ଭାଗୀରଥି ମାଣ୍ଡାଙ୍ଗି ହତ୍ୟା ମାମଲା: ଭାସ୍କର ରାଓଙ୍କ ନାଁରେ ଏନ୍‌ବିଡବ୍ଲ୍ୟୁ

ରାୟଗଡ଼ା,୧୩।୧୧(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ଏସ୍‌ଡିଜେଏମ୍‌ ବର୍ଷା ଦାଶ ଆଦିବାସୀ ନେତା ଭାଗୀରଥି ମାଣ୍ଡାଙ୍ଗି ହତ୍ୟା ମାମଲାର ଶୁଣାଣିକରି ମଙ୍ଗଳବାର ବିଜେଡି ନେତା ଏନ୍‌. ଭାସ୍କର ରାଓଙ୍କ ନାଁରେ ଜାମିନ ବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ) ଜାରି କରିଛନ୍ତି। ଭାସ୍କରଙ୍କ ସମେତ ୟାଲା ଭେଙ୍କଟେଶ୍ୱର ରାଓ ଓରଫ୍‌ କୋଣ୍ଡାବାବୁ, କେ.କ୍ରିଷ୍ଣା ରାଓ, ଇପିଲି ସନ୍ନ୍ୟାସୀ ରାଜୁ, ଏନ୍‌. ଆଦି ନାରାୟଣା ଓ ପି.ଦିଲୀପ କୁମାରଙ୍କ ନାଁରେ ଗିରଫ ପରଓ୍ବାନା ଜାରି ହୋଇଥିବା ପ୍ରତିପକ୍ଷ ଓକିଲ ସାମୁଏଲ ତାଣ୍ଡି ସୂଚନା ଦେଇଛନ୍ତି। ଭାଗୀରଥୀଙ୍କ ହତ୍ୟା ମାମଲାକୁ ନେଇ ତାଙ୍କ ଭାଇ ଜଗନ୍ନାଥ ମାଣ୍ଡାଙ୍ଗି ଗତ ଏପ୍ରିଲରେ ରାୟଗଡ଼ା ଏସ୍‌ଡିଜେଏମ୍‌ କୋର୍ଟରେ ୧ସି.ସି. କେସ୍‌ ନଂ. ୬/୨୪ରେ ମାମଲା ରୁଜୁ କରିଥିଲେ।
୨୦୧୦ ଡିସେମ୍ବର ୧୫ରେ ଯୁବ ଆଦିବାସୀ ନେତା ଭାଗୀରଥି ମାଣ୍ଡାଙ୍ଗିଙ୍କୁ ହତ୍ୟା କରାଯାଇଥିବା ପରିବାରବର୍ଗ ଅଭିଯୋଗ କରିଥିଲେ। ୪ ଦିନ ପରେ ଆନ୍ଧ୍ରପ୍ରଦେଶ ତୋଟାପିଲି ଡ୍ୟାମ ନିକଟରୁ ତାଙ୍କ ଗଳିତ ମୃତଦେହ ଜବତ ହୋଇଥିଲା। ତେବେ ପରିବାରବର୍ଗ ମୃତଦେହ ଚିହ୍ନଟ କରିପାରି ନ ଥିଲେ। ମୃତଦେହର ଫଟୋ ଜାରି ହେବା ପରେ ତାହା ଭାଗୀରଥିଙ୍କର ବୋଲି ଜଣାପଡ଼ିଲା। ଅନ୍ୟପକ୍ଷେ ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ ପରିବାରବର୍ଗ ଓ ଆଦିବାସୀ ମହାସଂଘ ରାୟଗଡ଼ା ବନ୍ଦ ପାଳନ କରିଥିଲା। ରାୟଗଡ଼ା ପୋଲିସ ଏହାର ତଦନ୍ତ କରୁଥିବା ବେଳେ ରାଜ୍ୟ ସରକାର ୨୦୧୧ ଫେବୃଆରୀରେ କ୍ରାଇମବ୍ରାଞ୍ଚକୁ ତଦନ୍ତ ଭାର ଦେଇଥିଲେ। କ୍ରାଇମବ୍ରାଞ୍ଚ ଦୀର୍ଘ ବର୍ଷ ଧରି ତଦନ୍ତ କରୁଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇନାହିଁ। କିନ୍ତୁ କ୍ରାଇମବ୍ରାଞ୍ଚ ଏହି ଘଟଣାର ସମ୍ପୂର୍ଣ୍ଣ ରିପୋର୍ଟ ତତ୍କାଳୀନ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲା। କ୍ରାଇମବ୍ରାଞ୍ଚର ତଦନ୍ତରେ ପରିବାରବର୍ଗ ଓ ଆଦିବାସୀ ମହାସଂଘ ସନ୍ତୁଷ୍ଟ ନ ହୋଇ ବିଭିନ୍ନ ସମୟରେ ସିବିଆଇ ତଦନ୍ତ ଦାବି କରିବା ସହ ଆନ୍ଦୋଳନ କରୁଥିଲେ। ୬ ଜଣଙ୍କ ନାଁରେ ୱାରେଣ୍ଟ ଜାରି ପରେ ଆଦିବାସୀ ସଂଘ ନ୍ୟାୟ ପାଇଁ ଲଢ଼େଇରେ ବିଜୟୀ ହୋଇଥିବା ଆଦିବାସୀ ନେତା ବସନ୍ତ ଉଲାକା ଓ ଜଗନ୍ନାଥ ମାଣ୍ଡାଙ୍ଗି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri