Posted inଜାତୀୟ

ମେଡିକାଲ ଛାତ୍ରୀ ଏବେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ

ଚଣ୍ଡିଗଡ଼,୭ ।୭: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ ଗୁରୁବାର ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି । ଏବେ ସମସ୍ତଙ୍କ ମନରେ ବଡ ଉତ୍ସାହ ଜାଣିବା ପାଇଁ ଯେ ମାନଙ୍କ ଦ୍ୱିତୀୟ ପତ୍ନୀ କିଏ, କ’ଣ କରନ୍ତି, କେଉଁଠି ରୁହନ୍ତି ଇତ୍ୟାଦି । ଗଭୱନ୍ତ ମାନଙ୍କର ଏହା ଦ୍ୱିତୀୟ ବିବାହ, ୬ ବର୍ଷ ପୂର୍ବରୁ ସେ ତାଙ୍କ ପ୍ରଥମ ପତ୍ନୀଙ୍କଠାରୁ ଅଲଗା ହୋଇ ସାରିଛନ୍ତି । ଏବେ ତାଙ୍କ ପ୍ରଥମ ପତ୍ନୀ ୨ ପିଲାଙ୍କ ସହ ଆମେରିକାରେ ରହୁଛନ୍ତି ।
ଏଥର ମାନ ନିରାଡମ୍ବର ଭାବେ ଖୁବ୍ କମ୍ ଅତଥିଙ୍କ ଉପସ୍ଥିତିରେ ବିବାହ କରିବାକୁ ଯାଉଛନ୍ତି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଓ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଏହି ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ନିବାସରେ ଏହି ବିବାହ ଅନୁଷ୍ଠିତ ହେବ ।
ମାନଙ୍କ ପତ୍ନୀ ହେବାକୁ ଯାଉଥିବା ଗୁରପ୍ରୀତ କୌର ତାଙ୍କ ପରିବାର ସହ ପୂର୍ବରୁ ପରିଚିତ । ମୁଖ୍ୟମନ୍ତ୍ରୀଙ୍କ ମାଆ ହିଁ ଏହି ବିବାହ ସ୍ଥିର କରିଥିବା କୁହାଯାଉଛି । ଏବେ ଭଗୱନ୍ତ ମାନଙ୍କୁ ୪୮ ବର୍ଷ ହୋଇଥିବା ବେଳେ ଗୁରପ୍ରୀତଙ୍କୁ ୩୨ ବର୍ଷ ବୟସ । କୁରୁକ୍ଷେତ୍ର ଜିଲା ପିହୋବାର ବାସିନ୍ଦା ହେଉଛନ୍ତି ଗୁରପ୍ରୀତ । ତାଙ୍କ ପିତା ଜଣେ କୃଷକ ହୋଇଥିବା ବେଳେ ମାଆ ଗୃହିଣୀ । ତାଙ୍କର ଗୋଟିଏ ଭଉଣୀ ଅଷ୍ଟ୍ରେଲିଆରେ ରହୁଥିବା ବେଳେ ଅନ୍ୟଜଣେ ଭଉଣୀ ଆମେରିକାରେ ରହୁଛନ୍ତି । ଗୁରପ୍ରୀତ ଘରେ ସବୁଠାରୁ ସାନ । ପାଠପଢାରେ ରୁଚିଥିବା ଗୁରପ୍ରୀତ ହରିୟାଣାର ମୌଲାନା ମେଡିକାଲ କଲେଜରୁ ପାସ ଆଉଟ । ଏବେ ଡା, ଗୁରପ୍ରୀତ କୌର ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ହେବାକୁ ଯାଉଛନ୍ତି । କୁହାଯାଏ ପଞ୍ଜାବ ବିଧାନସଭା ନିର୍ବାଚନରେ ଗୁରପ୍ରୀତ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କୁ ଖୁବ୍ ସାହାଯ୍ୟ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri