ପ୍ରତ୍ୟେକ ଗାଁରେ ଭାଗବତ ଟୁଙ୍ଗି ପୁନରୁଦ୍ଧାର ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୧୦: ଧର୍ମ ଜାଗରଣ ସମିତି, ଓଡ଼ିଶା ପକ୍ଷରୁ ରବିବାର ଭୁବନେଶ୍ବରର କଟକ ରୋଡ ସ୍ଥିତ ତେରାପନ୍ଥ ଭବନ ଠାରେ ଆୟୋଜିତ ଶ୍ରୀମଦ୍ ଭାଗବତ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପ୍ରତ୍ୟେକ ଓଡ଼ିଆ ଘରେ ଭାଗବତ ଏବଂ ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗି ମାନଙ୍କର ପୁନରୁଦ୍ଧାର ଓ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ ଏହାଏ ମଧ୍ୟ କହିଥିଲେ ଯେ ଯୁବବର୍ଗ ଆଜିର ସମାଜର ସମସ୍ତ ବିକାଶରେ ମୁଖ୍ୟ ଭୂମିକା ନିଭାଇଥାନ୍ତି ଏଣୁ ସେମାନଙ୍କୁ ଏହି ମାର୍ଗରେ ନେବା ପାଇଁ ଭାଗବତ ପାଠ ଏକ ବଳିଷ୍ଠ ମାଧ୍ୟମ।

ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଶ୍ରୀମଦ୍ ଭାଗବତ ଗ୍ରନ୍ଥ, ପରମ୍ପରା, ଭକ୍ତି ଓ ଧର୍ମର ଅମୂଲ୍ୟ ଶିକ୍ଷା ସହିତ ଜନସାଧାରଣଙ୍କୁ ଭଗବତ କାର୍ଯ୍ୟରେ ସଂପୃକ୍ତ କରେ । ସେହି ଦୃଷ୍ଟିରୁ ଏହି ମହୋତ୍ସବ ଆମ ସମାଜ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଶ୍ରୀମଦ ଭାଗବତ ଗ୍ରନ୍ଥର ମହତ୍ଵ ପାଞ୍ଚଗୋଟି ମୂଳତତ୍ତ୍ୱ ଯଥା, ଇଶ୍ବର, ଜୀବ, ପ୍ରକୃତି, କାଳ
ସମୟ ଏବଂ କର୍ମ କୁ ନେଇ ଏ ବିଶ୍ବ ସଞ୍ଚାଳିତ। ସେଥିପାଇଁ ସନାତନ ପରମ୍ପରାରେ ଜୀବନ ଦୀପ ଲିଭିବା ପୂର୍ବରୁ ଶ୍ରୀମଦ ଭାଗବତ ଶୁଣି ଶେଷ ନିଶ୍ବାସ ତ୍ୟାଗ କରିବା ପ୍ରତ୍ୟେକ ସନାତନୀର ଶେଷ ଇଚ୍ଛା।

ଏହି ଅବସରରେ, ମୁଖ୍ୟମନ୍ତ୍ରୀ ଉପସ୍ଥିତ ସମସ୍ତଙ୍କୁ ଅନୁରୋଧ କରିଥିଲେ ଯେ, ସମସ୍ତେ ପ୍ରତ୍ୟେହ ଭାଗବତ ପାଠ କରନ୍ତୁ, କାରଣ ଏହା ଆମ ଜୀବନକୁ ଏକ ସୁସ୍ଥ ଧାର୍ମିକ ଓ ନୈତିକ ଦିଗରେ ନେଇଯିବ। ସେ ଆହୁରି ମଧ୍ୟ କହିଥିଲେ ଯେ ଏହି ପ୍ରକାରର ମହୋତ୍ସବ ସମାଜରେ ଏକତାର ସୂଚକ। ଏହା ଭକ୍ତି, ସମ୍ମାନ, ଓ ମୌଳିକ ମୂଲ୍ୟକୁ ଦୃଢ଼ କରେ। ଏହି ମହୋତ୍ସବର ଅନୁଭୂତି ଓ ଶିକ୍ଷା ଉପସ୍ଥିତ ସୁଧିବୃନ୍ଦଙ୍କ ଜୀବନରେ ନିତିମୂଳକ, ଧର୍ମୀୟ, ଓ ସାମାଜିକ ଉନ୍ନତି ଆଣିବାରେ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ: ଅଟକିଲା ଆମ୍ବୁଲାନ୍ସ, ଗାଡି ପାଉ ନ ଥିଲେ ଲୋକେ

ନୂଆପଡ଼ା,୮ା୧୧ (ମକାରୁ ବେମାଲ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରୋଡ୍‌ ଶୋରେ ନୂଆପଡ଼ା ସହରର ଏକତା ଛକ ଓ ଖରିଆର ରୋଡ୍‌ ଏନ୍‌ଏସରେ ପ୍ରବଳ ଭିଡ଼...

ରାତି ପାହିଲେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ: ପୂର୍ବରୁ ୨୫୬ଟି ଅଭିଯୋଗ ଶୁଣି କରିଥିଲେ ରେକର୍ଡ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସର ମଧ୍ୟରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷନ ଏବଂ ଏଏସ୍‌ପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ...

ଦାରିଙ୍ଗବାଡିରେ ଖସୁଛି ପାରଦ: ୨ ଦିନ ହେଲା ଶୀତ, ନିଆଁ ଲଗାଇ ବସୁଛନ୍ତି…

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ...

ବିଜେଡି, ଭାଜପାର ରୋଡ୍‌ ଶୋ’କୁ ନେଇ ଚର୍ଚ୍ଚା

ନୂଆପଡ଼ା,୯ା୧୧(ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ପ୍ରଚାର ଶେଷ ହୋଇଯିବ। ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା...

ନୂଆପଡ଼ା ଉପନିର୍ବାଚନ ବିଜୟ ପାଇଁ ପ୍ରମୁଖ ଦଳର କସରତ୍‌

ନୂଆପଡ଼ା,୯ା୧୧ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ଏହାକୁ ନେଇ ଆଲୋଚନା ସେତେ...

ଘାସିରାମ ନିଷ୍କଳଙ୍କ: ଚେୟାରମ୍ୟାନ ଥାଇ ନିଜ ବିଡିଓଙ୍କୁ ଧରାଇଥିଲେ ଭିଜିଲାନ୍ସ ହାତରେ

ନୂଆପଡ଼ା,୯ା୧୧ (ମକାରୁ ବେମାଲ): କଂଗ୍ରେସ ହେଉଛି ଏକମାତ୍ର ଦଳ ଯିଏ ଏହି ମାଟିର ମଣିଷ, ନିଷ୍କଳଙ୍କ ବ୍ୟକ୍ତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ପ୍ରାର୍ଥୀ...

ଉପନିର୍ବାଚନ ପ୍ରଚାରର ଶେଷଦିନ: ୪ଟାରୁ ନୂଆପଡ଼ା ଛାଡ଼

ନୂଆପଡ଼ା,୯।୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ। ରବିବାର ଅପରାହ୍ନ ୪ଟାରୁ ସାଇଲେନ୍ସ ପିରିୟଡ ଲାଗୁ ହେବ। ସାଇଲେନ୍ସ ପିରିୟଡ ପୂର୍ବରୁ ସମସ୍ତ...

ଆପାର୍ଟମେଣ୍ଟ ବାଲ୍‌କୋନି ଭୁଶୁଡ଼ି ୩ମୃତ

କଟକ,୯।୧୧(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା ପାଇଁ କଟକ ସହର ଚଳଚଞ୍ଚଳ ହୋଇ ଉଠିଥିବାବେଳେ ଶନିବାର ଅପରାହ୍ନରେ ମଣିସାହୁ ଛକ ନିକଟରେ ଘଟିଛି ଏକ ଅଘଟଣ। ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri