Posted inଜାତୀୟ

ଶପଥ ଗ୍ରହଣ ଉତ୍ସବକୁ ହଳଦିଆ ପଗଡି ପିନ୍ଧି ଆସିବାକୁ ଅନୁରୋଧ କଲେ ଭଗଓ୍ବନ୍ତ ମାନ

ଚଣ୍ଡିଗଡ,୧୪।୩:ପଞ୍ଜାବର ୧୭ତମ ମୁଖ୍ୟମନ୍ତ୍ରୀ ଭାବେ ମାର୍ଚ୍ଚ ୧୬ରେ ଶପଥ ନେବେ ଆମ ଆଦମୀ ପାର୍ଟି ନେତା ଭଗଓ୍ବନ୍ତ ମାନ। ଏହି ଶପଥ ଗ୍ରହଣ ସମାରୋହ ପାଇଁ ପଞ୍ଜାବର ଲୋକଙ୍କୁ ନିମନ୍ତ୍ରଣ କରାଯାଇଛି। ମାନ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି, ଆସନ୍ତୁ ସମସ୍ତେ ଶହୀଦ ଭଗତ ସିଂ ଜୀଙ୍କର ସ୍ବପ୍ନର ପଞ୍ଜାବ ପ୍ରସ୍ତୁତ କରିବା। ମୁଁ ଆପଣଙ୍କୁ ସମସ୍ତଙ୍କୁ ନିମନ୍ତ୍ରଣ କରୁଛି ଯେ ମାର୍ଚ୍ଚ ୧୬ ବୁଧବାର ଖଟକର କଲାନରେ ଶପଥ ଗ୍ରହଣ ସମାରୋହରେ ଯୋଗଦେବାକୁ ମୁଁ ଲୋକଙ୍କୁ ଅନୁରୋଧ କରୁଛି। ମାର୍ଚ୍ଚ ୧୬ ମୁଁ ମୋର ଭାଇମାନଙ୍କୁ ହଳଦିଆ ପଗଡି ପିନ୍ଧିବାକୁ ଏବଂ ଭଉଣୀମାନଙ୍କୁ ହଳଦିଆ ଷ୍ଟଲ୍‌ ପକାଇ ଆସିବାକୁ ଅନୁରୋଧ କରୁଛି। ଆମେ ସେଦିନ ଖଟକର କଲାନକୁ ‘ବାସନ୍ତୀ ରଙ୍ଗ’ରେ ସଜାଇବା ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଭଗଓ୍ବନ୍ତ ମାନ ମାର୍ଚ୍ଚ ୧୬ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ପରେ ତାଙ୍କ। କ୍ୟାବିନେଟର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଏଥିରେ ୧୭ ଜଣ ସଦସ୍ୟ ରହିବେ। ପଞ୍ଜାବ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି ୧୧୭ଟି ସିଟ ମଧ୍ୟରୁ ୯୨ଟି ଜିତିଛି। ଧୁରୀ ବିଧାନସଭା ଆସନରୁ ମାନ ଜିତିବାରେ ସଫଳ ହୋଇଥିଲେ। ସେ କଂଗ୍ରେସ ପ୍ରାର୍ଥୀ ଦଲଭୀର ସିଂ ଗୋଲ୍ଡିଙ୍କୁ ୫୮,୨୯୬ ଭୋଟରେ ପରାସ୍ତ କରିଛନ୍ତି। ଭୋଟରଙ୍କୁ କୃତଜ୍ଞତା ଜଣାଇବା ପାଇଁ ଏଏପିର ସିପ୍ରିମୋ ଅରବିନ୍ଦ କେଜ୍‌ରିୱାଲ ଏବଂ ମାନ ରବିବାର ଅମୃତସରରେ ଏକ ରୋଡ ଶୋ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?