Posted inଜାତୀୟ

୧୦୫ବର୍ଷ ବୟସରେ ଚତୁର୍ଥ ପାସ୍‌ କରି ରେକର୍ଡ ସୃଷ୍ଟି କରିଥିବା ଭାଗିରଥୀ ଅମ୍ମାଙ୍କ ପରଲୋକ

କୋଲ୍ଲାମ,୨୩।୭: କେରଳ କୋଲ୍ଲାମ ଜିଲାର ପ୍ରକ୍କୁଲମ ବାସିନ୍ଦା ତଥା ଭାରତୀୟ ନାରୀ ଶକ୍ତି ପୁରସ୍କାର ବିଜେତା ଭାଗିରଥୀ ଅମ୍ମାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୭ବର୍ଷ ହୋଇଥିଲା। ଦୀର୍ଘ ଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବାରୁ ତାଙ୍କର ମୃତ୍ୟୁ ଘଟିଛି। ୧୦୫ବର୍ଷ ବୟସରେ ଭାଗିରଥୀ ଅମ୍ମା ଚତୁର୍ଥ ପାସ୍‌ କରି ସର୍ବାଧିକ ବୟସର ଛାତ୍ରୀ ହୋଇ ରେକର୍ଡ ସୃଷ୍ଟି କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ କେରଳର ସ୍ବାକ୍ଷରତା ମିଶନର ଇତିହାସରେ ଭଗିରଥୀ ଅମ୍ମା ସମକକ୍ଷ ଶିକ୍ଷା ହାସଲ କରିବା ବ୍ୟକ୍ତିତ୍ୱରେ ସାମିଲ ହୋଇଛନ୍ତି ବୋଲି ସ୍ବାକ୍ଷରତା ମିଶନର ନିର୍ଦ୍ଦେଶକ ପି.ଏସ୍‌ ଶ୍ରୀକଲା କହିଥିଲେ।

ତେବେ କେରଳର ସ୍ବାକ୍ଷରତା ମିଶନ ଦ୍ୱାରା ଆୟାଜିତ ପରୀକ୍ଷାରେ ଅମ୍ମା ୭୪.୪ ପ୍ରତିଶତ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଥିଲେ। ଉକ୍ତ ପରୀକ୍ଷାରେ ସେ ଗଣିତରେ ସମ୍ପୂର୍ଣ୍ଣ ୧୦୦ମାର୍କ ରଖିଥିଲେ। ଏହାପରେ ସପ୍ତମର ସମକକ୍ଷ ପରୀକ୍ଷା ପାଇଁ ସେ ପ୍ରସ୍ତୁତ ହେଉଥିଲେ। ହେଲେ ଗୁରୁବାର ବିଳମ୍ବିତ ରାତ୍ରି ୧ଟା ୫୫ମିନିଟ୍‌ରେ ତାଙ୍କ ବସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ମନ କି ବାତ୍‌ କାର୍ଯ୍ୟକ୍ରମରେ ଅମ୍ମାଙ୍କ ଏହି ଉପଲବ୍ଧି ପାଇଁ ଅଭିନନ୍ଦନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri