ଭାଗିରଥୀ ମାଣ୍ଡାଙ୍ଗି ହତ୍ୟା ମାମଲା: ଭାସ୍କର ରାଓଙ୍କ ସହ ୬ ଜଣଙ୍କ ନାଁରେ ଏନ୍‌ବିଡବ୍ଲ୍ୟୁ ଜାରି

ରାୟଗଡ଼ା,୧୨।୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଏସ୍‌ଡିଜେଏମ୍‌ ବର୍ଷା ଦାଶ ମଙ୍ଗଳବାର ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗି ହତ୍ୟା ମାମଲାର ଶୁଣାଣି କରି ବିଜେଡି ନେତା ଏନ୍‌.ଭାସ୍କର ରାଓଙ୍କ ସମେତ ୬ ଜଣଙ୍କ ନାଁରେ ଜାମିନ ବିହିନ ଗିରଫ ପରୱାନା ଜାରି କରିଛନ୍ତି। ଅନ୍ୟମାନେ ହେଲେ ୟାଲା ଭେଙ୍କେଟେଶ୍ୱର ରାଓ ଓରଫ୍‌ କୋଣ୍ଡାବାବୁ, କେ.କ୍ରିଷ୍ଣା ରାଓ, ଇପିଲି ସନ୍ୟାସି ରାଜୁ, ଏନ୍‌. ଆଦି ନାରାୟଣା ଓ ପି.ଦିଲୀପ କୁମାର। ଏ ନେଇ ପ୍ରତିପକ୍ଷ ଓକିଲ ସାମୁଏଲ ତାଣ୍ଡି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଆଦିବାସୀ ନେତା ଭାଗିରଥୀଙ୍କ ହତ୍ୟା ମାମଲାକୁ ନେଇ ଗତ ଏପ୍ରିଲରେ ଜଗନ୍ନାଥ ମାଣ୍ଡାଙ୍ଗି ରାୟଗଡ଼ା କୋର୍ଟରେ ମାମଲା ରୁଜୁ କରିଥିଲେ। ଉକ୍ତ ମାମଲାରେ ସାକ୍ଷ୍ୟ ଓ ପ୍ରମାଣକୁ ଭିତ୍ତି କରି ଜଜ୍‌ ବର୍ଷା ଦାସ ଏହି ରାୟ ଶୁଣାଇଛନ୍ତି।
ସୂଚନାଯୋଗ୍ୟ, ୨୦୧୦ ମସିହା ଡିସେମ୍ବର ୧୫ରେ ଯୁବ ଆଦିବାସୀ ନେତା ଭାଗିରଥି ମାଣ୍ଡାଙ୍ଗିଙ୍କୁ ହତ୍ୟା କରାଯାଇଥିବା ପରିବାରବର୍ଗ ଅଭିଯୋଗ କରିଥିଲେ। ଅଭିଯୋଗର ୪ ଦିନ ପରେ ଆନ୍ଧ୍ରପ୍ରଦେଶ କୋମରଡା ଡ୍ୟାମ ନିକଟରୁ ତାଙ୍କ ଗଳିତ ମୃତଦେହ ଜବତ ହୋଇଥିଲା। ତେବେ ପରିବାରବର୍ଗ ମୃତଦେହକୁ ଚିହ୍ନଟ କରିପାରି ନ ଥିଲେ । ଘଟଣାର ସପ୍ତାହ ପରେ ମୃତଦେହର ଫଟୋ ଜାରି କରିବା ପରେ ଭାଗିରଥୀଙ୍କ ମୃତଦେହ ବୋଲି ପରିବାରବର୍ଗ ଚିହ୍ନଟ କରିଥିଲେ । ରାୟଗଡା ପୋଲିସ ହତ୍ୟା ମାମଲା ରୁଜୁ କରି ଏହି ଘଟଣାରେ ତଦନ୍ତ ଆରମ୍ଭ କରିଥିଲା । ଅନ୍ୟପକ୍ଷେ ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ ପରିବାର ବର୍ଗ ଓ ଆଦିବାସୀ ମହାସଂଘ ରାୟଗଡା ବନ୍ଦ ପାଳନ କରିଥିଲା। ରାୟଗଡା ପୋଲିସ ଏହାର ତଦନ୍ତ କରୁଥିବା ବେଳେ ରାଜ୍ୟ ସରକାର ୨୦୧୧ ଫେବୃଆରୀରେ କ୍ରାଇମବ୍ରାଞ୍ଚକୁ ତଦନ୍ତ ଭାର ଦେଇଥିଲେ। କ୍ରାଇମବ୍ରାଞ୍ଚ ଦୀର୍ଘ ବର୍ଷ ଧରି ତଦନ୍ତ କରୁଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇନାହିଁ । କିନ୍ତୁ କ୍ରାଇମବ୍ରାଞ୍ଚ ଏହି ଘଟଣାର ସମ୍ପୂର୍ଣ୍ଣ ରିପୋର୍ଟ ତତ୍‌କାଳୀନ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲା। କ୍ରାଇମବ୍ରାଞ୍ଚର ତଦନ୍ତରେ ପରିବାରବର୍ଗ ଓ ଆଦିବାସୀ ମହାସଂଘ ସନ୍ତୁଷ୍ଟ ନ ହୋଇ ବିଭିନ୍ନ ସମୟରେ ସିବିଆଇ ତଦନ୍ତ ଦାବି କରିବା ସହ ଆନ୍ଦୋଳନ କରୁଥିଲେ। ୬ ଜଣଙ୍କ ନାଁରେ ୱାରେଣ୍ଟ ଜାରି ପରେ ଆଦିବାସୀ ସଂଘ ନ୍ୟାୟ ପାଇଁ ଲଢ଼େଇରେ ବିଜୟୀ ହୋଇଥିବା ଆଦିବାସୀ ନେତା ବସନ୍ତ ଉଲାକା ଓ ଜଗନ୍ନାଥ ମାଣ୍ଡାଙ୍ଗି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?