦ୍ ଭାଗବତ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପ୍ରତ୍ୟେକ ଓଡ଼ିଆ ଘରେ ଭାଗବତ ଏବଂ ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗି ମାନଙ୍କର ପୁନରୁଦ୍ଧାର ଓ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ ଏହାଏ ମଧ୍ୟ କହିଥିଲେ ଯେ ଯୁବବର୍ଗ ଆଜିର ସମାଜର ସମସ୍ତ ବିକାଶରେ ମୁଖ୍ୟ ଭୂମିକା ନିଭାଇଥାନ୍ତି ଏଣୁ ସେମାନଙ୍କୁ ଏହି ମାର୍ଗରେ ନେବା ପାଇଁ ଭାଗବତ ପାଠ ଏକ ବଳିଷ୍ଠ ମାଧ୍ୟମ।

ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଶ୍ରୀମଦ୍ ଭାଗବତ ଗ୍ରନ୍ଥ, ପରମ୍ପରା, ଭକ୍ତି ଓ ଧର୍ମର ଅମୂଲ୍ୟ ଶିକ୍ଷା ସହିତ ଜନସାଧାରଣଙ୍କୁ ଭଗବତ କାର୍ଯ୍ୟରେ ସଂପୃକ୍ତ କରେ । ସେହି ଦୃଷ୍ଟିରୁ ଏହି ମହୋତ୍ସବ ଆମ ସମାଜ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଶ୍ରୀମଦ ଭାଗବତ ଗ୍ରନ୍ଥର ମହତ୍ଵ ପାଞ୍ଚଗୋଟି ମୂଳତତ୍ତ୍ୱ ଯଥା, ଇଶ୍ବର, ଜୀବ, ପ୍ରକୃତି, କାଳ
ସମୟ ଏବଂ କର୍ମ କୁ ନେଇ ଏ ବିଶ୍ବ ସଞ୍ଚାଳିତ। ସେଥିପାଇଁ ସନାତନ ପରମ୍ପରାରେ ଜୀବନ ଦୀପ ଲିଭିବା ପୂର୍ବରୁ ଶ୍ରୀମଦ ଭାଗବତ ଶୁଣି ଶେଷ ନିଶ୍ବାସ ତ୍ୟାଗ କରିବା ପ୍ରତ୍ୟେକ ସନାତନୀର ଶେଷ ଇଚ୍ଛା।

ଏହି ଅବସରରେ, ମୁଖ୍ୟମନ୍ତ୍ରୀ ଉପସ୍ଥିତ ସମସ୍ତଙ୍କୁ ଅନୁରୋଧ କରିଥିଲେ ଯେ, ସମସ୍ତେ ପ୍ରତ୍ୟେହ ଭାଗବତ ପାଠ କରନ୍ତୁ, କାରଣ ଏହା ଆମ ଜୀବନକୁ ଏକ ସୁସ୍ଥ ଧାର୍ମିକ ଓ ନୈତିକ ଦିଗରେ ନେଇଯିବ। ସେ ଆହୁରି ମଧ୍ୟ କହିଥିଲେ ଯେ ଏହି ପ୍ରକାରର ମହୋତ୍ସବ ସମାଜରେ ଏକତାର ସୂଚକ। ଏହା ଭକ୍ତି, ସମ୍ମାନ, ଓ ମୌଳିକ ମୂଲ୍ୟକୁ ଦୃଢ଼ କରେ। ଏହି ମହୋତ୍ସବର ଅନୁଭୂତି ଓ ଶିକ୍ଷା ଉପସ୍ଥିତ ସୁଧିବୃନ୍ଦଙ୍କ ଜୀବନରେ ନିତିମୂଳକ, ଧର୍ମୀୟ, ଓ ସାମାଜିକ ଉନ୍ନତି ଆଣିବାରେ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri